ଭେଣ୍ଡିଂ ମେସିନରେ କାର ବିକ୍ରି କରି ଅରବପତି ହେଲେ ବାପପୁଅ

ଓ୍ବାଶିଂଟନ୍‌,୧୬।୪: ଆମେରିକାର ଭେଣ୍ଡିଂ ମେସିନରେ କାର ବିକ୍ରି କରି କୋଟିପତି ହେଲେ ବାପପୁଅ। ବର୍ତ୍ତମାନ ସମୟରେ ଦୁଇଜଣ ୪୭ହଜାର କୋଟିର ମାଲିକ ବୋଲି ଜଣାପଡିଛି। କାରଭାନ ହେଉଛି ପୁରୁଣା କାର ବିକ୍ର କରୁଥିବା ଆମେରିକାର ଜଣାଶୁଣା ଏକ କମ୍ପାନୀ। ଏହାକୁ ପୁରୁଣା କାରର ଆମାଜନ ମଧ୍ୟ କୁହାଯାଏ। ଏହି କମ୍ପାନୀ କ୍ଷତିରେ ଚାଲୁଥିବା ବେଳେ ଏହାର ସଂସ୍ଥାପକ ବାପା ଏରନେଷ୍ଟ ଗ୍ରାସିଆ ଦ୍ୱିତୀୟ ଓ ପୁଅ ଏରନେଷ୍ଟ ଗ୍ରାସିଆ ତୃତୀୟ ଅରବପତି ବୋଲି ଜଣାପଡ଼ିଛି। ୧୯୯୦ରେ ଏକ ଦୁର୍ନୀତିରେ ଗ୍ରାସିଆ ଦ୍ୱିତୀୟ ଦୋଷୀ ସାବସ୍ତ୍ୟ ହୋଇଥିଲେ, କିନ୍ତୁ ସରକାରୀ ସାକ୍ଷୀ ହେବା ପରେ ସେ ଜେଲ୍‌ ଯିବାରୁ ବଞ୍ଚିତ ହୋଇଥିଲେ। ଏହାପରେ ସେ ପୁରୁଣା କାରକୁ ବିକ୍ରି କରିବା ସହ କ୍ରେତାଙ୍କୁ ଋଣ ଦେବାର ବ୍ୟବସାୟ ଆରମ୍ଭ କରିଥିଲେ। ୨୦୧୩ରେ ଗ୍ରାସିଆ କାରଭାନ କମ୍ପାନୀ ପ୍ରତିଷ୍ଠା କରିଥିଲେ। କାରଭାନ ପୁରୁଣା କାର ବିକ୍ରି ଓ କ୍ରୟ କରିବା ସହ କ୍ରେତାଙ୍କୁ ଋଣ ଦେବାର ବ୍ୟବସାୟ ମଧ୍ୟ କରୁଥିଲା। ଏହି କମ୍ପାନୀର ବିଶେଷତ୍ୱ ହେଲା ସେ ଭେଣ୍ଡିଂ ମେସିନ୍‌ ଜରିଆରେ କାର ବିକ୍ରି କରିଥାଏ। ଆଉ ଏହି କମ୍ପାନୀ କାର ବିକ୍ରି କରିବା ପାଇଁ ୧୬ଟି ଭେଣ୍ଡିଂ ମେସିନ୍‌ ଲଗାଇଥିବା ସୂଚନା ମିଳିଛି। ୫ବର୍ଷର ଏହି କମ୍ପାନୀ ଏବେ ପର୍ଯ୍ୟନ୍ତ କ୍ଷତିରେ ଚାଲୁଥିବା ବେଳେ ଏହାର ଶେୟାରରେ ଲାଗାତାର ବୃଦ୍ଧି ଓ ହ୍ରାସ ହେଉଥିବା ସୂଚନା ମିଳିଛି। ହେଲେ କମ୍ପାନୀର ସଂସ୍ଥାପକ କିନ୍ତୁ ଅରବ ଟଙ୍କାର ମାଲିକ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ କଡ଼ା ଚେତାବନୀ ଦେଲା ଇରାନ, ତେଲ ଅଭିଭର…

ତେହରାନ୍‌,୧।୭: ଇରାନର ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚି ସର୍ବୋଚ୍ଚ ନେତାଙ୍କ ସମ୍ପର୍କରେ ଇସ୍ରାଏଲର ମନ୍ତବ୍ୟକୁ କଡ଼ା ସମାଲୋଚନା କରିଛନ୍ତି । ଆମେରିକାକୁ “ତେଲ ଅଭିଭରେ ପାଳିତ ପଶୁ”…

ଚାଇନାର କୃତିମ ସୂର୍ଯ୍ୟ! ବିଶ୍ୱର ସବୁଠାରୁ ବଡ଼ ଚୁମ୍ୱକ ଦେଖି ସମସ୍ତେ ତାଜୁବ

ନୂଆଦିଲ୍ଲୀ,୧।୭: ଚୀନ୍ ନିଜର ‘କମ୍ପ୍ରିହେନ୍‌ସିଭ୍ ରିସର୍ଚ୍ଚ ଫାସିଲିଟି ଫର୍ ଫ୍ୟୁଜନ୍ ଟେକ୍ନୋଲୋଜି’ (CRAFT) ପାଇଁ ବିଶ୍ୱର ସବୁଠାରୁ ବଡ଼ ସୁପରକଣ୍ଡକ୍ଟିଂ ମ୍ୟାଗ୍ନେଟ୍ (ଚୁମ୍ବକ) ପ୍ରସ୍ତୁତ କରିଛି ଏବଂ ଏହାର…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

୧ ଜୁଲାଇରୁ ବଦଳିଗଲା ଏହି ୧୦ଟି ବଡ଼ ନିୟମ! ଆଇଟିଆର୍‌, କ୍ରେଡିଟ୍ କାର୍ଡଠାରୁ ଆରମ୍ଭ କରି ପିଏଫ୍‌ ଉଠାଣ ପର୍ଯ୍ୟନ୍ତ…

ନୂଆଦିଲ୍ଲୀ,୧।୭: ଜୁଲାଇ ଆରମ୍ଭ ହୋଇଯାଇଛି। ଆଇଟିଆର୍ (ITR) ଦାଖଲ ସମୟସୀମାଠାରୁ ଆରମ୍ଭ କରି ୟୁପିଆଇ (UPI) ଭିତ୍ତିକ ପିଏଫ୍ (PF) ଟଙ୍କା ଉଠାଣ ଏବଂ କ୍ରେଡିଟ୍ କାର୍ଡର…

ମାସର ପ୍ରଥମ ଦିନରେ ଶସ୍ତା ହେଲା ସୁନା; ଏତିକି ଖସିଲା ରେଟ! ଜାଣନ୍ତୁ ୧ ଜୁଲାଇର ନୂଆ ରେଟ୍…

ନୂଆଦିଲ୍ଲୀ,୧।୭:  ୧ ଜୁଲାଇ ୨୦୨୬ରେ ସୁନା ଏବଂ ରୂପା ଉଭୟର ମୂଲ୍ୟରେ ହ୍ରାସ ଦେଖିବାକୁ ମିଳିଛି। କ୍ରମାଗତ ଭାବେ ବଢୁଥିବା ମୂଲ୍ୟ ପରେ ଏବେ ଗ୍ରାହକମାନଙ୍କୁ ସାମାନ୍ୟ…

ଦେଶରେ ୫ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଜାଣନ୍ତୁ କେଉଁ କମ୍ପାନୀ କଲା ଘୋଷଣା

ନୂଆଦିଲ୍ଲୀ,୧।୭: ଦେଶର କୋଟି କୋଟି ଜନତାଙ୍କ ପାଇଁ ଏକ ବଡ଼ ଖୁସି ଖବର। ଦୀର୍ଘ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ଦେଶରେ ଇନ୍ଧନ ମୂଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri