ଭୂତକୋଠି ପାଲଟିଛି ଆଦିବାସୀ ବାଳକ ଶିକ୍ଷାଶୌଧ

ଚନ୍ଦ୍ରଗିରି,୪ା୧୦(ଡି.ଏନ.ଏ.)- ଗଜପତି ଜିଲା ମୋହନା ବ୍ଲକ ଚନ୍ଦ୍ରଗିରି ସୌରା ଉନ୍ନୟନ ସଂସ୍ଥା ଜରିଆରେ ଧାଡିଆମ୍ବ ପଞ୍ଚାୟତର ପଲାବନ୍ଧା ଗାଁରେ ୨୦୧୩-୧୪ ଆର୍ଥିକ ବର୍ଷରେ ଆଦିବାସୀ ଛାତ୍ରଙ୍କ ଶିକ୍ଷାର ବିକାଶ ଲକ୍ଷ୍ୟରେ ନିର୍ମାଣ ହୋଇଥିଲା ୨ଶହ ଆସନ ବିଶିଷ୍ଟ ବାଳକ ଶିକ୍ଷା ଶୌଧ। ପଲାବନ୍ଧା ଗ୍ରାମର ମୋଟ ୮ ଏକର ଜମିରେ ଏହା ନିର୍ମାଣ କରାଯାଇଥିଲା। ଅଞ୍ଚଳର ଆଦିବାସୀମାନେ ନିଜ ପିଲାଙ୍କ ଉଜ୍ଜ୍ୱଳ ଭବିଷ୍ୟତ ନେଇ ସ୍ବପ୍ନ ଦେଖିଥିଲେ। ହେଲେ ବିଡମ୍ବନାର ବିଷୟ ନିର୍ମାଣର ୩ବର୍ଷ ପରେ ମଧ୍ୟ ପ୍ରଶାସନର ଦାୟିତ୍ୱହୀନତା ଯୋଗୁ ଏହା କାର୍ଯ୍ୟକ୍ଷମ ହୋଇ ନ ପାରି ଭୂତକୋଠି ପାଲଟିଛି। କେଉଁଠି କାନ୍ଥ ଫାଟି ଆଁ କଲାଣି ତ ଆଉ କେଉଁଠି ଘର ଭିତରେ ଊଇହୁଙ୍କା ହୋଇଗଲାଣି। ବିଦ୍ୟୁତ, ପାନୀୟ ଜଳ ଯୋଗାଣ ପାଇଁ ଲଗାଯାଇଥିବା ସରଞ୍ଜାମ ଚୋରୀ ହେବାସହ ପାଚେରି ମଧ୍ୟ ଭାଙ୍ଗିଗଲାଣି। ଏବେ ଏହା ଅସାମାଜିକଙ୍କ ଆଡ୍ଡାସ୍ଥଳୀ ଓ ଗୋରୁଙ୍କ ଚରାଭୂଇଁ ପାଲଟିଛି। ଏହାକୁ ଯଥାଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ଧାଡିଆମ୍ବ ନାଏବ ସରପଞ୍ଚ ପୂର୍ଣ୍ଣିମା ଗମାଙ୍ଗ, ସମ୍ବରା ରଇତ, ହେମାବତୀ ଗମାଙ୍ଗ, ସୁକାନ୍ତ ଦଳାଇ ପ୍ରମୁଖ ବିଭାଗୀୟ ଅଧୀକାରୀ ଓ ଜିଲାପାଳଙ୍କୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁନଥିବା ଅଭିଯୋଗ କରିଛନ୍ତି।
ଏନେଇ ଚନ୍ଦ୍ରଗିରି ସୌରା ଉନ୍ନୟନ ସଂସ୍ଥା ସ୍ବତନ୍ତ୍ର ପଦାଧିକାରୀ ଦମିନିକ ଟପ୍ପୋଙ୍କୁ ପଚାରିବାରୁ କୋଠା ଭଲ ଅଛି, ସମସ୍ୟା ନେଇ ବିଭାଗୀୟ ଉପରିସ୍ଥ ଅଧିକାରୀଙ୍କୁ ଜଣାଇ ଦିଆଯାଇଛି, ନିର୍ଦ୍ଦେଶ ମିଳିଲେ ଶିକ୍ଷକ ନିଯୁକ୍ତ କରାଯାଇ ପାଠପଢା ଆରମ୍ଭ ହେବ। ଅପରପକ୍ଷେ ବିଲ୍‌ଡିଂ କାମ ସରିଥିବା ସରକାରଙ୍କୁ ଜଣାଇ ଦିଆଯାଇଛି, ନିର୍ଦ୍ଦେଶ ଆସିଲେ ଏହାକୁ କାର୍ଯ୍ୟକ୍ଷମ କରାଯିବ ଏବଂ ରକ୍ଷଣାବେକ୍ଷଣ ପାଇଁ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି କହିଛନ୍ତି ଗଜପତି ଜିଲାପାଳ ଅନୁପମ ସାହା।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri