ଭୁଲ୍‌ରେ ବ୍ୟାଙ୍କ ଆକାଉଣ୍ଟକୁ ଆସିଥିବା ୮୬ ଲକ୍ଷ ଟଙ୍କା ଖର୍ଚ୍ଚ କରିଦେଲେ ଦମ୍ପତ୍ତି

ହରିଶବୁର୍ଗ,୧୦।୯: ଯଦି ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଲକ୍ଷାଧିକ ଟଙ୍କା ଟ୍ରାନ୍ସଫର ହୋଇଯାଏ ତେବେ କ’ଣ କରିବେ ଭାବିଲେ। ଟଙ୍କା ନେଇ ବ୍ୟାଙ୍କକୁ ଦେଇ ଦେବେ ନା ଲୋଭରେ ଆସି ଖର୍ଚ୍ଚ କରିଦେବେ। କିଛି ଏଭଳି ଘଟଣା ଦେଖିବାକୁ ମିଳିଛି ପେନସିଲ୍‌ଭାନିଆର ମଣ୍ଟୋସର୍ଭିଲ ସହରରେ। ମଣ୍ଟୋସର୍ଭିଲ ସହରରେ ରହୁଥିବା ଜଣେ ଦମ୍ପତ୍ତି ରବର୍ଟ ଓ ଟିଫିନୀ ଓ୍ବିଲସିୟମ୍‌ଙ୍କ ବ୍ୟାଙ୍କ ଆକାଉଣ୍ଟରେ ମେ ୩୧କୁ ଜର୍ଜିଆର ଜଣେ ଗ୍ରାହକ ବିବି ଆଣ୍ଡ ଟି ବ୍ୟାଙ୍କରେ ଭୁଲ ଆକାଉର୍ଟ ନମ୍ବର ଦେଇ ୧୨୦,୦୦୦ଡଲାର(ପ୍ରାୟ ୮୬ ଲକ୍ଷ ଟଙ୍କା) ଜମା କରିଦେଇଥିଲେ। ପରେ ଆକାଉଣ୍ଟରେ ଜମା ହୋଇଥିବା ଟଙ୍କା ନ ଆସିବାରୁ ଯୁବକ ଜଣଙ୍କ ବ୍ୟାଙ୍କ ସହ ସମ୍ପର୍କ କରିଥିଲେ। ଯାଞ୍ଚ ପରେ ଜଣାପଡିଥିଲା ଯେ, ଉକ୍ତ ଟଙ୍କା ରର୍ବଟଙ୍କ ଆକାଉଣ୍ଟକୁ ଟ୍ରାନ୍ସଫର ହୋଇଯାଇଛି। ହେଲେ ସେତେବେଳକୁ ରବର୍ଟ ଓ ତାଙ୍କ ସ୍ତ୍ରୀ ବ୍ୟାଙ୍କକୁ ଏନେଇ ସୂଚନା ଦେବା ପରିବର୍ତ୍ତେ ସେହି ଟଙ୍କାକୁ ଖର୍ଚ୍ଚ କରିଦେଇଥିଲେ। ଏନେଇ ସ୍ଥାନୀୟ ଥାନାରେ ଯୁବକ ଜଣକ ଅଭିଯୋଗ କରିଥିଲେ। ଦମ୍ପତ୍ତିଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସୋମବାର ଜିଲା କୋର୍ଟରେ ଏହି ମାମଲାରେ ଶୁଣାଣି ହୋଇଛି। ୨୫,୦୦୦ଡଲାର ଜମା କରିବା ପରେ କୋର୍ଟ ସେମାନଙ୍କୁ ଜାମିନ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାନ୍ତବିନ୍ଧା ତାଲିକାରେ ଯୋଡ଼ା ହେଲା ଆଉ ଏକ କାରଣ…

ସାଧାରଣତଃ ଥଣ୍ଡାଜନିତ ସମସ୍ୟା କିମ୍ବା ଦାନ୍ତ ମୂଳରେ ସଂକ୍ରମଣ ହେଲେ ଦାନ୍ତ ବିନ୍ଧିଥାଏ। ତେବେ ଏହି ତାଲିକାରେ ଏବେ ଆଉ ଏକ କାରଣକୁ ଯୋଡ଼ାଯାଇଛି। ଦାନ୍ତ ବିନ୍ଧା…

ବିଡିଓଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗ୍ରାମବାସୀ, ଦାବିପତ୍ର ପ୍ରଦାନ କରି…

କର୍ଲାମୁଣ୍ଡା:୧୩।୭,(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡବରା ଗ୍ରାମ ପଞ୍ଚାୟତ ସିଲେଟପଡ଼ା ଗ୍ରାମରେ, ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନାରେ ଗାଁର ଜନୈକ ବ୍ୟକ୍ତି…

କୂଅରୁ ମିଳିଲା ଯୁବକଙ୍କ ମୃତଦେହ: ଗାଁରେ ପଡିଛି ଚହଳ…

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗାଁ ମା’ ମାଣିକେଶରୀ ମନ୍ଦିର ନିକଟ ଶ୍ରୀ ମଦନ ମୋହନ ମନ୍ଦିର ପରିସରରେ ଥିବା କୂଅରୁ…

ଦୋକାନରେ ପିଉଥିଲେ ଚା’, ମୁଣ୍ଡରେ ପଡିଲା ଗଛ ଡ଼ାଳ, ତା’ପରେ…

ଦିଗପହଣ୍ଡି,୧୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ସୋମବାର ଭୋରରେ ଏକ ଅଭାବନୀୟ ଘଟଣା ଘଟିଛି। ଆଡ଼ପଡ଼ା ଗ୍ରାମରେ ରହୁଥିବା…

ଆନ୍ଧ୍ରରେ କରୋନା ମୃତ୍ୟୁ, ଓଡ଼ିଶା ସୀମାରେ ହାଇଆଲର୍ଟ

ଭୁବନେଶ୍ୱର,୧୩।୭: ଆନ୍ଧ୍ରପ୍ରଦେଶରେ COVID-19ରେ ଆକ୍ରାନ୍ତ ହୋଇ ୨ଜଣ ରୋଗୀଙ୍କ ମୃତ୍ୟୁ ଘଟିବା ପରେ ଓଡ଼ିଶା ସୀମାରେ ହାଇଆଲର୍ଟ ଜାରି କରାଯାଇଛି। ଏପରକି ଆନ୍ଧ୍ର ସୀମାନ୍ତ ଜିଲାର CDMOମାନଙ୍କୁ…

ପ୍ଲୁଟୋକୁ ନେଇ ବିବାଦ

ପ୍ଲୁଟୋ ହେଉଛି ସୌରଜଗତର ପାଞ୍ଚଟି ବାମନ ଗ୍ରହ ମଧ୍ୟରୁ ଗୋଟିଏ। ବାସ୍ତବରେ ଆମେରିକୀୟ ଜ୍ୟୋତିର୍ବିଦ କ୍ଲାଇଡ୍‌ ଟମ୍‌ବାଓ ଏହାକୁ ୧୯୩୦ ମସିହାରେ ଆବିଷ୍କାର କରିଥିଲେ। ତା’ପରେ ଏହା…

‘ଜେଣ୍ଟଲ ମ୍ୟାନ’ ଲୁକରେ ବୈଭବ ସୂର୍ଯ୍ୟବଂଶୀ, ଯୁବରାଜ ସିଂହଙ୍କୁ ଭେଟିବା ସହ ଫଟୋ ଶେୟାର କରି ଲେଖିଲେ…

ନୂଆଦିଲ୍ଲୀ,୧୩।୭: ୧୫ ବର୍ଷୀୟ ଭାରତୀୟ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ପାଇଁ ରବିବାର ଏକ ସ୍ବତନ୍ତ୍ର ଦିନ ଥିଲା। ଇଂଲଣ୍ଡ ବିପକ୍ଷରେ ଟି୨୦ ସିରିଜ ଶେଷ ହେବା ପରେ,…

ସମ୍ବଲପୁର କୋର୍ଟକୁ ତୃତୀୟ ଥର ପାଇଁ ବୋମା ଧମକ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି, ଓକିଲଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ

ସମ୍ବଲପୁର,୧୩।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କୋର୍ଟକୁ ପୁଣି ଥରେ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି। ତୃତୀୟ ଥର ପାଇଁ ଏଭଳି ଧମକପୂର୍ଣ୍ଣ ମେଲ ଆସିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri