ଭୋକିଲା ପେଟକୁ ମୁଠାଏ ଅନ୍ନ

ବରଗଡ଼ ଅଫିସ୍‌,୨୭।୩- କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ମଙ୍ଗଳବାର ମଧ୍ୟରାତ୍ରିରୁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ କରାଯାଇଛି। ଏହି କଟକଣା ଲାଗୁ ହେବା ପରେ ସାଧାରଣ ଜନତାଙ୍କଠାରୁ ଅସହାୟଙ୍କ ସମସ୍ୟା ବଢ଼ି ଯାଇଛି। ଖାଇବାକୁ ନ ପାଇ ଅସହାୟ ଲୋକେ ବସ୍‌ଷ୍ଟାଣ୍ଡ, ରେଳଷ୍ଟେଶନ ଆଦି ସ୍ଥାନରେ ଆଶ୍ରୟ ନେଇ ଭୋକଶୋଷରେ ରହୁଛନ୍ତି। ଏହାକୁ ହୃଦୟଙ୍ଗମ କରି ଗୁରୁବାର ବରଗଡ଼ ପୋଲିସ ଓ ସ୍ବେଚ୍ଛାସେବୀମାନେ ଭୋକିଲା ପେଟକୁ ମୁଠାଏ ଅନ୍ନ ଯୋଗାଇବା ଅଭିଯାନରେ ବାହାରିଛନ୍ତି। ସ୍ଥାନୀୟ ହାଟପଦାର ସାଇ ଟ୍ରଷ୍ଟ ସହଯୋଗରେ ବରଗଡ଼ ପୋଲିସ ଅସହାୟମାନଙ୍କୁ ରନ୍ଧାଖାଦ୍ୟ ବିତରଣ କରିଥିଲା। ଅତିରିକ୍ତ ଏସ୍‌ପି ଅମରେନ୍ଦ୍ର ରଣା, ଟାଉନ ଥାନା ଆଇଆଇସି ସଦନନ୍ଦ ପୂଜାହାରୀ ପ୍ରମୁଖଙ୍କ ତତ୍ତ୍ବାବଧାନରେ ପୋଲିସ କର୍ମଚାରୀମାନେ ସ୍ଥାନୀୟ ରେଳଷ୍ଟେଶନ, ବସଷ୍ଟାଣ୍ଡ୍‌, ଡାକ୍ତରଖାନାକୁ ଯାଇ ସେଠାରେ ରହିଥିବା ଅସହାୟ ଲୋକଙ୍କୁ ରନ୍ଧାଖାଦ୍ୟ ଦେଇଥିଲେ। ଅନୁରୂପଭାବେ ସ୍ଥାନୀୟ ସାମାଜିକ କର୍ମୀ ବିକାଶ ଅଗ୍ରୱାଲ, ରୋହିତ ଜୟସ୍ବାଲଙ୍କ ତତ୍ତ୍ବାବଧାନରେ ସ୍ବେଚ୍ଛାସେବୀମାନେ ଅସହାୟକୁ ରନ୍ଧାଖାଦ୍ୟ ଯୋଗାଇବା ପାଇଁ ଗୁରୁବାରରୁ ଅମୃତ ଆହାର ଅଭିଯାନରେ ବାହାରିଛନ୍ତି। ଏହି ଅଭିଯାନର ସ୍ବେଚ୍ଛାସେବୀମାନେ ମଧ୍ୟ ବରଗଡ଼ ସହରରେ ଥିବା ବସ୍‌ଷ୍ଟାଣ୍ଡ, ରେଳ ଷ୍ଟେଶନ, ଭଟଲି ରୋଡ୍‌ ଛକ, ଭିଏସଏସ ନଗର ଛକ ସମେତ ସହର ଉପକଣ୍ଠ ନାଗେନପାଲି ଛକ ଆଦି ଅଞ୍ଚଳକୁ ଯାଇ ଅସହାୟଙ୍କୁ ରନ୍ଧାଖାଦ୍ୟ ଯୋଗାଇଥିଲେ । ଯେତେଦିନ ପର୍ଯ୍ୟନ୍ତ ଲକ୍‌ ଡାଉନ୍‌ କଟକଣା ଲାଗୁ ରହିଥିବ, ସେତେଦିନ ପର୍ଯ୍ୟନ୍ତ ଏହି ଅଭିଯାନ ଜାରି ରହିଥିବ ବୋଲି ସାମାଜିକ କର୍ମୀ ଅଗ୍ରୱାଲ କହିଛନ୍ତି । ଲକ୍‌ ଡାଉନ୍‌ ସମୟରେ ଅସହାୟଙ୍କ କ୍ଷୁଧା ମେଣ୍ଟଇବା ଲକ୍ଷ୍ୟ ନେଇ ନିଜ ମଧ୍ୟରେ ସେମାନେ ପାଣ୍ଠି ସଂଗ୍ରହ କରିଛନ୍ତି ଏବଂ ନିଜେ ରନ୍ଧାବଢ଼ା କରି ଅସହାୟକୁ ଏହି ସେବା ଯୋଗାଇ ଆସୁଥିବା ସେ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ଗ୍ୟାସ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri