Posted inଜାତୀୟ

ଭୂକମ୍ପରେ ବହୁ ଘର କ୍ଷତିଗ୍ରସ୍ତ

ଆଇଜଲ,୨୩ା୬(ପି.ଟି.) ମିଜୋରାମରେ ସୋମବାର ଭୋର ସମୟରେ ୫.୩ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି। ଭୂକମ୍ପ ଯୋଗୁ ବହୁ ଘର କ୍ଷତିଗ୍ରସ୍ତ ହେବା ସହ ବିଭିନ୍ନ ସ୍ଥାନରେ ରାସ୍ତାରେ ଫାଟ ସୃଷ୍ଟି ହୋଇଛି। ତେବେ କେହି ମୃତାହତ ହୋଇଥିବାର ଖବର ମିଳିନାହିଁ। ଭୋର ୪ଟା ୧୦ ମିନିଟ ସମୟରେ ଭୂକମ୍ପ ଅନୁଭୂତ ହୋଇଥିଲା। ଏହାର କେନ୍ଦ୍ରସ୍ଥଳ ଭାରତ-ମ୍ୟାନ୍‌ମାର ସୀମାନ୍ତ ଚମ୍ଫାଇ ଜିଲାର ଜୋଖଥର ବୋଲି ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ରାଜଧାନୀ ଆଇଜଲ ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଏହାର କମ୍ପନ ଅନୁଭୂତ ହୋଇଥିଲା। ଜୋଖଥରସ୍ଥିତ ଚର୍ଚ୍ଚ ସମେତ ଚମ୍ଫାଇ ଜିଲାର ବହୁ ଘର ଓ ବିଲ୍ଡିଂ ଆଂଶିକ କ୍ଷତିଗ୍ରସ୍ତ ହୋଇଛି। ସମ୍ପୂର୍ଣ୍ଣ କ୍ଷୟକ୍ଷତି ଆକଳନ କରାଯାଇନାହିଁ। ରବିବାର ଅପରାହ୍ନରେ ମଧ୍ୟ ମିଜୋରାମରେ ୫.୧ ତୀବ୍ରତାର ଭୂକମ୍ପ ହୋଇଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୂକମ୍ପ କ୍ଷୟକ୍ଷତି ସମ୍ପର୍କରେ ମିଜୋରାମ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗାଙ୍କ ସହ କଥା ହୋଇଛନ୍ତି। କେନ୍ଦ୍ର ସରକାର ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇଦେବେ ବୋଲି ମୋଦି ଟୁଇଟ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍‌ରେ ଲୁଚାଯାଇଥିବା ଗାଡ଼ି ଜବତ

ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ…

ବିଶୋଧିତ ଜଳ ବ୍ୟବହାର କଲେ ମନୁଷ୍ୟ ସମାଜ ସୁସ୍ଥ ରହିବ

ବିଶାଳ ଭୂପୃଷ୍ଠକୁ ସୁବିସ୍ତୃତ ଜଳରାଶି ଚାରିପଟୁ ସଜାଗ ପୋଲିସ ବାହିନୀ ସଦୃଶ ଘେରିରହିଛି। ମହାସାଗର, ସାଗର ଓ ନଦୀଜଳ ଦ୍ୱାରା ଜାଗତିକ ସଭ୍ୟତା ଉନ୍ନତିର ସୋପାନରେ ଆଗେଇ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

ଇଲେକ୍ଟ୍ରୋନେଗେଟିଭିଟି ଭ୍ରମର ସମାଧାନ (Breaking the Electronegativity Myth): ପ୍ରାୟ ଏକ ଶତାବ୍ଦୀ ଧରି, ରସାୟନ ବିଜ୍ଞାନ ପାଠ୍ୟପୁସ୍ତକଗୁଡ଼ିକ ଏକ ନିୟମ ଶିଖାଇ ଆସିଥିଲେ: ହାଇଡ୍ରୋଜେନ ବନ୍ଧନ…

‘ଯେକୌଣସି ଭୁଲ ପ୍ରାଣଘାତକ ହେବ’ ହର୍ମୁଜ ପ୍ରଣାଳୀରେ ସୀମାପାର ମନୋଭାବରେ ଇରାନ

ତେହରାନ,୧୩।୪: ଇସଲାମାବାଦରେ ‘ଶାନ୍ତି ଆଲୋଚନା’ ବିଫଳ ହେବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଇପାରେ। ଇରାନ ନୌସେନା ହର୍ମୁଜ ପ୍ରଣାଳୀ…

ଆମେରିକାକୁ ବଡ଼ ପରାମର୍ଶ ଦେଲା ଇରାନ, କହିଲା ଟ୍ରମ୍ପଙ୍କୁ ଆମର…

ତେହରାନ,୧୩।୪: ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ ସଙ୍କେତ ଦେଇଛନ୍ତି ଯେ ତେହରାନ ଆମେରିକା ସହିତ ଏକ ଚୁକ୍ତିରେ ପହଞ୍ଚିବାକୁ ପ୍ରସ୍ତୁତ। ସେ କହିଛନ୍ତି ଯେ, ଏକ ସମାଧାନ…

ଶସ୍ତା ହୋଇଗଲା ସୁନା-ରୂପା ଦାମ୍, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୧୩।୪: ସୁନା ଏବଂ ରୂପାର ମୂଲ୍ୟରେ ସୋମବାର ଦିନ ରେକର୍ଡ ହ୍ରାସ କରାଯାଇଛି। ଫ୍ୟୁଚର୍ସ ବଜାରରେ, ଉଭୟ ମୂଲ୍ୟବାନ ଧାତୁର ମୂଲ୍ୟ ହ୍ରାସ ପାଇଛି । ମଲ୍ଟି…

ବ୍ଲଡ୍‌ପ୍ରେସର ରୋଗୀଙ୍କ ପାଇଁ ବେଶ୍‌ ଉପକାରୀ ସଜନା ଶାଗ

ସ୍ବାସ୍ଥ୍ୟ ପାଇଁ ବେଶ୍‌ ଲାଭଦାୟକ ହେଉଛି ଶଜନା ଶାଗ। ଏଥିରେ କାଲ୍‌ସିୟମ୍‌, ଆଇରନ୍‌ ସମେତ ଭିଟାମିନ୍‌-ଏ, ସି ଏବଂ ଇ ଭରି ରହିଛି। ବିଶେଷଭାବରେ ବ୍ଲଡ୍‌ପ୍ରେସର ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri