Posted inଜାତୀୟ

ଭୋକ ସହ ଲଢ଼େଇରେ ୫ ରାଜ୍ୟ ଆଗୁଆ: ନୀତି ଆୟୋଗ

ନୂଆଦିଲ୍ଲୀ,୧୧।୬: ଭୋକ ସହ ଲଢ଼େଇରେ ଦେଶର ୫ ରାଜ୍ୟ ଆଗୁଆ ରହିଛନ୍ତି। ଏନେଇ ନୀତି ଆୟୋଗ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦର୍ଶାଯାଇଛି। ପଞ୍ଜାବ, କେରଳ, ଗୋଆ, ମିଜୋରାମ୍‌ ଏବଂ ନାଗାଲାଣ୍ଡ ଆଦି ରାଜ୍ୟ ଏହି କ୍ଷେତ୍ରରେ ବେଶ୍‌ ଭଲ କାର୍ଯ୍ୟ କରୁଥିବା ରିପୋର୍ଟରେ କୁହାଯାଇଛି। ଅନ୍ୟ ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳରେ ଲୋକେ ଦୁଇବେଳା ଖାଇବାକୁ ପାଉ ନ ଥିବା ନୀତି ଆୟୋଗ ପକ୍ଷରୁ ସୂଚିତ କରାଯାଇଛି। ଝାଡ଼ଖଣ୍ଡ, ବିହାର, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ମେଘାଳୟ, ରାଜସ୍ଥାନ ଅଦି ରାଜ୍ୟରେ ଭୋକ ସମସ୍ୟା ଉତ୍କଟ ରହିଛି। ଅପରପକ୍ଷରେ ଜମ୍ମୁ-କଶ୍ମୀର, ହିମାଚଳପ୍ରଦେଶ, ଉତ୍ତରାଖଣ୍ଡ, ହରିୟାଣା,ତାମିଲନାଡୁ, କର୍ନାଟକ ଆଦି ରାଜ୍ୟ ଯୋଜନାବଦ୍ଧ ଭାବେ ଭୋକ ସହିତ ଲଢ଼ିବା ଜାରି ରଖିଛନ୍ତି। ଭୋକରୁ ମୁକ୍ତି ଲାଗି ଭାରତ ସରକାର ୨୦୩୦କୁ ସମୟସୀମା ଭାବେ ଧାର୍ଯ୍ୟ କରିଛନ୍ତି। ତେବେ ଏହି ଲକ୍ଷ୍ୟ ହାସଲ କରିବା କଷ୍ଟକର ହେବ ବୋଲି ନୀତି ଆୟୋଗ ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କଲା GIVA; କୃତି ସାନନଙ୍କ ପୋଷାକକୁ ନେଇ ହଙ୍ଗାମା

ମୁମ୍ବାଇ,୨୬।୮: ଅଳଙ୍କାର ବ୍ରାଣ୍ଡ GIVA ବଲିଉଡ ଅଭିନେତ୍ରୀ କୃତି ସାନନଙ୍କ ସହିତ ତାଙ୍କର ରକ୍ଷା ବନ୍ଧନ ବିଜ୍ଞାପନ ପ୍ରତ୍ୟାହାର କରିନେଇଛି। ବିଜ୍ଞାପନରେ କୃତି ସାନନ ପିନ୍ଧିଥିବା ପୋଷାକକୁ…

ସରକାରଙ୍କ ବଡ଼ ନିଷ୍ପତ୍ତି: ବୃଦ୍ଧ ମାତାପିତାଙ୍କ ପ୍ରତି ଅତ୍ୟାଚାର କରୁଥିବା ପିଲାମାନଙ୍କୁ ମିଳବ ନାହିଁ ସମ୍ପତ୍ତିରେ ଅଧିକାର

ଲକ୍ଷ୍ନୌ,୨୬।୮: ଉତ୍ତର ପ୍ରଦେଶରେ, ବୃଦ୍ଧ ମାତାପିତା ଏବେ ସେମାନଙ୍କୁ ଅବହେଳା କିମ୍ବା ଦୁର୍ବ୍ୟବହାର କରୁଥିବା ପିଲାମାନଙ୍କୁ ସହଜରେ ସମ୍ପତ୍ତିରୁ ବେଦଖଲ କରିପାରିବେ। ବରିଷ୍ଠ ନାଗରିକଙ୍କ ଅଧିକାରକୁ ସୁରକ୍ଷିତ…

ବୟଫ୍ରେଣ୍ଡଙ୍କ କାର୍‌ରେ ୩୪୦୦ ଚୁମ୍ବନ ଦେଲେ ଗର୍ଲଫ୍ରେଣ୍ଡ: ଶେଷରେ ଭୋଗିବାକୁ ପଡ଼ିଲା…

ଗ୍ବାଲିୟର, ୨୬।୮:ସୋସିଆଲ ମିଡିଆରେ ଭାଇରାଲ ହେବା ପାଇଁ ପ୍ରେମ ପ୍ରକାଶର ଏକ ଅଜବ ଉପାୟ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଗ୍ବାଲିୟରରେ ଜଣେ ଯୁବତୀ ନିଜ ପ୍ରେମିକଙ୍କ…

ସରକାରଙ୍କ ବଡ଼ ଘୋଷଣା: ଇଣ୍ଟରକାଷ୍ଟରେ ବିବାହ କଲେ ମହିଳାଙ୍କୁ ମିଳିବ ଅଢ଼େଇ ଲକ୍ଷ!

ନୂଆଦିଲ୍ଲୀ,୨୬।୮: ବିହାରର ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀ ରାଜ୍ୟର ମହିଳା, ବିଶେଷକରି ଅନୁସୂଚିତ ଜାତି (SC) ଓ ଅନୁସୂଚିତ ଜନଜାତି (ST) ବର୍ଗର ମହିଳାଙ୍କ ପାଇଁ ବଡ଼ ଘୋଷଣା…

ମୁଁ ଆଶା କରୁଛି ଯେ…ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨୬।୮:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମିଲାଦ-ଉନ-ନବି (ଇଦ) ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବୁଧବାର ସମାଜକୁ ଏକ ବାର୍ତ୍ତା ଦେଇ, ସେ କରୁଣା ଏବଂ ସମ୍ପ୍ରଦାୟ ପ୍ରତି ଅବଦାନର…

ପ୍ରତିରକ୍ଷାରେ ଘରୋଇକରଣ

କେନ୍ଦ୍ର ସରକାର ଘରୋଇ ସଂସ୍ଥାଗୁଡ଼ିକ ପାଇଁ ପାରମ୍ପରିକ ମିଶାଇଲ ବା କ୍ଷେପଣାସ୍ତ୍ର ଉତ୍ପାଦନର ଦ୍ୱାର ଉନ୍ମୁକ୍ତ କରିଛନ୍ତି। ଏଣିକି ବେସରକାରୀ କମ୍ପାନୀଗୁଡ଼ିକ ‘ଅସ୍ତ୍ର’ ଏବଂ ‘ପ୍ରଳୟ’ ଭଳି…

ବିଜୟ ସରକାରର ୧୦୦ ଦିନ ପୂର୍ତ୍ତିରେ ରଜନୀକାନ୍ତଙ୍କ ‘ସାଇଲେଣ୍ଟ ମୋଡ’, ପ୍ରଶ୍ନ ଶୁଣି ଏମିତି ଦେଲେ ରିଆକ୍ସନ

ଚେନ୍ନାଇ,୨୬।୮: ଥଲାପତି ବିଜୟ ମେ’ ୧୦ ତାରିଖରେ ତାମିଲନାଡୁର ମୁଖ୍ୟମନ୍ତ୍ରୀ ପଦର ଶପଥ ନେଇଥିଲେ। ତାମିଲନାଡୁରେ ସରକାର ଗଠନକୁ ନେଇ ରହିଥିବା ସସ୍ପେନ୍ସର ଅନ୍ତ ଘଟାଇ, ନିଜ…

କୀର୍ତ୍ତନ ମଣ୍ଡଳୀ ଉପରେ ମାଡ଼ିଗଲା କାର୍‌: ଚାଲିଗଲା ୫ ଜୀବନ

ପାଟନା,୨୬।୮: ବିହାରର ସୁପୌଲ ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ପିପ୍ରା ଥାନା ଅଞ୍ଚଳର କଟାୟା ଚୌକର ବଜରଙ୍ଗବଳୀ ମନ୍ଦିର ନିକଟରେ ଏକ ନିୟନ୍ତ୍ରଣହୀନ କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri