ଭୋପାଳରୁ ଦିଲ୍ଲୀ ଯାତ୍ରା କରିବାକୁ ପୂରା ବିମାନ ବୁକ୍‌ କଲେ ଗୋଟିଏ ପରିବାରର ୪ ସଦସ୍ୟ

ଭୋପାଳ,୨୮।୫: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳର ରାଜା ଭୋଜ ବିମାନ ବନ୍ଦରରୁ ଗତ ସୋମବାରଠାରୁ ଘରୋଇ ବିମାନ ଚଳାଚଳ ଆରମ୍ଭ ହୋଇଛି। ଏହାସହ ଚାର୍ଟର ବିମାନ ଚଳାଚଳ ପାଇଁ ମଧ୍ୟ ଅନୁମତି ଦିଆଯାଇଛି। ଏହାପରେ କରୋନା ଭାଇରସଠାରୁ ଦୂରେଇ ରହିବାକୁ ଧନୀ ପରିବାରର ବ୍ୟକ୍ତି ଏକେଲା ବିମାନରେ ଯାତ୍ରା କରୁଥିବା ଦେଖାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ଗୋଟିଏ ଧନୀ ପରିବାରର ୪ ଜଣ ସଦସ୍ୟ ଭୋପାଳରୁ ଦିଲ୍ଲୀ ଯାତ୍ରା କରିବା ପାଇଁ ଏୟାରବସ ଏ୩୨୦କୁ ସମ୍ପୂର୍ଣ୍ଣ ବୁକ୍‌ କରିଥିଲେ। ଯାତ୍ରୀଙ୍କ ମଧ୍ୟରେ ଥିଲେ ଜଣେ ଧନୀ ବ୍ୟକ୍ତିଙ୍କ ପତ୍ନୀ, ୨ ପିଲା ଓ ତାଙ୍କ ଘରେ କାମ କରୁଥିବା ଜଣେ ମହିଳା। ୧୮୦ ସିଟ୍‌ ବିଶିଷ୍ଟ ଏହି ବିମାନଟିକୁ ଏକ ଘରୋଇ କମ୍ପାନୀ କ୍ରୟ କରିଥିବା ବେଳେ ଭୋପାଳରୁ ଦିଲ୍ଲୀ ଯାତ୍ରା କରିବାକୁ ଏହାର ମୂଲ୍ୟ ପାଖାପାଖି ୧୦ ଲକ୍ଷ ଟଙ୍କା ହେବ ବୋଲି ବିଶେଷ ସୂତ୍ରରୁ ମିଳିଥିବା ସୂଚନାରୁ ଜଣାପଡିଛି। ଏହା ସାମବାର ପ୍ରାୟ ସକାଳ ୧୧.୩୦ରେ ଭୋପାଳ ବିମାନବନ୍ଦରରୁ ଉଡାଣ ଆରମ୍ଭ କରି ୧୨ଟା ୫୫ରେ ଦିଲ୍ଲୀରେ ପହଞ୍ଚିଥିଲା ଆଉ ସେଥିରେ କ୍ରିୟୁ ମେମ୍ବରଙ୍କ ସହ କେବଳ ୪ ଜଣ ଯାତ୍ରୀ ଯାତ୍ରା କରିଥିଲେ। ଉକ୍ତ ଏୟାର ଲାଇନ୍ସର ଜଣେ ଅଧିକାରୀ କହିଛନ୍ତି କରୋନା ଭାଇରସଠାରୁ ଦୂରେଇ ରହିବା ପାଇଁ ଏବେ ଅଧିକାଂଶ ଧନୀ ଶ୍ରେଣୀର ଲୋକେ ବିମାନରେ ଏକେଲା କେବଳ ପରିବାର ସହ ଯାତ୍ରା କରିବାକୁ ପସନ୍ଦ କରୁଛନ୍ତି। ଏବେ ଅଭିଏଶନ ଟବ୍ରାଇନ ଫୁଏଲ(ଏଟିଏଫ୍‌)ର ଦାମ୍‌ କମ୍‌ ଥିବାରୁ ଏୟାରଲାଇନ୍ସ କମ୍ପାନୀ ଉଚିତ ମୂଲ୍ୟ ନେଉଛି। ତେଣୁ ଧନୀ ଶ୍ରେଣୀର ଲୋକେ ଏକେଲା ଯିବାକୁ ସୁରକ୍ଷିତ ମଣୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri