ଭୁବନେଶ୍ୱରରେ ହୋମ୍‌ ଡେଲିଭରି କରିବେ ୨୮ ଷ୍ଟୋର୍‌

ଭୁବନେଶ୍ୱର,୨୭ା୩(ବ୍ୟୁରୋ)ଭୁବନେଶ୍ୱରର ଲୋକଙ୍କ ଘରେ ପହଞ୍ଚତ୍ବ ଅତ୍ୟାବଶ୍ୟକ ସାମଗ୍ରୀ। ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଏହି ବ୍ୟବସ୍ଥ ହୋଇଥିବାବେଳେ ରିଲାଏନ୍ସ ଫ୍ରେଶ, ବିଗ୍‌ ବଜାର, ବିଶାଲ ମେଗା ମାର୍ଟ ଏବଂ ଆଧାର ଫ୍ରେଶର ୨୮ ଷ୍ଟୋର ଓ ଆଉଟ୍‌ଲେଟ ଦ୍ୱାରା ଏହି ସୁବିଧା ଉପଲବ୍ଧ ହେବ। ଅର୍ଡର ମୁତାବକ ଏସବୁ ଷ୍ଟୋର୍‌ର କର୍ମଚାରୀମାନେ ସକାଳ ୭ରୁ ୧୧ ମଧ୍ୟରେ ଲୋକଙ୍କ ଘରେ ସାମଗ୍ରୀ ପହଞ୍ଚାଇବେ। ଏଥିପାଇଁ ସମ୍ପୃକ୍ତ ଷ୍ଟୋର୍‌ ବା ଆଉଟ୍‌ଲେଟ୍‌ଗୁଡିକ ପକ୍ଷରୁ ଜଣେ ଜଣେ ହୋମ୍‌ ଡେଲିଭରି ମ୍ୟାନେଜରଙ୍କୁ ନିଯୁକ୍ତ କରାଯାଇଛି। ସେମାନଙ୍କ ନାଁ ଓ ମୋବାଇଲ୍‌ ଫୋନ୍‌ ନମ୍ବର ବିଏମ୍‌ସି ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ରହିଛି। ଏଥିସହିତ ଆଉଟ୍‌ଲେଟ୍‌ର ନିଜ ଓ୍ବେବ୍‌ସାଇଟ୍‌ରେ ମଧ୍ୟ ଏନେଇ ବ୍ୟବସ୍ଥା ହୋଇଛି। ଭୁବନେଶ୍ୱରବାସୀ ଏହି ସେବାର ଲାଭ ଉଠାଇପାରିବେ ବୋଲି ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି। ଏହି ସେବା ପାଇବାକୁ ଜଣେ ବ୍ୟକ୍ତିଙ୍କୁ ଆବଶ୍ୟକ ସାମଗ୍ରୀର ତାଲିକା ଓ ସ୍ଥାନୀୟ ଠିକଣା ମଲ୍‌/ଷ୍ଟୋରର ସମ୍ପୃକ୍ତ ବ୍ୟକ୍ତିଙ୍କୁ ପଠାଇବାକୁ ପଡିବ। ଏହି ପ୍ରକ୍ରିୟାରେ କୌଣସି ଫୋନ୍‌ କଲ କରାଯିବ ନାହିଁ। ଅର୍ଡର/ସାମଗ୍ରୀ ଗ୍ରହଣ କରିବା ସମୟରେ ବ୍ୟକ୍ତି ଜଣକ ସାମଗ୍ରୀ ବାବଦ ଅର୍ଥରାଶି ପ୍ରଦାନ କରିପାରିବେ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ଜଙ୍ଗଲରେ ଲୁଚାଇ ରଖିଥିଲେ ଗଞ୍ଜେଇ, ମାଡ଼ି ବସିଲା ପୋଲିସ

ମୋହନା,୧୨।୪(ମନ୍ମଥ ମିଶ୍ର): ଘଞ୍ଚ ଜଙ୍ଗଲରେ ଲୁଚାଇ ରଖିଥିବା ବିପୁଳ ପରିମାଣର ଗଞ୍ଜେଇକୁ ଅଡ଼ବା ପୋଲିସ ରବିବାର ଜବତ କରିଛି । ଏକ ବିଶେଷ ସୂତ୍ରରୁ ଖବର ପାଇ…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଜଳିଗଲା ୩ ଭାଇଙ୍କ ଘର

ବେଲଗୁଣ୍ଠା,୧୨ା୪(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ଟିକରପଡା ମିଲ ସାହିରେ ଅଗ୍ନିକାଣ୍ଡ ଘଟି ୩ଭାଇଙ୍କ ୩ ବଖରା ଘର ପୋଡି ପାଉଁଶ ହୋଇଯାଇଛି।…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

SBI ଗ୍ରାହକ ହୁଅନ୍ତୁ ସତର୍କ!ଟଙ୍କା ରଖିଥିଲେ ଜାଣି ନିଅନ୍ତୁ…

ଦେଶରେ ସର୍ବବୃହତ ସାର୍ବଜନୀନ ବ୍ୟାଙ୍କ ଭାବରେ ଏସବିଆଇର ଆଦୃତି ରହିଛି । ଅନେକ ଲୋକମାନଙ୍କ ଏହି ବ୍ୟାଙ୍କରେ ବିଭିନ୍ନ ଆକାଉଣ୍ଟ ରହିଛି । ବର୍ତ୍ତମାନ ବ୍ୟାଙ୍କ ଗୋଟିଏ…

ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଲକ୍ଷ୍ନୌ,୧୨ା୪: ପ୍ରସିଦ୍ଧ କ୍ରିଷ୍ଣାଙ୍କ ଦମ୍‌ଦାର ବୋଲିଂ ବଳରେ ଗୁଜରାଟ ଟାଇଟନ୍ସ ୭ ଉଇକେଟରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ(ଏଲ୍‌ଏସ୍‌ଜି)କୁ ପରାସ୍ତ କରିଛି। ଏହା ଗୁଜରାଟର ୪ ମ୍ୟାଚ୍‌ରେ ଦ୍ୱିତୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri