Posted inଖେଳ

ଭେନୁଗୋପାଳ ରାଓଙ୍କ ଅବସର

ମୁମ୍ବାଇ, ୩୧।୭(ପି.ଟି.)-ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ତଥା ଆନ୍ଧ୍ର ପ୍ରଦେଶ ଦଳର ଅଧିନାୟକ ଓ୍ବାଇ. ଭେନୁଗୋପାଳ ରାଓ ମଙ୍ଗଳବାର କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ଭାରତ ପକ୍ଷରୁ ୧୬ଟି ଏକଦିବସୀୟ ଅନ୍ତର୍ଜାତୀୟ ଏବଂ ୬୫ଟି ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ମ୍ୟାଚ ଖେଳିଥିବା ଭେନୁଗୋପାଳଙ୍କ ଅବସର ସମ୍ପର୍କରେ ଆନ୍ଧ୍ର କ୍ରିକେଟ ଆସୋସିଏଶନ ପକ୍ଷରୁ ସ୍ପଷ୍ଟ କରାଯାଇଛି। ୨୦୦୫ ଜୁଲାଇ ୩୦ରେ ଦାମ୍ବୁଲାଠାରେ ଶ୍ରୀଲଙ୍କା ବିପକ୍ଷରେ ଅନ୍ତର୍ଜାତୀୟ ପଦାର୍ପଣ କରିଥିବା ଏହି ୩୭ ବର୍ଷୀୟ ବିଶାଖାପଟନମ୍‌ ବାସିନ୍ଦା ଭାରତ ପକ୍ଷରୁ ୧୧ଟି ଇନିଂସ ଖେଳି ଗୋଟିଏ ଅର୍ଦ୍ଧଶତକ ସହାୟତାରେ ୨୧୮ ରନ ସଂଗ୍ରହ କରିଥିଲେ। ୨୦୦୬ ମେ ୨୩ରେ ସେ ଓ୍ବେଷ୍ଟଇଣ୍ଡିଜ ବିପକ୍ଷରେ ବାସେଟେରେଠାରେ କ୍ୟାରିୟରର ଶେଷ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ ଖେଳିଥିଲେ। ତେବେ ସେ ୧୨୧ଟି ପ୍ରଥମଶ୍ରେଣୀ ମ୍ୟାଚ ଖେଳି ୧୭ ଶତକ ଏବଂ ୩୦ ଅର୍ଦ୍ଧଶତକ ସହାୟତାରେ ସେ ୭,୦୮୧ ରନ ସଂଗ୍ରହ କରିଥିଲେ। ଆଇପିଏଲରେ ସେ ୨୦୦୮ରୁ ୨୦୧୪ ମଧ୍ୟରେ ଡେକାନ ଚାର୍ଜର୍ସ ଓ ସନ୍‌ରାଇଜର୍ସ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?