ଭୁବନେଶ୍ୱରରେ ଲାଗିବ ୫୦୦ ୱାଇ-ଫାଇ ହଟ୍‌ସ୍ପଟ୍‌

ଭୁବନେଶ୍ୱର,୮।୭(ବ୍ୟୁରୋ) : ଭୁବନେଶ୍ୱର ସହର ଅଳ୍ପ କିଛି ଦିନ ମଧ୍ୟରେ ସମ୍ପୂର୍ଣ୍ଣ ଓ୍ବାଇ-ଫାଇ ସହର ହେବ। ସହରର ବିଭିନ୍ନ ସ୍ଥାନରେ ୫୦୦ରୁ ଅଧିକ ଓ୍ବାଇ-ଫାଇ ହଟ୍‌ସ୍ପଟ ଲଗାଯିବା ସହ ଲୋକଙ୍କୁ ୨ ଏମ୍‌ବିପିଏସ୍‌ ସ୍ପିଡରେ ଡାଟା ଯୋଗାଇ ଦିଆଯିବ। ‘ଭୁବନେଶ୍ୱର ମି’ ପକ୍ଷରୁ ଏହି ସେବା ଯୋଗାଇ ଦିଆଯିବ। ଖୁବଶୀଘ୍ର ଏହାକୁ ଆରମ୍ଭ କରାଯିବ ବୋଲି କେନ୍ଦ୍ର ଗୃହ ଓ ନଗର ଉନ୍ନୟନ ସଚିବ ଦୁର୍ଗାଶଙ୍କର ମିଶ୍ର ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ସେ ଟୁଇଟର ଆକାଉଣ୍ଟରେ ଉଲ୍ଲେଖ କରିଛନ୍ତି ଯେ, ସ୍ମାର୍ଟସିଟି ଭୁବନେଶ୍ୱର ଖୁବଶୀଘ୍ର ମାଗଣା ୱାଇଫାଇ ସେବା ଆରମ୍ଭ ହେବ। ସ୍ମାର୍ଟସିଟିର ମୁଖ୍ୟ ରାସ୍ତାଗୁଡ଼ିକ ସହିତ ଶିକ୍ଷାନୁଷ୍ଠାନ ଓ ବିଭିନ୍ନ ସ୍ଥାନରେ ଏହି ଫ୍ରି ୱାଇଫାଇ ସେବା ଉପଲବ୍ଧ ହେବ। ଏହାଦ୍ୱାରା ଭୁବନେଶ୍ୱେର ବାସିନ୍ଦାମାନେ ଡିଜିଟାଲ ମାଧ୍ୟମରେ ଯୋଡ଼ି ହୋଇପାରିବେ, ଆଉ ଇଣ୍ଟରନେଟ ସେବା ଲାଗି ହଇରାଣ ହେବାକୁ ପଡିବନି ବୋଲି ସେ ଉଲ୍ଲେଖ କରିଛନ୍ତି। ସୂଚନା ଥାଉକି, ୨୦୧୮ ନଭେମ୍ବର ୫ ରେ ସଚିବାଳୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏକ ବୈଠକରେ ଏ ସମ୍ପର୍କରେ ଘୋଷଣା କରାଯାଇଥିଲା। ଉକ୍ତ ସମୟରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୧୦୦ଟି ହଟ୍‌ସ୍ପଟର ଉଦ୍‌ଘାଟନ କରାଯାଇଥିବା ବେଳେ ୨୭୫ଟି ଆକ୍ସେସ୍‌ ପଏଣ୍ଟରେ ଏହା କାର୍ଯ୍ୟ କରୁଥିଲା। ଆଗାମୀ ଦିନରେ ଏହି ହଟସ୍ପଟ ସଂଖ୍ୟା ୫୧୮ରେ ଓ ଆକ୍ସେସ ପଏଣ୍ଟ ସଂଖ୍ୟା ୧୮ଶହରେ ପହଞ୍ଚିବ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ତେବେ ରବିବାର କେନ୍ଦ୍ର ଗୃହ ଓ ନଗର ଉନ୍ନୟନ ସଚିବଙ୍କ ଟୁଇଟ ପରେ ଖୁବ୍‌ଶୀଘ୍ର ଭୁବନେଶ୍ୱର ଓ୍ବାଇ-ଫାଇ ସହର ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

CWG 2026: ଇତିହାସ ରଚିଲେ ଭାରତର ଅସ୍ମିତା ଦେ’, ଜୁଡୋରେ ଜିତିଲେ ପ୍ରଥମ ସ୍ୱର୍ଣ୍ଣ ପଦକ

ନୂଆଦିଲ୍ଲୀ, ୩୧।୭: କମନୱେଲ୍ଡ ଗେମ୍ସ (ରାଜ୍ୟମଣ୍ଡଳ କ୍ରୀଡ଼ା) ଇତିହାସରେ ଭାରତ ଏକ ବଡ଼ ସଫଳତା ହାସଲ କରିଛି। ଭାରତର ଯୁବ ଜୁଡୋ ଖେଳାଳି ଅସ୍ମିତା ଦେ’ ୪୮…

ସୋସିଆଲ ମିଡିଆରେ ମୁଖ୍ୟମନ୍ତ୍ରୀଙ୍କୁ ଅଶାଳୀନ ମନ୍ତବ୍ୟ, ଥାନାରେ ଅଭିଯୋଗ

ହାଟଡିହୀ,୩୧।୭(ଶୁଭକାନ୍ତ ନାୟକ):ରାଜ୍ୟରେ ଭାଜପା ସରକାର ଥିବା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋସିଆଲ ମିଡିଆରେ ଅଶାଳୀନ ମନ୍ତବ୍ୟ ନେଇ ଅସନ୍ତୋଷ ପ୍ରକାଶ ପାଇଛି । ଏପରି…

ଶନିବାର ଭଦ୍ରକ ଜିଲାରେ ସମସ୍ତ ସ୍କୁଲ ଛୁଟି

ଭଦ୍ରକ, ୩୧।୭: ଜିଲାରେ ଦେଖାଦେଇଥିବା ବନ୍ୟା ସ୍ଥିତିକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଶନିବାର ଭଦ୍ରକ ଜିଲାର ସମସ୍ତ ସ୍କୁଲ…

କାଲି ଘଣ୍ଟାରେ ୧୦ଟା ବାଜିବ ହେଲେ ସେ ଆଉ ସ୍କୁଲ ଯିବେନି: ଶିକ୍ଷକଙ୍କୁ ଝୁରୁଛି…

ହାଟଡିହୀ, ୩୧/୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଶାସଙ୍ଗ ପଞ୍ଚାୟତ ହାଇସ୍କୁଲର ଆଦର୍ଶ ଶିକ୍ଷକ ପଦ୍ମନାଭ ପଣ୍ଡାଙ୍କୁ ବିଦ୍ୟାଳୟ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ…

ଭୁବନେଶ୍ୱର: ହାଇଟେକ୍ ଛକ ନିକଟ କୁଆଖାଇ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି

ଭୁବନେଶ୍ୱର, ୩୧ା୭: ରାଜଧାନୀ ଭୁବନେଶ୍ୱରର ହାଇଟେକ୍ ଛକ ନିକଟସ୍ଥ କୁଆଖାଇ ନଦୀକୁ ଜଣେ ମହିଳା ଡେଇଁ ପଡ଼ିଥିବା ଘଟଣା ସାମ୍ନାକୁ ଆସିଛି। ମହିଳାଜଣଙ୍କ ନଦୀକୁ ଡେଇଁବା ପରେ…

ପୋଲିସ ଫାଣ୍ଡି କୋଠା ଅଧାପନ୍ତରିଆ

ରିଷିଡା,୩୧ା୭(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲାର ବହୁ ପୁରାତନ ରିଷିଡ଼ା ପୋଲିସ ଫାଣ୍ଡି ପ୍ରତିଷ୍ଠାପରଠୁ ଅଦ୍ୟାବଧି ଖପର ଓ ଆଜବେଷ୍ଟସ୍‌ ଘରେ ଚାଲିଆସୁଛି। ବାରମ୍ବାର ଦାବି ପରେ ନୂତନ…

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

ଚାଷୀଙ୍କୁ ମିଳୁନି ସାର, ବଢୁଛି କଳାବଜାର

ଧରାକୋଟ,୩୧ା୭(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଦୀର୍ଘଦିନ ପରେ ଧରାକୋଟ ଅଞ୍ଚଳରେ ଭଲ ବର୍ଷା ହୋଇଥିବାରୁ ଚାଷୀ ଚାଷକାର୍ଯ୍ୟ ଆଗେଇ ନେଉଛନ୍ତି। ତେବେ ଚାଷରେ ପ୍ରୟୋଗ ପାଇଁ ଆବଶ୍ୟକ ପରିମାଣର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri