Posted inଜାତୀୟ

ଭୂସ୍ଖଳନରେ ଫସିଥିବା ବ୍ୟକ୍ତିଙ୍କୁ ଉଦ୍ଧାର କଲେ ଯବାନ

ଶ୍ରୀନଗର,୩୧।୭: ଜମ୍ମୁ-କଶ୍ମୀରର ଶ୍ରୀନଗର ହାଇଓ୍ବେ ନିକଟରେ ଭୂସ୍ଖଳନରେ ଫସିଥିବା ଜଣେ ଯୁବକଙ୍କୁ ବୁଧବାର ସିଆରପିଏଫ୍‌ର ୭୨ ବାଟାଲିୟନ ଯବାନ ଉଦ୍ଧାର କରିଛନ୍ତି। ମଙ୍ଗଳବାର ଲଗାଣ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ମାଟି ଅତଡା ଧସିଯାଇଥିଲା। ଫଳରେ ରାସ୍ତାରେ ଯାତାୟାତରେ ବାଧା ସୃଷ୍ଟି ହୋଇଛି। ସେହିପରି ରାତିରେ ଜମ୍ମୁ-ଶ୍ରୀନଗର ହାଇଓ୍ବେରେ ଭୂସ୍ଖଳନ ହେବାରୁ ଜଣେ ବ୍ୟକ୍ତି ସେଠାରେ ଫସିଯାଇଥିଲେ। ସେହି ରାସ୍ତା ଦେଇ ଯାଉଥିବା ସିଆରପିଏଫ୍‌ ଯବାନମାନଙ୍କ ସହ ଥିବା ଡଗ୍‌ ସ୍କ୍ବାଡ ଭଗ୍ନାବଶେଷ ତଳେ ଫସିରହିଥିବା ବ୍ୟକ୍ତିଙ୍କୁ ଦେଖିଥିଲା। ଏହାପରେ ସିଆପିଏଫ୍‌ ଓ ଅନ୍ୟାନ୍ୟ ଏଜେନି ପକ୍ଷରୁ ଉଦ୍ଧାର କାର୍ଯ୍ୟ ଆରମ୍ଭ କରାଯାଇଥିଲା। ରାତିସାରା ଭଗ୍ନାବଶେଷ ତଳେ ଫସିରହିଥିବା ବ୍ୟକ୍ତିଙ୍କ ଜୀବନ ବଞ୍ଚାଇବାରେ ସିଆରପିଏଫ୍‌ର ଡଗ୍‌ ଆଜାକ୍ସୀର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଉକ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରାଯାଇଛି। ଅପରପକ୍ଷରେ ସହରର ବିଭିନ୍ନ ସ୍ଥାନରେ ହୋଇଥିବା ଭୂସ୍ଖଳନ ଯୋଗୁ ଅମରନାଥ ଯାତ୍ରାକୁ ବନ୍ଦ କରିଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

୪୮ ଘଣ୍ଟା ପାଇଁ ଧବଳେଶ୍ବର ପୀଠକୁ ଯିବା ମନା: ଲାଗିଲା ପ୍ରଶାସନିକ କଟକଣା

ଆଠଗଡ଼, ୩୦।୭: ଆଠଗଡ଼ର ପ୍ରସିଦ୍ଧ ଶୈବପୀଠ ବାବା ଧବଳେଶ୍ବରଙ୍କ ପୀଠକୁ ଗୁରୁବାର ଅପରାହ୍ଣ ୪ଟାରୁ ପରବର୍ତ୍ତୀ ୪୮ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ଯିବା ଆସିବା ସମ୍ପୂର୍ଣ୍ଣ ବାରଣ…

ଟଙ୍କା ହେରଫେର, ପୂର୍ବତନ ସମିତି ସମ୍ପାଦକ ଗିରଫ

ହାଟଡିହୀ,୩୦।୭(ଶୁଭକାନ୍ତ ନାୟକ): ଟଙ୍କା ହେରଫେର ଅଭିଯୋଗରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସଢା ସେବା ସମବାୟ ସମିତିର ପୂର୍ବତନ ସମ୍ପାଦକ ଦୀନବନ୍ଧୁ ଜେନାଙ୍କୁ ଭିଜିଲାନ୍ସ ଗୁରୁବାର ଗିରଫ…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ଗୋରୁ ବୋଝେଇ ଗାଡ଼ି ସହ ୨ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ, ହାଟରେ ବିକ୍ରି ପାଇଁ ନେଉଥିଲେ

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ଅଞ୍ଚଳରେ କିଛି ଗୋରୁ ବେପାରୀ ଗତ କିଛିଦିନ ହେଲା ବେଧଡକ ଭାବେ ବେଆଇନ ଗୋରୁ ବ୍ୟବସାୟ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri