ଅନୁଗୋଳ ଅଫିସ, ୧୮।୯-ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ରୋଗୀଙ୍କ ମୃତ୍ୟୁ ନେଇ ମଙ୍ଗଳବାର ରାତିରେ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ ଇଞ୍ଜେକ୍ଶନ କାରଣରୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ତେବେ ମେଡିକାଲ କର୍ତ୍ତୃପକ୍ଷ ଏପରି ଅଭିଯୋଗକୁ ଅସ୍ବୀକାର କରିବା ସହ ହଠାତ୍ ହୃଦ୍ଘାତ ହେବାରୁ ରୋଗୀଙ୍କ ମୃତ୍ୟୁ ହୋଇଥିବା ସଫେଇ ଦେଇଛନ୍ତି।
ଅଭିଯୋଗରୁ ପ୍ରକାଶ ଯେ, ବାଳୁଅକଟାର ଗାଡ଼ି ଚାଳକ ପ୍ରକାଶ ବେହେରା ଅସୁସ୍ଥ ଥିବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ଡାକ୍ତର ଗ୍ୟାସଷ୍ଟିକ ହୋଇଛି ବୋଲି କହିବା ସହ ତାଙ୍କୁ ଆଡମିଶନ୍ କରାଇଥିଲେ। ଦିନ ତମାମ ଚିକିତ୍ସା ପରେ ସନ୍ଧ୍ୟାରେ ତାଙ୍କୁ ଏକ ଇଞ୍ଜେକ୍ଶନ ଦିଆଯାଇଥିଲା। ଏହାପରେ ପ୍ରକାଶଙ୍କ ମୃତ୍ୟୁ ହୋଇଥିଲା। ଭୁଲ ଇଞ୍ଜେକ୍ଶନ କାରଣରୁ ପ୍ରକାଶଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିବା ପରେ ମେଡିକାଲ ପରିସରରେ ଚାପା ଉତ୍ତେଜନା ଦେଖାଦେଇଥିଲା। ଗାଡ଼ି ଚାଳକ ସଂଘ କର୍ମକର୍ତ୍ତା ଓ ସଦସ୍ୟମାନେ ମେଡିକାଲରେ ପହଞ୍ଚତ୍ ପାଟିତୁଣ୍ଡ କରିଥିଲେ। ଏହାପରେ ଅନୁଗୋଳ ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ବୁଝାଶୁଝା କରିଥିଲା। ମେଡିକାଲ କର୍ତ୍ତୃପକ୍ଷ ମଧ୍ୟ ମୃତକଙ୍କ ପରିବାର ଲୋକଙ୍କୁ ବୁଝାଇଥିଲେ। ଖବର ଲେଖାହେବା ପର୍ଯ୍ୟନ୍ତ ଉତ୍ତେଜନା ପରିସ୍ଥିତି ଲାଗି ରହିଥିଲା।
Posted inHome, ଅନୁଗୋଳ, ଆମ ଜିଲା ଖବର View All
ଏଟିଏମ୍ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ
ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍ ଉପରେ…
ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ
ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…
ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ
ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍ଏମ୍ଇଓ-ଓପି) ୨୦୨୬-୨୭ ଅଧୀନରେ…
ତାମିଲନାଡୁରେ ବଡ଼ ଅଘଟଣ: ସି-ଫୁଡ୍ ଫ୍ୟାକ୍ଟ୍ରିରେ ଆମୋନିଆ ଗ୍ୟାସ ଲିକ୍, ୨ ମୃତ ଓ ୪୬ ଗୁରୁତର
ଚେନ୍ନାଇ,୨୧।୬: ତାମିଲନାଡୁର ତିରୁଭଲ୍ଲୁର ଜିଲାରେ ରବିବାର ଏକ ସି-ଫୁଡ୍ (ସାମୁଦ୍ରିକ ଖାଦ୍ୟ) ରପ୍ତାନି କାରଖାନାରେ ଆମୋନିଆ ଗ୍ୟାସ ଲିକ୍ ହେବା ଯୋଗୁ ଏକ ବଡ଼ ଦୁର୍ଘଟଣା ଘଟିଛି।…
ଯୋଗ ଦିବସରେ ସାମିଲ ହେଲେ ମହିଳା ସରପଞ୍ଚ, କହିଲେ ନିଜକୁ ସୁସ୍ଥ ରଖିବାକୁ ହେଲେ…
ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଏହି ଯୋଗରେ ମହିଳା ସରପଞ୍ଚ ମମତା ବେହେରାଙ୍କ ସମେତ…
IRCTC ଆକାଉଣ୍ଟର ପାସୱାର୍ଡ ଭୁଲି ଯାଇଛନ୍ତି କି? ଏହି ସହଜ ଷ୍ଟେପ୍ସ ଆପଣାଇ କେଇ ମିନିଟ୍ରେ କରନ୍ତୁ ରିସେଟ୍
ନୂଆଦିଲ୍ଲୀ,୨୧।୬:ଭାରତରେ ପ୍ରତିଦିନ ହଜାର ହଜାର ଟ୍ରେନ ଚାଲୁଛି। କୋଟି କୋଟି ଲୋକ ଏଥିରେ ଯାତ୍ରା କରୁଛନ୍ତି। ପୂର୍ବରୁ ଲୋକେ ଟିକେଟ କାଉଣ୍ଟରକୁ ଯାଇ ଲମ୍ବା ଲାଇନରେ ଛିଡ଼ା…
ଦିଲ୍ଲୀ ଏୟାରପୋର୍ଟରେ ୪୫ ମିନିଟ୍ ଅଟକି ରହିଲେ ମୋଦି, କାରଣ ଜାଣିଲେ…
ନୂଆଦିଲ୍ଲୀ,୨୧ା୬: ରବିବାର ଅପରାହ୍ନରେ ଦିଲ୍ଲୀ ଏୟାରପୋର୍ଟରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୁରନ୍ତ ତାଙ୍କ ବାସଭବନକୁ ଯିବା ପରିବର୍ତ୍ତେ ବିମାନବନ୍ଦରରେ ଅପେକ୍ଷା କରିବାକୁ ନିଷ୍ପତ୍ତି ନେଇଥିଲେ।…
କେନ୍ଦୁଝରରେ ଉପମୁଖ୍ୟମନ୍ତ୍ରୀ: କୃଷି କାର୍ଯ୍ୟର ସମୀକ୍ଷା କରି କହିଲେ ଅସ୍ବାଭାବିକ ମୌମୁମୀ ପରିସ୍ଥିତିର ସମ୍ଭାବନାକୁ…
କେନ୍ଦୁଝର,୨୧ା୬(ନରେଶ ଚନ୍ଦ୍ର ପଟ୍ଟନାୟକ): ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ରବିବାର କେନ୍ଦୁଝର ଜିଲା ଗସ୍ତ କରି ବିଭିନ୍ନ କୃଷି…
Archives

