ଭୋଟରଙ୍କୁ ମନେଇବା ପାଇଁ ପ୍ରାର୍ଥୀଙ୍କ ଆପ୍ରାଣ ଉଦ୍ୟମ

ଖଣ୍ଡପଡା,୨୧ା୪(ସ୍ବ.ପ୍ର.) ଖଣ୍ଡପଡା ନିର୍ବାଚନ ମଣ୍ଡଳୀର ବିଧାନସଭା ଆସନ ପାଇଁ ୪ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ବିଜେଡିରୁ ରାଜ୍ୟ ସଭା ସଦସ୍ୟ ସୌମ୍ୟରଞ୍ଜନ ପଟ୍ଟନାୟକ ପ୍ରାର୍ଥୀ ହୋଇଥିବା ବେଳେ ଭାଜପାରୁ ପୂର୍ବତନ ବିଧାୟକ ସିଦ୍ଧାର୍ଥ ଶେଖର ସିଂ ପ୍ରାର୍ଥୀ ହୋଇଛନ୍ତି। କଂଗ୍ରେସ ବସନ୍ତ କୁମାର ମହାରଣାଙ୍କୁ ପ୍ରାର୍ଥୀ କରିଥିବାବେଳେ ସ୍ବାଧୀନ ପ୍ରାର୍ଥୀ ଭାବେ ଦୁଷ୍ମନ୍ତ କୁମାର ସ୍ବାଇଁ ନିର୍ବାଚନ ଲଢୁଛନ୍ତି। ଆସନ୍ତା ୨୩ରେ ନିର୍ବାଚନ। ଏଥିପାଇଁ ସମୟ ମାତ୍ର ୨ ଦିନ ଥିବାରୁ ପ୍ରାର୍ଥୀମାନେ ଭୋଟରଙ୍କୁ ଆପଣେଇବା ପାଇଁ ଉଦ୍ୟମ ଜାରି ରଖିଛନ୍ତି। ତେବେ ପ୍ରଚାରରେ ବିଜେଡି ଓ ଭାଜପା ମଧ୍ୟରେ କଡ୍ଡା ଟକ୍କର ଚାଲିଥିବାବେଳେ ସ୍ବାଧୀନ ପ୍ରାର୍ଥୀ ମଧ୍ୟ ପଛରେ ପଡିନାହାନ୍ତି। ଏଠାରେ କଂଗ୍ରେସ ପ୍ରାର୍ଥୀ ପ୍ରଚାରରେ ପଛରେ ପଡିଥିବା କୁହାଯାଉଛି।
ବିଜେଡି ସୌମ୍ୟରଞ୍ଜନଙ୍କୁ ପ୍ରାର୍ଥୀ କରିଥିବାରୁ ଆଶାୟୀ ଦଳୀୟ ପ୍ରାର୍ଥୀ ଓ ସେମାନଙ୍କ କର୍ମୀଙ୍କ ମଧ୍ୟରେ ଅସନ୍ତୋଷ ସୃଷ୍ଟି ହୋଇଥିଲା। ତେଣୁ ଅସନ୍ତୁଷ୍ଟ ବିଜେଡି କର୍ମୀଙ୍କୁ ମନେଇବା ପାଇଁ ସୌମ୍ୟରଞ୍ଜନ ଆପ୍ରାଣ ଉଦ୍ୟମ ଚଳାଇଛନ୍ତି। ବିଭିନ୍ନ ସ୍ଥାନରେ ବିଜେଡି ପକ୍ଷରୁ ଘନଘନ ରୁଦ୍ଧଦ୍ୱାର ବୈଠକ ସହ ଦଳର ଛାମୁଆ କର୍ମୀ, ସଂଗଠକ, ପଞ୍ଚାୟତ ଲୋକପ୍ରତିନିଧି ଓ କର୍ମୀଙ୍କୁ ନେଇ ଏବେ ସବୁଠି ଚାଲିଛି ନିୟମ ପ୍ରମାଣ ପର୍ବ। ଏପରି କି ବହୁ ବିଜେଡି କର୍ମୀ ପୁରୀଠାରେ ଯାଇ ନିୟମ କରି ଗାଁକୁ ଫେରିଥିବା ବେଳେ ଅନେକ ପୁରୁଖା କର୍ମୀ ଏଭଳି ନିୟମ ପ୍ରମାଣକୁ ନେଇ ତୀବ୍ର ଅସନ୍ତୋଷ ବ୍ୟକ୍ତ କରିଥିବା କୁହାଯାଉଛି। ସେହିପରି ଅସନ୍ତୁଷ୍ଟ ଗୋଷ୍ଠୀଙ୍କୁ ନିଜ ସପକ୍ଷରେ ମନାଇବା ପାଇଁ ଭାଜପା ବିଧାୟକ ପ୍ରାର୍ଥୀ ସିଦ୍ଧାର୍ଥ ଶେଖର ପ୍ରୟାସ ଜାରି ରଖିଛନ୍ତି। ସ୍ବାଧୀନ ପ୍ରାର୍ଥୀ ଦୁଷ୍ମନ୍ତ ମଧ୍ୟ ନିଜ ପାଇଁ ଭୋଟରଙ୍କୁ ମନେଇବାରେ ଲାଗିଛନ୍ତି। ଉଭୟ ଭାଜପା ଓ ସ୍ବାଧୀନ ପ୍ରାର୍ଥୀ ଗାଁ କୁ ଗାଁ ବୁଲି ଭୋଟରଙ୍କୁ ଭେଟି ପ୍ରଚାର କାର୍ଯ୍ୟକୁ ଜୋରଦାର କରିଥିବା ବେଳେ ସେମାନଙ୍କ ପ୍ରତି ଜନସମର୍ଥନ ବୃଦ୍ଧି ପାଇବାରେ ଲାଗିଥିବା ସାଧାରଣରେ ଚର୍ଚ୍ଚା ହେଉଛି। ତେବେ ଖଣ୍ଡପଡା ନିର୍ବାଚନ ମଣ୍ଡଳୀରେ କଂଗ୍ରେସର ସେପରି ଆଖିଦୃଶିଆ ସଂଗଠନ ନ ଥିବାରୁ କଂଗ୍ରେସ ପ୍ରାର୍ଥୀ ବସନ୍ତ ନିର୍ବାଚନ ପ୍ରଚାରରେ ବହୁ ପଛରେ ପଡି ଯାଇଥିବା ସାଧାରଣରେ ଚର୍ଚ୍ଚା ହେଉଛି। ତଥାପି ସେ ଗାଁକୁ ଗାଁ ଓ ପ୍ରତ୍ୟେକ ଘରକୁ ଘର ବୁଲି ଭୋଟରଙ୍କୁ ମନାଇବା ପାଇଁ ଆପ୍ରାଣ ଉଦ୍ୟମ ଜାରି ରଖିଥିବା ପରିଲକ୍ଷିତ ହେଉଛି ା ସେହିପରି କଟକ ଲୋକ ସଭା ଆସନ ନିମନ୍ତେ ବିଜେଡି ପ୍ରାର୍ଥୀ ଏମପି ଭର୍ତ୍ତୃହରି ମହତାବ, ଭାଜପା ପ୍ରାର୍ଥୀ ପ୍ରକାଶ ମିଶ୍ର ଦଳୀୟ ନେତା, କର୍ମୀଙ୍କ ଗହଣରେ ଖଣ୍ଡପଡା ନିର୍ବାଚନମଣ୍ଡଳୀରେ ରୋଡ ଶୋ’ ମାଧ୍ୟମରେ ପ୍ରଚାର କାର୍ଯ୍ୟକୁ ଜୋରଦାର କରିଥିବା ବେଳେ କଂଗ୍ରେସ ପ୍ରାର୍ଥୀ ପଞ୍ଚାନନ କାନୁନ୍‌ଗୋ ଖଣ୍ଡପଡା ନିର୍ବାଚନମଣ୍ଡଳୀକୁ ଅଦ୍ୟାବଧି ପ୍ରଚାର ନିମନ୍ତେ ଆସି ନ ଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ନବ ନିଯୁକ୍ତ କର୍ମକର୍ତ୍ତାଙ୍କୁ ସମ୍ବର୍ଦ୍ଧିତ କଲା କଂଗ୍ରେସ

କର୍ଲାମୁଣ୍ଡା:୧୪।୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତ ବିଜାପାଟିଠାରେ କଂଗ୍ରେସ ଦଳର ନବ ନିଯୁକ୍ତ କର୍ମକର୍ତ୍ତାଙ୍କ ଉଦ୍ଦେଶ୍ୟରେ ଏକ ସମ୍ବର୍ଦ୍ଧନା ସଭା ଶନିବାର…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ଲକ୍ଷ ଲକ୍ଷ ଟଙ୍କା ଠକେଇ: ଜୟଦୂର୍ଗା ଫାଉଣ୍ଡେସନ ଅଧ୍ୟକ୍ଷା ଗିରଫ

ହାଟଡିହୀ,୧୪।୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଜଳକଳଙ୍ଗ ଗ୍ରାମର ସୁରେଶରୀ ସାଗରିକା ଜେନା ନାମ୍ନୀ ଜଣେ ମହିଳାଙ୍କୁ କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ସହାୟତାରେ ଖଣ୍ଡଗିରି…

ପ୍ରେମ ସପ୍ତାହରେ ପଢ଼ାଉଥିଲେ ପ୍ରେମପାଠ, ଛାତ୍ରୀଙ୍କୁ ଗୁଲଗୁଲା-ସିଙ୍ଗଡ଼ା ଡାକି ବନ୍ଧାହେଲେ ବିଜ୍ଞାନ ଶିକ୍ଷକ

ଦେବଗଡ଼,୧୪ା୨(ଶଶାଙ୍କ ଶେଖର ଝାଙ୍କର): ପ୍ରେମ ସପ୍ତାହରେ ବିଜ୍ଞାନ ଶିକ୍ଷକ ସ୍କୁଲ ଛାତ୍ରୀଙ୍କୁ ପ୍ରେମର ପାଠ ପଢ଼ାଉଥିବା ଘଟଣାରେ ଶନିବାର ଗିରଫ ହେଇଥିବା ଜଣାପଡ଼ିଛି। ଖବର ମୁତାବକ କୁଣ୍ଢେଇଗୋଳା…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri