ଭୋଟ ଗଣତି କେନ୍ଦ୍ରରେ ଅଧିକାରୀଙ୍କ ସମୀକ୍ଷା

ବ୍ରହ୍ମପୁର ଅଫିସ,୨୨ା୫ : ଚଳିତ ସାଧାରଣ ନିର୍ବାଚନର ଭୋଟ୍‌ ଗଣତି ପାଇଁ ପ୍ରଶାସନିକସ୍ତରରେ ପ୍ରସ୍ତୁତି ଚୂଡ଼ାନ୍ତ ହୋଇସାରିଛି। ବ୍ରହ୍ମପୁରର ଶିଳ୍ପ ତାଲିମ ଅନୁଷ୍ଠାନ(ଆଇଟିଆଇ)ରେ ଦିଗପହଣ୍ଡି, ଚିକିଟି ଏବଂ ସାନଖେମୁଣ୍ଡି ବିଧାନସଭା ନିର୍ବାଚନମଣ୍ଡଳୀର ଭୋଟ ଗଣତି ହେବ । ସେହିଭଳି ସରକାରୀ ପଲିଟେକ୍‌ନିକ୍‌ କଲେଜଠାରେ ବ୍ରହ୍ମପୁର ଏବଂ ଗୋପାଳପୁର ବିଧାନସଭା ନିର୍ବାଚନମଣ୍ଡଳୀର ଭୋଟ ଗଣତି କରାଯିବ । ଭୋଟ ଗ୍ରହଣ ପରଠାରୁ ଉଭୟ ସ୍ଥାନରେ ଇଭିଏମ୍‌ ଏବଂ ଭିଭିପାଟ୍‌ ମେଶିନ୍‌କୁୁ ସୁରକ୍ଷିତ ରଖାଯାଇଛି । ଗୁରୁବାର ଭୋଟ୍‌ ଗଣତି କରାଯିବ।ତେବେ ଏହା ପୂର୍ବରୁ ବୁଧବାର ଅଧିକାରୀମାନେ ଭୋଟ୍‌ ଗଣତି ପ୍ରସ୍ତୁତିର ସମୀକ୍ଷା କରିଛନ୍ତି । ଦୁଇ ପର୍ଯ୍ୟବେକ୍ଷକଙ୍କ ସହ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଅତିରିକ୍ତ ଜିଲାପାଳ ଲକ୍ଷ୍ମୀକାନ୍ତ ସେଠୀ, ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର, ଅତିରିକ୍ତ ଏସ୍‌ପି ପ୍ରଭାତ ରାଉତରାୟ, ଡିଆଇବି ଡିଏସ୍‌ପି ଅଜୟ ମିଶ୍ର, ଡିଏସ୍‌ପି ଜେ.କେ. ପଟ୍ଟନାୟକ, ବ୍ରହ୍ମପୁର ଉପଜିଲାପାଳ ଦିଗନ୍ତ କୁମାର ରାଉତରାୟ, ବ୍ରହ୍ମପୁର ମହାନଗର ନିଗମର ଡେପୁଟି କମିଶନର୍‌ ସୌରୀନ୍ଦ୍ର କୁମାର ରାଉତରାୟ ପ୍ରମୁଖ ଭୋଟ୍‌ ଗଣତି ପାଇଁ କରାଯାଇଥିବା ପ୍ରସ୍ତୁତିକୁ ବୁଲି ଦେଖିଥିଲେ । ଶାନ୍ତିଶୃଙ୍ଖଳାର ସହ ଭୋଟ୍‌ ଗଣତି ସାରିବାକୁ ଅଧିକାରୀମାନେ ଗୁରୁତ୍ୱ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ...

ନାମାଙ୍କନ ଭରିଲେ ଭାଜପା ପ୍ରାର୍ଥୀ ଗୋକୁଳାନନ୍ଦ

ପୋଲସରା,୩।୫(ସୁବ୍ରତ ବେହେରା): ଗଞ୍ଜାମ ଜିଲା ପୋଲସରା ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ନାମାଙ୍କନ ଦାଖଲ କରିଛନ୍ତି। ଭାଜପା ବିଧାୟକ ପ୍ରାର୍ଥୀ ଗୋକୁଳାନନ୍ଦ...

ଶେଷ ଦିନରେ ନାମାଙ୍କନ ଭରିଲେ ସୂର୍ଯ୍ୟମଣି

ଛତ୍ରପୁର,୩।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶୁକ୍ରବାର ଶେଷ ଦିନରେ ଖଲିକୋଟ ବିଧାନସଭା ଆସନ ପାଇଁ ବିଜୁ ଜନତା...

ନାମାଙ୍କନପତ୍ର ଦାଖଲ କଲେ ବିଧାନସଭା ପ୍ରାର୍ଥିନୀ ଲତିକା ପ୍ରଧାନ

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲର ଶେଷଦିନରେ କବିସୂର୍ଯ୍ୟନଗର ବିଧାନସଭା ଆସନ ନିମନ୍ତେ ବିଜୁ ଜନତା ଦଳର ବିଧାୟିକା...

ଧାର ଟଙ୍କା ମାଗିବାରୁ ଆକ୍ରମଣ

ବ୍ରହ୍ମପୁର,ତା୨ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସଦର ଥାନା ବାଳକୃଷ୍ଣପୁର ଗ୍ରାମରେ ଧାର ଟଙ୍କା ମାଗିବାରୁ ମମତା ପାତ୍ର ନାମ୍ନୀ ଜଣେ ମହିଳାଙ୍କୁ ଆକ୍ରମଣ କରାଯାଇଛି। ତାଙ୍କ...

ଆସିକା ଲୋକ ସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କଲେ ରଞ୍ଜିତା

ଛତ୍ରପୁର,୨ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ନାମାଙ୍କନପତ୍ର ଦାଖଲର ୫ମ ଦିନରେ ଆସିକା ଲୋକ ସଭା ଆସନ ନିମନ୍ତେ ବିଜୁ ଜନତା ଦଳର ଏମ୍‌ପି ପ୍ରାର୍ଥିନୀ ରଞ୍ଜିତା...

ବାଇକ୍‌ ସହ ପିଟିହେଲା ବାଇକ୍‌: ୨ ଜଣଙ୍କ ଜୀବନ ଗଲା, ୨ ଆହତ

ଛତ୍ରପୁର,୧ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ବାଟ ଛତ୍ରପୁର ଗ୍ରାମ ନିକଟ କାଜୁ ଫ୍ୟାକ୍ଟରି ସମ୍ମୁଖ ରାଜପଥରେ ବାଇକ୍‌ ସହ ବାଇକ ଧକ୍କାରେ...

ଯୁବକଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର,୧ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରାଜଜ୍‌ (ଏଡିଜେ-୧) ଡ. ଇନ୍ଦୁ ଶର୍ମା ବୁଧବାର ଏକ ହତ୍ୟା ମାମଲାର ୧୯ ବର୍ଷ ପରେ ଚୂଡ଼ାନ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri