ଭୁବନେଶ୍ୱରରେ ପହଞ୍ଚିଲା ମେଡିକାଲ ସାମଗ୍ରୀ

ଭୁବନେଶ୍ୱର,୮।୪(ବ୍ୟୁରୋ): କରୋନା ବିଶ୍ୱ ମହାମାରୀ ରୂପ ନେଇସାରିଲାଣି। ରାଜ୍ୟ, ଦେଶ ତଥା ସମଗ୍ର ମାନବ ସମାଜ ଏହାର ମୁକାବିଲା କରିବା ପାଇଁ ଉଦ୍ୟମ ଅବ୍ୟାହତ ରଖିଛି। ପଞ୍ଚାୟତସ୍ତରରୁ ଆରମ୍ଭକରି ରାଜ୍ୟ ଏବଂ ରାଜ୍ୟରୁ ଜାତୀୟସ୍ତର ପର୍ଯ୍ୟନ୍ତ କରୋନା ଭୂତାଣୁ ସମ୍ପର୍କିତ ପରୀକ୍ଷାକୁ ଅଧିକ ଗୁରୁତ୍ୱ ଦିଆଯାଉଛି। ସ୍ବଳ୍ପ ଦିନରୁ ନମୁନା ପରୀକ୍ଷା କରି ସଂକ୍ରମିତ ସଂଖ୍ୟା ଜାଣିବା ହିଁ ଆରୋଗ୍ୟର ପ୍ରଥମ ସୋପାନ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଦିନକୁ ୧୦୦୦ ତଥା ତଦୂର୍ଦ୍ଧ୍ୱ ନମୁନା ପରୀକ୍ଷା ପାଇଁ ଚେଷ୍ଟା କରାଯାଉଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଏ ନେଇ ସମସ୍ତ ଅଧିକାରୀ ଏବଂ ସ୍ବାସ୍ଥ୍ୟ ବିଭାଗକୁ ସୋମବାର ନିର୍ଦ୍ଦେଶ ଦେଇଛନ୍ତି।
ଏହି କ୍ରମରେ କେନ୍ଦ୍ର ମଧ୍ୟ ରାଜ୍ୟଗୁଡ଼ିକୁ ଯଥାସମ୍ଭବ ସହଯୋଗର ହାତ ବଢ଼ାଇଛି। ଭାରତୀୟ ବାୟୁସେନାର ୨ଟି ଏଏନ୍‌-୩୨ ଏୟାରକ୍ରାଫ୍ଟ ୧୯ ଅଧିକାରୀ ଏବଂ ୩୫୦୦ କିଲୋ ଗ୍ରାମର ମେଡିକାଲ ସାମଗ୍ରୀ ନେଇ ଭୁବନେଶ୍ୱରରେ ପହଞ୍ଚିଛି। ଏହି ବିମାନ ଦ୍ୱୟ ତମବରମସ୍ଥିତ ଆଇସିଏମ୍‌ଆର୍‌ରୁ ଏହି ସାମଗ୍ରୀ ଆଣିଛି। ଏ ସମ୍ପର୍କରେ ବାୟୁସେନା ପକ୍ଷରୁ ଟୁଇଟରରେ ସୂଚନା ଦିଆଯାଇଛି। ଏହି ଟୁଇଟରଟିକୁ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ମଧ୍ୟ ରିଟୁଇଟ୍‌ କରାଯାଇଛି। ଆସିଥିବା ସାମଗ୍ରୀ ଓଡ଼ିଶାରେ କରୋନା ସମ୍ପର୍କିତ ନମୁନା ପରୀକ୍ଷା ଭିତ୍ତିଭୂମିକୁ ସୁଦୃଢ଼ କରିବ ବୋଲି ଜଣାଯାଇଛି। ବାୟୁସେନା ପକ୍ଷରୁ ସହାୟତା କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ଧନ୍ୟବାଦ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri