ଭୋଗରାଇ କଲେଜରେ ତାଲା

ଭୋଗରାଇ, ୧୮।୨(ଡି.ଏନ.ଏ.)-ବାଲେଶ୍ୱର ଜିଲାର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଗ୍ରାମ୍ୟ ଉଚ୍ଚଶିକ୍ଷା ପ୍ର୍ରତିଷ୍ଠାନ (ଆର୍‌ଆଇଏଚ୍‌ଏସ୍‌) ମହାବିଦ୍ୟାଳୟ ଛାତ୍ରୀଛାତ୍ରମାନେ ନାଟ୍ୟ ସଂସଦ ବାର୍ଷିକ ଉତ୍ସବରେ ଓଲିଉଡ଼ର ନାମୀଦାମୀ ଷ୍ଟାର ଏବଂ ଆଧୁନିକ କଣ୍ଠଶିଳ୍ପୀ ଆଣିବା ଦାବି କରି ସୋମବାର ମହାବିଦ୍ୟାଳୟର ମୁଖ୍ୟ ଫାଟକରେ ତାଲା ପକାଇ ନାରାବାଜି ପ୍ରଦର୍ଶନ କରିଥିଲେ। ଛାତ୍ରୀଛାତ୍ରଙ୍କ ଏହି ଦାବି ଓ ନାରାବାଜି ପ୍ରଦର୍ଶନରେ ମହାବିଦ୍ୟାଳୟର ପାଠ ପଢ଼ା ବ୍ୟାହତ ହୋଇଥିବା ବେଳେ ବାହାର ଓ ଭିତରକୁ ଅଧ୍ୟାପିକା, ଅଧ୍ୟାପକ ଓ କର୍ମଚାରୀଙ୍କୁ ଛାଡ଼ି ନ ଥିଲେ।
ଭୋଗରାଇର ପ୍ରମୁଖ ଏହି ମହାବିଦ୍ୟାଳୟ ବାର୍ଷିକ ଉତ୍ସବ ଆସନ୍ତା ୨୩ ତାରିଖରେ ଧାର୍ଯ୍ୟ କରାଯାଇଥିବା ବେଳେ ସେହିଦିନ ନାଟ୍ୟ ସଂସଦର ବାର୍ଷିକ ଉତ୍ସବ ନିମନ୍ତେ ସ୍ଥିର କରାଯାଇଛି। ନାଟ୍ୟ ସଂସଦ ବାର୍ଷିକ ଉତ୍ସବରେ ମହାବିଦ୍ୟାଳୟର ଛାତ୍ରୀଛାତ୍ର ଓ ଏହି ଅଞ୍ଚଳର କଳାକାରମାନଙ୍କୁ ନେଇ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବାର ମହାବିଦ୍ୟାଳୟର କର୍ତ୍ତୃପକ୍ଷଙ୍କ ଦ୍ୱାରା ନିମନ୍ତ୍ରଣ ପତ୍ର ଛପାଯାଇଛି। ଏହାକୁ ଛାତ୍ରୀଛାତ୍ରମାନେ ବିରୋଧ କରିଥିଲେ। ଛାତ୍ରୀଛାତ୍ରମାନେ ଓଲିଉଡ଼ର ନାମୀଦାମୀ କଳାକାର ସହିତ ଆଧୁନିକ କଣ୍ଠଶିଳ୍ପୀମାନଙ୍କୁ ଆଣିବା ପାଇଁ ଅଡ଼ି ବସିବାରୁ ପରିସ୍ଥିତି ଜଟିଳ ହୋଇଥିଲା। ନାଟ୍ୟ ସଂସଦରେ ମାତ୍ର ୭୦ହଜାର ଟଙ୍କା ଖର୍ଚ୍ଚ ପାଇଁ ମଞ୍ଜୁର ଥିବାବେଳେ ଓଲିଉଡ଼ ତାରକା ଓ କଣ୍ଠଶିଳ୍ପୀଙ୍କୁ ଆଣିବା ନିମନ୍ତେ ଲକ୍ଷାଧିକ ଟଙ୍କା ଆବଶ୍ୟକ ହେଉଥିବାରୁ ମହାବିଦ୍ୟାଳୟ କର୍ତ୍ତୃପକ୍ଷ ରାଜି ହେଉ ନ ଥିଲେ। ତେବେ ସୋମବାର ଛାତ୍ରୀଛାତ୍ରଙ୍କ ଜିଦ୍‌ ଓ ନାରାବାଜି ପ୍ରଦର୍ଶନ ଯୋଗୁ ମହାବିଦ୍ୟାଳୟ ଅଶାନ୍ତ ହୋଇପଡ଼ିଥିଲା। ମହାବିଦ୍ୟାଳୟର ଅଧ୍ୟକ୍ଷ ସୁଶୀଲ କୁମାର ଗିରିଙ୍କ ଅଧ୍ୟକ୍ଷତାରେ ସମସ୍ତ ଅଧ୍ୟାପିକା, ଅଧ୍ୟାପକମାନେ ଛାତ୍ରୀଛାତ୍ରଙ୍କ ସହିତ ଆଲୋଚନା ଓ ପର୍ଯ୍ୟାଲୋଚନା କରାଯାଇ ବାଲେଶ୍ୱରର ଖ୍ୟାତନାମା କଣ୍ଠଶିଳ୍ପୀ ଓ ନର୍ତ୍ତକୀ-ନର୍ତ୍ତକଙ୍କୁ ଆଣିବାକୁ ରାଜି ହେବାରୁ ଛାତ୍ରୀଛାତ୍ରମାନେ ଆନ୍ଦୋଳନ ପ୍ରତ୍ୟାହାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri