ଭୁଶୁଡ଼ିଲା ଦୁଇ ମହଲା କୋଠା ସମେତ ୩ ଚାଳ ଛପର ଘର

ଦିଗପହଣ୍ଡି,୨୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ଗାଁରେ ରବିବାର ରାତିରେ ରଜନୀକାନ୍ତ ଗୌଡ଼,ଚନ୍ଦ୍ରମା ଗୌଡ଼ଙ୍କ ୨ଟି ଦୁଇ ମହଲା ଘର ଏବଂ ପଡ଼ୋଶୀ ଗୋପାଳ ଗୌଡ଼ଙ୍କ ୧ ବଖରା ଚାଳଘର, ବିଶ୍ୱନାଥ ଗୌଡ଼, ବାବୁଲା ଗୌଡ଼ଙ୍କ ଦୁଇଟି ଗୁହାଳ ଘର ଅଚାନକ ଭୁଶୁଡ଼ି ପଡ଼ିଛି। ଶବ୍ଦ ଶୁଣି ଗୋପାଳ ଏବଂ ତାଙ୍କ ସ୍ତ୍ରୀ ସୀମା ନିଦରୁ ଉଠି ପ୍ରାଣ ବିକଳରେ ଘରୁ ବାହାରକୁ ଚାଲିଯିବାରୁ ଦୁହେଁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ପ୍ରଥମେ ସେମାନେ ବିଶ୍ୱନାଥଙ୍କ ଗୁହାଳ ମାଟି କାନ୍ଥ ତଳେ ଚାପି ହୋଇ ରହିଥିବା ଗୋରୁଙ୍କୁ ଉଦ୍ଧାର କରିଥିଲେ। ସେହିପରି ରଜନୀକାନ୍ତ, ଚନ୍ଦ୍ରମା ନିକଟସ୍ଥ କୈଠଖଣ୍ଡି ଗ୍ରାମର ଜଣେ ସମ୍ପର୍କୀୟଙ୍କ ବିବାହ ଉତ୍ସବରେ ଯୋଗ ଦେବାକୁ ଚାଲିଯାଇଥିବାରୁ ସେମାନେ ମଧ୍ୟ ସମ୍ଭାବ୍ୟ ଅଘଟଣରୁ ବର୍ତ୍ତି ଯାଇଛନ୍ତି। ଖବରପାଇ ସେମାନେ ସୋମବାର ସକାଳେ ଗାଁରେ ପହଞ୍ଚିଛନ୍ତି।

ଭୁଶୁଡ଼ି ପଡ଼ିଥିବା ରଜନୀକାନ୍ତ ଓ ଚନ୍ଦ୍ରମାଙ୍କ ଘରର ସମସ୍ତ ଆସବାବପତ୍ର ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। କୋଠା ୨ଟି ବହୁବର୍ଷର ପୁରୁଣା ହୋଇଥିବା ବେଳେ ଦୁଇଦିନ ହେଲା ସମ୍ପୃକ୍ତ ଅଞ୍ଚଳରେ ଘନଘନ ବଜ୍ରପାତ ସହ ବର୍ଷା ଯୋଗୁ ଘର ଚାରିପାଖରେ ବର୍ଷାଜଳ ନିଷ୍କାସନ ହୋଇ ନ ପାରି ଜମି ରହିଥିଲା। ସେହିପରି କୋଠା ୨ଟି ଭୁଶୁଡ଼ି ପଡ଼ିବାରୁ ତା’ର ପ୍ରଭାବରେ ଅନ୍ୟ ୩ଟି ମାଟି ଘର କାନ୍ଥ ଭୁଶୁଡ଼ି ପଡ଼ିଛି। ଖବର ପାଇ ଦିଗପହଣ୍ଡି ତହସିଲଦାର ଅଦୈତ କୁମାର ସ୍ବାଇଁ, ବିଡିଓ ହଳଧର ଶବର ଗାଁରେ ପହଞ୍ଚି ସବିଶେଷ ତଦନ୍ତ କରି ଫେରିଛନ୍ତି। ରାଜସ୍ବ ନିରୀକ୍ଷକଙ୍କ ରିପୋର୍ଟ ଭିତ୍ତିରେ କ୍ଷୟକ୍ଷତି ଆକଳନ କରାଯିବା ପରେ ସରକାରୀ ସହାୟତା ପ୍ରଦାନ କରାଯିବ ବୋଲି ତହସିଲଦାର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri