ଭୋଗରାଇ ନାବାଳିକା ଜଗତ୍‌ସିଂହପୁରରୁ ଉଦ୍ଧାର

ଭୋଗରାଇ, ୨୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ଗୁନାଇବସାଣ ଗ୍ରାମର ବିଜୟ କୁମାର ଦେ ନାମକ ଯୁବକ ଜଣେ ନାବାଳିକାଙ୍କୁ ଅପହରଣ କରିନେଇଥିବା ତାଙ୍କ ବାପା ଭୋଗରାଇ ଥାନାରେ ଅଭିଯୋଗ କରିଥିଲେ। ଏହି ଘଟଣାରେ ଭୋଗରାଇ ଥାନା ପକ୍ଷରୁ ଅପହରଣକାରୀଙ୍କ ବିରୋଧରେ ଏକ ମାମଲା (ନଂ. ୧୦/୨୦) ରୁଜୁ କରାଯାଇ ନାବାଳିକାଙ୍କୁ ଉଦ୍ଧାର ପାଇଁ ତଲାସୀ କରାଯାଇଥିଲା। ଅପହରଣକାରୀ ଯୁବକଙ୍କ ମୋବାଇଲ ଫୋନ୍‌ ଟ୍ରାକ୍‌ କରି ଭୋଗରାଇ ପୋଲିସ ସଦଳବଳେ ଜଗତ୍‌ସିଂହପୁର ଜିଲା ରଘୁନାଥପୁର ଅଞ୍ଚଳରେ ଗତ ଶୁକ୍ରବାର ରାତିରେ ଯୁବକଙ୍କ ସାଙ୍ଗ ଘରେ ଚଢ଼ାଉ କରି ନାବାଳିକାଙ୍କୁ ଉଦ୍ଧାର କରିବା ସହିତ ଅପହର୍ତ୍ତାଙ୍କୁ ଗିରଫ କରି ଶନିବାର ଭୋଗରାଇ ଥାନାରେ ହାଜର କରିଥିଲେ। ନାବାଳିକା ପୀଡ଼ିତାଙ୍କୁ ଡାକ୍ତରୀ ପରୀକ୍ଷା ନିମନ୍ତେ ଶନିବାର ବାଲେଶ୍ୱର ସରକାରୀ ଡାକ୍ତରଖାନାକୁ ପଠାଯାଇଥିବା ବେଳେ ଅପହରଣକାରୀ ଯୁବକଙ୍କୁ କୋର୍ଟଚାଲାଣ କରାଯାଇଛି। ଯୁବକଙ୍କ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଭୀର ଅବପାତକୁ ନେଇ ଗଞ୍ଜାମ ଜିଲା ପ୍ରଶାସନର ଆଗୁଆ ପ୍ରସ୍ତୁତି, ଅଧିକାରୀ ହେଡ୍‌କ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୨୧ା୯(ଦିଲ୍ଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଯୋଗୁ ସମ୍ଭାବ୍ୟ ପ୍ରବଳ ବର୍ଷା ଓ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଗୋରୁ ବୋଝେଇ ପିକଅପ ଜବତ: ୯ ଗୋରୁ ଉଦ୍ଧାର, ୨ ଜଣ ଅଟକ

ପାଟଣା, ୨୧।୯,(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ କର୍ମଚାରୀଙ୍କୁ ବଡ ସଫଳତା ମିଳିଛି। ବିଶସ୍ତ ସୂତ୍ରରୁ ଖବର ପାଇ କେନ୍ଦୁଝର ଡି ଏଫ ଓ…

‘ତୁମେ ଭଜା ଚଣା ବିକିବାକୁ ଯାଇଥିଲ…’ ବାବର ଆଜମଙ୍କ ବୟାନ ଉପରେ ବର୍ଷିଲେ ୱାସିମ ଆକ୍ରମ

ଇସଲାମାବାଦ,୨୧।୯: ବାବର ଆଜମଙ୍କ ଅଧିନାୟକତ୍ୱ ଉପରେ ପ୍ରଶ୍ନ ଉଠାଇ ଓ୍ବାସିମ ଆକ୍ରମ କହିଛନ୍ତି ଯେ ଲର୍ଡସରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟ ପରେ ହିଁ ତାଙ୍କର ତୁରନ୍ତ ପଦରୁ…

ବଦଳୁଛି ନିଯୁକ୍ତି ରଣନୀତି: ଛୋଟ ସହରରେ ବଡ଼ ସୁଯୋଗ

ମୁମ୍ବାଇ, ୨୧ା୯ (ପି.ଟି.): ‘ଜିନିୟସ ଏଚ୍‌ଆର୍‌ଟେକ୍‌’ର ରିପୋର୍ଟ ଅନୁଯାୟୀ, ଗତ ଦୁଇ ବର୍ଷ ମଧ୍ୟରେ ୬୯ ପ୍ରତିଶତ ବ୍ୟବସାୟିକ ପ୍ରତିଷ୍ଠାନ ଟାୟାର-୨ ଓ ୩ ସହରଗୁଡ଼ିକରୁ ନିଜ…

ସ୍ମାର୍ଟସିଟି ସ୍କୁଲରେ ଅସଜଡ଼ା ଭିତ୍ତିଭୂମି, ନିମ୍ନମାନର କାର୍ଯ୍ୟ କରି ଟଙ୍କା ହଡ଼ପ

ରାଉରକେଲା,୨୧ା୯(ଦିନେଶ ମିଶ୍ର): ଶିକ୍ଷାକ୍ଷେତ୍ରରେ ଉନ୍ନତି ଆଣିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏହାସତ୍ତ୍ୱେ ଶିକ୍ଷା ବ୍ୟବସ୍ଥାରେ ସୁଧାର ଆସୁନାହିଁ। ଏହା କୌଣସି ଅପହଞ୍ଚ…

ଭାରତ-ପାକିସ୍ତାନ ଫାଇନାଲରେ ମୁହାଁମୁହିଁ ହେବେ କି? ଜାଣନ୍ତୁ ଦୁଇ ଦେଶ ମଧ୍ୟରେ ମ୍ୟାଚ କେବେ ଅନୁଷ୍ଠିତ ହେବ

ନୂଆଦିଲ୍ଲୀ,୨୧।୯: କ୍ରିକେଟରେ ଯେତେବେଳେ ଭାରତ ଓ ପାକିସ୍ତାନ ଦଳ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଉତ୍ସାହ ଚରମ ସୀମାରେ ପହଞ୍ଚିଯାଏ। ବର୍ତ୍ତମାନ ସମୟରେ ଏହି ଦୁଇ ଦେଶ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ଏମ୍‌ଏମ୍‌ଡିଆର୍‌ ବିଲ୍‌ ପ୍ରତ୍ୟାହାର ପ୍ରସ୍ତାବ ନେଇ ଲୋଡ଼ିଲେ..

ଭୁବନେଶ୍ୱର,୨୧ା୯(ରବିନାରାୟଣ ଜେନା): ଖଣି, ଖଣିଜ ଦ୍ରବ୍ୟ ବିକାଶ ଓ ନିୟନ୍ତ୍ରଣ ଆଇନ (ଏମ୍‌ଏମ୍‌ଡିଆର୍‌) ଆକ୍ଟ ପ୍ରତ୍ୟାହାର ଲାଗି ଗୃହରେ ସର୍ବସମ୍ମତିକ୍ରମେ ଏକ ପ୍ରସ୍ତାବ ପାରିତ କରିବା ଲାଗି…

ଦେହ ବ୍ୟବସାୟରୁ ବର୍ତ୍ତିବା ପାଇଁ କରାଯାଏ ବାଲ୍ୟ ନିର୍ବନ୍ଧ

ଓ୍ବାଡିଆ,୨୧ା୯: ବାଲ୍ୟ ନିର୍ବନ୍ଧ ନା ଦେହ ବ୍ୟବସାୟ। ଗାଁର ବାଳିକାମାନଙ୍କୁ ଏଭଳି ଏକ କଠିନ ପସନ୍ଦର ସମ୍ମୁଖୀନ ହେବାକୁ ପଡ଼ିଥାଏ। ଯେଉଁଠାରେ ଏହି ଅପମାନଜନକ ନାମକରଣ କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?