ଭୋଟ ଗଣତି ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଭଦ୍ରକ ଅଫିସ, ୨୨।୫: ଗୁରୁବାର ଭୋଟ ଗଣତି। ଏହାକୁ ଠିକ୍‌ ଭାବେ ପରିଚାଳନା ପାଇଁ ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏଥିଲାଗି ଜିଲା ପୋଲିସ ପକ୍ଷରୁ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଏହି ବ୍ୟବସ୍ଥା ଅନୁଯାୟୀ ଭୋଟ ଗଣନା କେନ୍ଦ୍ରର ପ୍ରଥମ ପ୍ରବେଶଦ୍ୱାରରେ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ ନିୟୋଜିତ ହେବେ। ସେହିପରି ସେକେଣ୍ଡ କରିଡର୍‌ରେ ଆର୍ମଡ୍‌ ଫୋର୍ସ ଓ ତୃତୀୟ ପ୍ରବେଶ ପଥରେ ସାଧାରଣ ପୋଲିସ ମୁତୟନ ହୋଇ ସୁରକ୍ଷା କାର୍ଯ୍ୟର ତଦାରଖ କରିବେ। ସୁରକ୍ଷା ବ୍ୟବସ୍ଥା ଅନୁଯାୟୀ, ୧୩ ପ୍ଲାଟୁନ ସଶସ୍ତ୍ର ବାହିନୀ ସହ ୨ ପ୍ଲାଟୁନ କେନ୍ଦ୍ରୀୟ ରିଜର୍ଭ ବାହିନୀଙ୍କୁ ନିୟୋଜିତ କରାଯାଇଛି। ଏହାବ୍ୟତୀତ ୫୦ ଜଣ ସବ୍‌ଇନ୍ସପେକ୍ଟର, ଆସିଷ୍ଟାଣ୍ଡ ସବ୍‌ଇନ୍ସପେକ୍ଟର, ୭ ଡିଏସ୍‌ପି, ୮ ଇନ୍ସପେକ୍ଟର, ୫ ହାବିଲଦାର, ୨୧ ଓଆର୍‌ କନଷ୍ଟେବଳ ଓ ୫୬ ହୋମଗାର୍ଡଙ୍କୁ ସୁରକ୍ଷା କାର୍ଯ୍ୟରେ ମୁତୟନ କରାଯାଇଛି। ସୁରକ୍ଷା କାର୍ଯ୍ୟର ସୁପରିଚାଳନା ପାଇଁ ୨ ଆଡିଶନାଲ ଏସ୍‌ପିଙ୍କୁ ଦାୟିତ୍ୱ ଦିଆଯାଇଛି। ଉଲ୍ଲେଖନୀୟ ଯେ, ଭଦ୍ରକ ଜିଲାର ଗୋଟିଏ ଲୋକ ସଭା ଆସନ ଓ ୫ଟି ବିଧାନସଭା କ୍ଷେତ୍ର ଲାଗି ପୂର୍ବରୁ ଗୋଟିଏ ସ୍ଥାନରେ ଭୋଟଗଣନା ହୋଇଆସୁଥିଲା। ଚଳିତବର୍ଷ ନୂଆ କରି ଦୁଇଟି ସ୍ଥାନରେ କରାଯାଉଛି। ଭଦ୍ରକ ଓ ଭଣ୍ଡାରିପୋଖରୀ ବିଧାନସଭା ଆସନର ଜିଲା ସଂସ୍କୃତି ଭବନ ଏବଂ ଧାମନଗର, ଚାନ୍ଦବାଲି ଓ ବାସୁଦେବପୁର ବିଧାନସଭା ଆସନର ଭଦ୍ରକ କଲେଜଠାରେ ଭୋଟଗଣତି କରାଯିବ।
ଫଟୋ-
ଜିଲାପାଳଙ୍କ ଅଫିସ ସମ୍ମୁଖରେ କରାଯାଇଥିବା ବ୍ୟାରିକେଡ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଜେଲରେ ୨ ବିରୋଧୀ ଗୋଷ୍ଠୀ ମଧ୍ୟରେ ସଂଘର୍ଷ: ୨୫ ମୃତ

କଲମ୍ବୋ,୬ା୭(ପି.ଟି.):ଶ୍ରୀଲଙ୍କାର ପଶ୍ଚିମ ଉପକୂଳ ସହର ନେଗୋମ୍ବୋରସ୍ଥିତ ଏକ ଜେଲରେ ସଂଘର୍ଷ ଘଟି ୨୫ ଜଣଙ୍କ ମୃତ୍ୟୁ ଘଟିଥିବା କର୍ତ୍ତୃପକ୍ଷ ସୋମବାର କହିଛନ୍ତି। ସାମର୍ଥ୍ୟଠାରୁ ଅଧିକ ବନ୍ଦୀ ରହିଥିବା…

ଇନ୍ଦ୍ରାବତୀ ଜଳ ଭଣ୍ଡାରରୁ ମିଳିଲା ୨୭ କେଜିର ଭାକୁର

ଭବାନୀପାଟଣା,୬।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ଇନ୍ଦ୍ରାବତୀ ବତୀ ଜଳ ଭଣ୍ଡାର କେବଳ ଜଳସେଚନ କି ବିଦ୍ୟୁତ ଉତ୍ପାଦନ ପାଇଁ ନୁହେଁ ବରଂ ମାଛ ଉତ୍ପାଦନ ପାଇଁ…

ଯୁବକଙ୍କୁ ଆକ୍ରମଣ ମାମଲା: ଜେଲ୍‌ ଗଲେ ଅଭିଯୁକ୍ତ

ରିଷିଡା,୬।୭(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ରିଷିଡା ଫାଣ୍ଡି ଅଧୀନ ବଡଡୁଙ୍ଗୁରୀଗୁଡା ଗ୍ରାମରେ ରବିବାର ଅପରାହ୍ନରେ ଘଟିଥିବା ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ଜଣେ ଯୁବକଙ୍କୁ ପୋଲିସ…

ପ୍ରଦୂଷଣ ନିୟନ୍ତ୍ରଣ ଆଇନ ଅବମାନନା: ସିଲ ହେଲା ୩ ହୋଟେଲ, କଲ୍ୟାଣ ମଣ୍ଡପ

ବରଗଡ଼,୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ରହିଥିବା ବିଭିନ୍ନ ହୋଟେଲ, କଲ୍ୟାଣ ମଣ୍ଡପ ଗୁଡ଼ିକ ସହରକୁ ପ୍ରଦୂଷଣ କରୁଥିବା ଅଭିଯୋଗ ହୋଇଛି। ଏପରିକି ସେମାନେ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡର…

ବାହାଘରକୁ ଭଙ୍ଗା ପୋଲ ଅଡ଼ୁଆ: ବହୁଛି ୭ ଫୁଟ ପାଣି

ଭେଡେନ,୬।୭(ହୃଷୀକେଶ ଖମାରୀ): ବରଗଡ଼ ଜିଲାରେ ବର୍ଷା ଥମିବାର ନାଁ ନେଉ ନାହିଁ। ଅଧିକରୁ ଅଧିକ ବର୍ଷା ହେଉଥିବା ଯୋଗୁ ବିଭିନ୍ନ ନଦୀ, ନାଳର ଜଳସ୍ରୋତ ବୃଦ୍ଧି ପାଇଛି।…

ସମୁଦ୍ରଜଳରେ ଲୀନ ହୋଇଯିବ ତାମ୍ପରା ହ୍ରଦ: ଛତ୍ରପୁର ସହରକୁ ଘାରିବ ବିପଦ

ଛତ୍ରପୁର,୬।୭(ଦିଲ୍ଲୀପ ସାମଲ): ବଙ୍ଗୋପସାଗର ଗଞ୍ଜାମ ଜିଲାର ବିଭିନ୍ନ କୂଳକୁ ଅତିକ୍ରମ କରିବା ଘଟଣା ଗଣମାଧ୍ୟମରେ ଚର୍ଚ୍ଚା ଜୋର୍‌ ଧରିଛି। ଆଉ ଅନ୍ୟପଟେ ଛତ୍ରପୁର ପୌରପରିଷଦର ଜୀବନରକ୍ଷା କରୁଥିବା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ସୁନାମ: ହଠାତ୍‌ ଘଟିଗଲା…

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡି ଗ୍ରାମର ଶ୍ରୀ ରଘୁନାଥ ମନ୍ଦିର ନିକଟସ୍ଥ ଏକ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ…

ଲଭ-ସେକ୍ସ-ଧୋକା: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୬।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ଯୁବତୀଙ୍କୁ ଭଲ ପାଇ ବିବାହ କରିବା ପରେ ପ୍ରତାରଣା କରାଯାଇଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri