ଭୁଷଣ୍ଡେଶ୍ୱର ମନ୍ଦିର ନିର୍ମାଣ ଶୁଭାରମ୍ଭ: ଖର୍ଚ୍ଚ ହେବ ୧୨ରୁ ୧୫କୋଟି ଟଙ୍କା

ଭୋଗରାଇ, ୬।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୁବର୍ଣ୍ଣରେଖା ନଦୀ ତଟରେ ଅବସ୍ଥିତ ଏସିଆର ସର୍ବବୃହତ୍‌ ଶିବଲିଙ୍ଗ ଭୁଷଣ୍ଡେଶ୍ୱର ମନ୍ଦିର ଦୀର୍ଘବର୍ଷ ଧରି ଧରାଶାୟୀ ହୋଇଛି। ଏଥିପାଇଁ ବହୁ ଶୈବଭକ୍ତ ଜନପ୍ରତିନିଧି, ସ୍ଥାନୀୟ ଜନସାଧାରଣ, ରାଜନେତା, ବଦାନ୍ୟବ୍ୟକ୍ତିମାନେ ମନ୍ଦିର ନିର୍ମାଣ ପାଇଁ ସାହାଯ୍ୟର ହାତ ବଢ଼ାଇଛନ୍ତି। ଭୋଗରାଇ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସ ଏବଂ ପୂର୍ବତନ ଏମ୍‌ପି ଡ. କାର୍ତ୍ତିକେଶ୍ୱର ପାତ୍ର ମନ୍ଦିର ନିର୍ମାଣ ନିମନ୍ତେ ଉଦ୍ୟମ ଜାରି ରଖିଛନ୍ତି। ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଅନୁରୂପ ଭାବେ ଭୁଷଣ୍ଡେଶ୍ୱର ମନ୍ଦିର ନିର୍ମାଣ ନିମନ୍ତେ ୧୨ରୁ ୧୫ କୋଟି ଟଙ୍କା ଖର୍ଚ୍ଚ ହେବ ବୋଲି ଆକଳନ କରାଯାଇଛି। ପୂର୍ତ୍ତବିଭାଗ, ଗ୍ରାମ୍ୟ ଉନ୍ନୟନ ବିଭାଗ, ଡ୍ରେନେଜ୍‌ ବିଭାଗର ବରିଷ୍ଠ ଇଞ୍ଜିନିୟରମାନଙ୍କ ଦ୍ୱାରା ମନ୍ଦିର ଡିଜାଇନ୍‌ ଚୂଡ଼ାନ୍ତ ପ୍ରସ୍ତୁତ ହୋଇଥିବାବେଳେ ବୁଧବାର ବିଧାୟକ ଅନନ୍ତ ଦାସ ମନ୍ଦିର ନିର୍ମାଣ କାର୍ଯ୍ୟର ଶୁଭାରମ୍ଭ କରିଛନ୍ତି। ଟିଣଛପର ଘରେ ପୂଜା ପାଉଥିବା ଭୁଷଣ୍ଡେଶ୍ୱର ଜୀଉଙ୍କଠାରେ ବିଧାୟକ, ପୂର୍ବତନ ଏମ୍‌ପିଙ୍କ ସହିତ ବହୁ ଇଞ୍ଜିନିୟର, ଜନପ୍ରତିନିଧି, ସ୍ଥାନୀୟ ଜନସାଧାରଣ ପୂଜା ପାଠ କରି ମନ୍ଦିର ନିର୍ମାଣ ପାଇଁ ସମସ୍ତଙ୍କର ସହଯୋଗ ଲୋଡ଼ିଛନ୍ତି। ଭୂଷଣ୍ଡେଶ୍ୱର ମନ୍ଦିର ନିର୍ମାଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେଲେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିବା ସହିତ ସ୍ଥାନୀୟ ଲୋକଙ୍କ ସାମାଜିକ ଓ ଅର୍ଥନୀତିରେ ବିକାଶ ଘଟିବ ବୋଲି ବିଧାୟକ ମତ ପ୍ରକାଶ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ପଞ୍ଚାୟତ ସମିତି ସହକାରୀ ଯନ୍ତ୍ରୀ ବିଜୟ କୁମାର ଗିିରି, ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ସଞ୍ଜୟ କୁମାର ସାହୁ, ଏସ୍‌ଡ଼ିଓ ସରୋଜ କୁମାର ଦଣ୍ଡପାଟ, ପୂର୍ତ୍ତବିଭାଗର ଏସ୍‌ଡ଼ିଓ ମାନସ ରଞ୍ଜନ ସେଠୀ, ପୂର୍ବତନ ଅଧୀକ୍ଷଣ ଯନ୍ତ୍ରୀ ମାନସ ରଞ୍ଜନ ପଟ୍ଟନାୟକ, ତହସିଲଦାର ସନତ କୁମାର ନାୟକ, ସରପଞ୍ଚ ପ୍ରବୀର କୁମାର ଗିରି, ତପନ ପଣ୍ଡା, ପ୍ରଦୀପ ବେହେରା, ରତନ ବାଗ, ସମିତିସଦସ୍ୟ ଭବେନ୍ଦ୍ର ସାହୁ, ପଞ୍ଚାୟତ ସମିତି ଉପାଧ୍ୟକ୍ଷ ଦୀପକ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

ଆରଆଇ କାର୍ଯ୍ୟାଳୟରେ ତାଲା: ପଲିଥିନ୍‌ରୁ ବଞ୍ଚିତ ବନ୍ୟା ପ୍ରଭାବିତ

ହାଟଡିହୀ/ଛେନାପଦୀ, ୭।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା):କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନ ସମଣା ରାଜସ୍ବ ନିରୀକ୍ଷକ (ଆରଆଇ) କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ତାଲା ଝୁଲୁଥିବା ଅଭିଯୋଗ ହୋଇଛି।…

୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର: ଏହିସବୁ ଉପରେ ବଡ଼ ଘୋଷଣା

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍‌ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

ପଶ୍ଚିମବଙ୍ଗରେ ହେବ ଖେଳ! ଯେଉଁଠାରୁ ହାରିଥିଲେ, ସେଠାରୁ ପୁଣି ନିର୍ବାଚନ ଲଢିବେ ଦିଦି? ଆସିଲା ବଡ଼ ଖବର

କୋଲକାତା,୭।୯: ପଶ୍ଚିମବଙ୍ଗର ଦୁଇଟି ବିଧାନସଭା ଆସନ ନନ୍ଦୀଗ୍ରାମ ଓ ରେଜିନଗର ପାଇଁ ଉପନିର୍ବାଚନ ଘୋଷଣା କରିଛନ୍ତି ଭାରତୀୟ ନିର୍ବାଚନ କମିଶନ (ECI)। ସୋମବାର ଘୋଷିତ କାର୍ଯ୍ୟସୂଚୀ ଅନୁଯାୟୀ,…

ବ୍ୟାଗ୍‌ରୁ ନବଜାତ ଶିଶୁପୁତ୍ର ଉଦ୍ଧାର

ପାପଡ଼ାହାଣ୍ଡି, ୭।୯ (ସ୍ବପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍‌ ମୈଦଲପୁର ଥାନା ପୋଲିସ ସୋମବାର ରାସ୍ତାକଡ଼ରେ ପଡ଼ିଥିବା ବ୍ୟାଗ୍‌ରୁ ଏକ ନବଜାତ ଶିଶୁପୁତ୍ର ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri