ଭୁବନେଶ୍ୱରରେ ସର୍ବାଧିକ ବର୍ଷା

ଭୁବନେଶ୍ୱର, ୫ା୩(ବ୍ୟୁରୋ): ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଯୋଗୁ ବୁଧବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଅଦିନିଆ ବର୍ଷା ଯୋଗୁ ଲୋକେ ହନ୍ତସନ୍ତ ହୋଇଛନ୍ତି। ଭୁବନେଶ୍ୱରରେ ସର୍ବାଧିକ ୧୩.୨ ମିମି ବର୍ଷା ହୋଇଥିବା ବେଳେ ଅନୁଗୋଳ ୪, ଭବାନିପାଟଣା ୩, ଫୁଲବାଣୀ ୮.୨, ଟିଟିଲାଗଡ଼ ୭ ମିମି ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ରେକର୍ଡ କରାଯାଇଛି। ଏହାଛଡ଼ା ସୋନପୁର, ହୀରାକୁଦ, ତାଳଚେର, ସମ୍ବଲପୁର, କେନ୍ଦୁଝର, ଝାରସୁଗୁଡ଼ା, କଟକ, ପାରାଦୀପରେ ମଧ୍ୟ ବର୍ଷା ହୋଇଛି। ଭୁବନେଶ୍ୱରରେ ସକାଳୁ ସକାଳୁ ପାଗ କୋହଲା ଥିବା ବେଳେ ଅପରାହ୍ନରେ ହଠାତ୍‌ କଳାହାଣ୍ଡିଆ ମେଘ ସହ ପ୍ରବଳ ବେଗରେ ପବନ ଓ ବର୍ଷା ହୋଇଥିଲା।
ସେପଟେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ଏହିଭଳି ବର୍ଷା ଲାଗି ରହିବ। ୮ ତାରିଖରୁ ପାଗରେ ପରିବର୍ତ୍ତନ ଆସିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ୫ ତାରିଖରେ ରାଜ୍ୟର ଅଧିକାଂଶ ଜିଲାରେ ବର୍ଷା ହେବା ଆଶଙ୍କା ରହିଛି। ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ସମେତ ନୂଆପଡ଼ା, ରାୟଗଡ଼ା, ବଲାଙ୍ଗୀର, କଳାହାଣ୍ଡି, ସୋନପୁର, କନ୍ଧମାଳ, ବୌଦ୍ଧ, କଟକ ଆଦି ୮ ଜିଲାରେ ଅଧିକ ବର୍ଷା ହେବ। ଏହାଛଡ଼ା ବାଲେଶ୍ୱର, ଭଦ୍ରକ, ନୟାଗଡ଼, ଖୋର୍ଦ୍ଧା, ଯାଜପୁର ଓ ଗଞ୍ଜାମ ଆଦି ଜିଲାର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ଗୁରୁବାର ବିଭିନ୍ନ ଜିଲାକୁ ଝଡ଼ତୋଫାନ ସହିତ ବଜ୍ରପାତ ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହି ସବୁ ଜିଲାଗୁଡିକ ହେଲା ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ବଲାଙ୍ଗୀର, ସୋନୁପର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ବାଲେଶ୍ୱର, କଟକ, ଯାଜପୁର ଓ ଭଦ୍ରକ। ସେହିଭଳି ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ଖୋର୍ଦ୍ଧା ଓ ନୟାଗଡ଼ରେ ମଧ୍ୟ ବଜ୍ରପାତ ହେବ ବୋଲି ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ୬ତାରିଖ ଦିନ ଉତ୍ତର ଓଡ଼ିଶା, ସୋନପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼ ଓ ଖୋର୍ଦ୍ଧା ଜିଲାରେ ବର୍ଷା ହେବାର ଆଶଙ୍କା ରହିଛି। ସେଦିନ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, ବାଲେଶ୍ୱର, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ବୌଦ୍ଧ, କଟକ, ଖୋର୍ଦ୍ଧା, ଯାଜପୁର, ଭଦ୍ରକ ଓ କେନ୍ଦ୍ରାପଡ଼ାରେ ଝଡ଼ତୋଫାନ ସହିତ ବଜ୍ରପାତ ହେବ। ସେଥିପାଇଁ ଏ ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ୭ ତାରିଖ ଦିନ ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ, ରାୟଗଡ଼ା, ସୁନ୍ଦରଗଡ଼ ଜିଲାର କିଛି ସ୍ଥାନରେ ବର୍ଷା ହେବା ସମ୍ଭାବନା ରହିଛି। ସେଦିନ ଉପକୂଳ ଓଡ଼ିଶା ସହ ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ ଓ ରାୟଗଡ଼ା ଜିଲାରେ ଝଡ଼ତୋଫାନ ଓ ବଜ୍ରପାତ ହେବ ବୋଲି ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଏହାକୁ ଦୃଷ୍ଟିରେ ରଖି ଏ ସମସ୍ତ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପଟେ ମାଲକାନଗିରିରେ ସର୍ବାଧିକ ୩୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri