ଭୋଗରାଇ ଥାନା ଆଗରେ ଡିଏସ୍‌ଓର ବିକ୍ଷୋଭ

ଭୋଗରାଇ,୧୩।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ସମ୍ମୁଖରେ ଡିଏସ୍‌ଓ ପକ୍ଷରୁ ମଙ୍ଗଳବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ନିକଟରେ ତାଳସାରୀ ବେଳାଭୂମିରେ କଲେଜ ଛାତ୍ରୀଙ୍କୁ ନିର୍ଯାତନା ଦେବା ଓ ଅଶ୍ଳୀଳ ଭିଡ଼ିଓ ଭାଇରାଲ କରି ବ୍ଲାକମେଲ କରିବା ଦୁର୍ବୃତ୍ତଙ୍କୁ ଅବିଳମ୍ବେ ଗିରଫ କରି କାର୍ଯ୍ୟାନୁଷ୍ଠାନ ନେବା, ବେଳାଭୂମିରେ ପର୍ଯ୍ୟଟକଙ୍କୁ ସୁରକ୍ଷା ଦେବା, ମଦ ମାଦକ ଦ୍ରବ୍ୟ ପ୍ରସାର ବନ୍ଦ କରିବା, ବେଆଇନ ଭାବେ ବେପରୁଆ ବାଇକ ଚାଳନା ବନ୍ଦ କରିବା ଆଦି ଦାବି ନେଇ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଡିଏସ୍‌ଓ ଛାତ୍ରନେତା ଅମର ବୋର, ସଞ୍ଜୟ ପରିଡ଼ା, ସ୍ବାଗତ କୁମାର ପଣ୍ଡା, ପୂର୍ଣ୍ଣଚନ୍ଦ୍ର ଦେ, ପବିତ୍ର ପ୍ରଦାନ, ଗଣେଶ ପରମାଣିକ, ସୁମନ ପରିଡ଼ା, ହରେକୃଷ୍ଣ ଦାସ, ଆସମାନ ରାଜ ପ୍ରମୁଖ ନେତୃତ୍ୱରେ ବହୁ ଛାତ୍ରୀଛାତ୍ର ଆର୍‌ଆଇଏଚ୍‌ଏସ୍‌ ଗ୍ରାମ୍ୟ ଉଚ୍ଚଶିକ୍ଷା ପ୍ରତିଷ୍ଠାନରୁ ଏକ ଶୋଭାଯାତ୍ରାରେ ବାହାରି ବିଭିନ୍ନ ସ୍ଲୋଗାନ ଦେଇ ଥାନାଛକ ପରିକ୍ରମା କରିଥିଲେ। ସେଠାରୁ ଛାତ୍ର ବିକ୍ଷୋଭକାରୀ ଭୋଗରାଇ ଥାନାରେ ପହଞ୍ଚତ୍ ଦୀର୍ଘସମୟ ବିକ୍ଷୋଭ ପ୍ରଦର୍ଶନ କରିବା ପରେ ଏକ ପ୍ରତିନିଧି ଦଳ ଭୋଗରାଇ ଥାନା ଅଧିକାରୀଙ୍କୁ ଛାତ୍ରୀ ପ୍ରତି ହୋଇଥିବା ନିର୍ଯାତନା ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଏସ୍‌ପିଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

ଶିକ୍ଷୟତ୍ରୀଙ୍କୁ ପାଦ ଛୁଇଁ ପ୍ରଣାମ କଲେ ବିଡିଓ, ଭାବବିହୋଳ ହୋଇ କହିଲେ ମୋର ଶିକ୍ଷକ ସମାଜ ପ୍ରତି ଯଥେଷ୍ଟ ସମ୍ମାନ ରହିଛି

ଦାରିଙ୍ଗବାଡ଼ି, ୬।୯ (ଅରୁଣ ସାହୁ): ସେପ୍ଟେମ୍ବର ୫ ତାରିଖରେ ରବିବାର ଗୁରୁଦିବସ ପାଳିତ ହୋଇଥିବା ଅବସରରେ ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସିଠାରେ ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା…

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri