ଭୋକିଲା ରୋଗୀ, ଗରିବଙ୍କୁ ଦେଲେ ଖାଦ୍ୟ

ବଲାଙ୍ଗୀର ଅଫିସ, ୨୮ା୩ – କରୋନା ସଂକ୍ରମଣକୁ ନେଇ ଗାଁ, ସହର ଲକ୍‌ ଡାଉନ୍‌ ଥିବାବେଳେ ସବୁଠୁ ଅସହାୟ ହୋଇପଡିଛନ୍ତି ମାନସିକ ରୋଗୀ, ବୁଲା ଭିକାରୀ ଓ ସାଧାରଣ ଗରିବ ଲୋକ| ଉପାର୍ଜନ ବନ୍ଦ ହୋଇଯିବା ଓ ଲୋକେ ଘରୁ ବାହାରୁ ନଥିବାରୁ ଏହି ଅସହାୟମାନେ ଏବେ ଖାଦ୍ୟ ମୁଠାଏ ପାଇଁ ଡହକବିକଳ ହେଉଛନ୍ତି| ଏଭଳି ସମୟରେ ମାନବିବତାର ବାର୍ତ୍ତା ନେଇ ବିଙ୍ଗ ହ୍ୟୁମାନ୍‌ ଫାଉଣ୍ଡେସନ୍‌ର ସ୍ବେଚ୍ଛାସେବୀମାନେ ଏହି ପୀଡିତ ମାନଙ୍କ ପାଇଁ ଦେବଦୂତ ସାଜିଛନ୍ତି ା ରାସ୍ତାରେ ବୁଲୁଥିବା ମାନସିକ ରୋଗୀ, ଭିକାରୀଙ୍କୁ ରନ୍ଧା ଖାଦ୍ୟ ବଣ୍ଟନ କରି ସେମାନେ ମାନବିକତାର ଶ୍ରେଷ୍ଠ ବାର୍ତ୍ତା ଦେଇଛନ୍ତି ା ଲକ୍‌ ଡାଉନ୍‌ ଘୋଷଣା ପର ଠାରୁ ଏହି ଅନୁଷ୍ଠାନର ସ୍ବେଚ୍ଛାସେବୀମାନେ ବିଭିନ୍ନ ସ୍ଥାନରେ ରନ୍ଧା ଖାଦ୍ୟ ବଣ୍ଟନ କରୁଛନ୍ତି ା ଏହି କାର୍ଯ୍ୟକ୍ରମରେ ସୋମନାଥ ମିଶ୍ର, ବିବେକ ପଟେଲ, ତାପସ ମହାନ୍ତି, ପ୍ରୀତମ ବରାଡ, ବାପିନା ମହାରଣା, ମୋହିତ ତ୍ରିପାଠୀ ସକ୍ରିୟ ସହଯୋଗ କରୁଛନ୍ତି ା ଗୁରୁବାର ମଳମଣ୍ଡା ନିକଟ କମାର ବସ୍ତିରେ ଥିବା ଗିରବ ଶ୍ରେଣୀର ଲୋକେ ବହୁ ଅସୁବିଧାରେ ଥିବା ଜାଣିବା ପରେ ଲହି ସ୍ବେଚ୍ଛାସେବୀ ଟିମ୍‌ ସେଠାରେ ପହଞ୍ଚତ୍ ୧୫ଟି ପରିବାର ପ୍ରାୟ ୬୦ ଜଣଙ୍କୁ ୩ ଦିନର ଖାଦ୍ୟ ସାମଗ୍ରୀ ଚାଉଳ, ଡାଲି, ପନିପରିବା, ଚୁଡା, ସାବୁନ୍‌ ବଣ୍ଟନ କରିଥିଲେ ା ଭୀମଭୋଇ ମେଡିକାଲ କଲେଜରେ ୪ ଜଣ ରୋଗୀଙ୍କ ରକ୍ତ ଆବଶ୍ୟକତା ସମ୍ପର୍କରେ ଜାଣିବା ପରେ ଏହି ଅନୁଷ୍ଠାନ ସଦସ୍ୟ ବିକ୍ରମ ପାତ୍ର, ପ୍ରତ୍ୟୁଷ ଯୋଷୀ, ଅଜିତ ମହାନନ୍ଦ ଓ ଦେବାଶିଷ ଦାସ ରକ୍ତଦାନ କରି ୪ଟି ବହୁମୂଲ୍ୟ ଜୀବନ ବଞ୍ଚାଇବାରେ ପ୍ରମୁଖ ଭୂମିକା ନିର୍ବାହ କରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଜମିରେ ପାଣି ମଡ଼ାଇବା ବିବାଦରୁ ହତ୍ୟା ଉଦ୍ୟମ: ପ୍ରସାଦ ଖାଉଥିବା ବେଳେ ଖଣ୍ଡା ଚୋଟ, ଅଭିଯୁକ୍ତ ଗଲେ ଜେଲ୍

ଦିଗପହଣ୍ଡି,୫।୯(ଅଶେଷ ନାଥ ମିଶ୍ର): ଜମିରେ ପାଣି ମଡ଼ାଇବା ବିବାଦକୁ କେନ୍ଦ୍ର କରି ଜଣଙ୍କୁ ଖଣ୍ଡାରେ ଆକ୍ରମଣ କରି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗଞ୍ଜାମ ଜିଲା…

ସିସିଟିଭିକୁ ବି ଖାତିର ନାହିଁ! ହୁମାରେ ଖୁଲମ୍‌ଖୁଲା ବାଇକ୍ ଚୋରି, ଗୋଟିଏ ରାତିରେ ୩ ବାଇକ୍ ଗାଏବ, ଆତଙ୍କିତ ବ୍ୟବସାୟୀ

ହୁମା, ୫।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ଅଞ୍ଚଳରେ ବାଇକ୍ ଚୋରିର ଆତଙ୍କ ଖେଳିଯାଇଛି। କିଛି ଦିନର ବ୍ୟବଧାନ ପରେ ପୁଣି ଥରେ ସକ୍ରିୟ ହୋଇଉଠିଛନ୍ତି…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri