ଭ୍ୟାନିଟ୍‌ ଝାମ୍ପିନେଲେ ଲୁଟେରା, ଗାଡିରୁ ପଡି ମହିଳା ଗୁରୁତର

ନୂଆଗାଁ,୧୪।୯ (ଡି.ଏନ.ଏ.): ନୟାଗଡ ଜିଲା ନୂଆଗାଁ ଥାନା ମାଇଛେଳି ନିକଟସ୍ଥ ରାଇଖମଣ ବାଙ୍କଠାରେ ମଙ୍ଗଳବାର ସନ୍ଧ୍ୟାରେ ବାଇକ୍‌ରେ ଯାଉଥିବା ଜଣେ ମହିଳାଙ୍କ ଠାରୁ ଲୁଟେରା ମାନେ ଭ୍ୟାନିଟ୍‌ ଝାମ୍ପି ନେଇଥିଲେ। ଫଳରେ ଗାଡିରୁ ଖସି ପଡି ମହିଳା ଗୁରୁତର ହୋଇଛନ୍ତି। ରାଜପଥ ଲୁଟେରାଙ୍କ ଶିକାର ହୋଇଥିବା ମହିଳା ହେଲେ ସସ୍ମିତା ସାହୁ (୩୫)। ତାଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାବେଳେ ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।
ଯେ,ଖଣ୍ଡପଡା ଥାନା ଶିଖରପୁର ଗ୍ରାମର ସସ୍ମିତା ସାହୁ ସ୍ବାମୀ ପ୍ରମୋଦ ସାହୁଙ୍କ ସହ ବାଇକ୍‌ରେ ଯାଉଥିବାବେଳେ ତାଙ୍କ ଦିଅର ସୋମନାଥ ସାହୁ ମଧ୍ୟ ଅନ୍ୟ ଏକ ବାଇକ୍‌ରେ ଯାଉଥିଲେ। ସମସ୍ତେ ଲୁଗା କିଣିବା ପାଇଁ ଦଶପଲା ଯାଇଥିଲେ । ସେଠାରେ ସମସ୍ତ କାମ ସାରି ଦିଅର ଲୁଗା ନେଇ ଗୋଟିଏ ବାଇକରେ ଯାଉଥିବା ସମୟରେ ସସ୍ମିତା ସ୍ବାମୀଙ୍କ ସହ ହିରୋହୁଣ୍ଡା ସ୍ପ୍ଲେଣ୍ଡର ବାଇକ ଯୋଗେ ଯାଉଥିଲେ । ସନ୍ଧ୍ୟା ସମୟରେ ରାଇଖମଣ ବାଙ୍କଠାରେ ନିଛାଟିଆ ଦେଖି ୁ ପଲସର ବାଇକରେ ପିଛା କରୁଥିବା ଦୁଇଜଣ ରାଜପଥ ଲୁଟେରା ସସ୍ମିତା କାନ୍ଧରେ ଧରିଥିବା ଭ୍ୟାନିଟ୍‌ ବ୍ୟାଗଟିକୁ ଝାମ୍ପି ନେଇଥିଲେ । ଫଳରେ ବାଇକରୁ ଖସି ପଡି ଗୁରୁତର ହୋଇଥିଲେ । ତାଙ୍କୁ ନୟାଗଡ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆ ଯାଇଥିଲା । ସେଠାରେ ଅବସ୍ଥା ଗୁରୁତର ହେବାରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଥିଲା । ଲୁଟେରା ଝାମ୍ପି ନେଇଥିବା ଭ୍ୟାନିଟରେ ଗୋଟିଏ ମୋବାଇଲ ଓ ନଗଦ ୧୨ ହଜାର ଟଙ୍କା ଥିବା ଅଭିଯୋଗ ହୋଇଛି । ଏ ନେଇ ଆହତଙ୍କ ଦିଅର ସୋମନାଥ ନୂଆଗାଁ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ପୋଲିସ କେଶ ନଂ ୬୯/୧୯ ରୁଜୁ କରିବା ସହ ଘଟଣାର ତଦନ୍ତ କରି ଲୁଟେରାଙ୍କୁ ଧରିବାର ପ୍ରୟାସ ଜାରି ରହିଥିବା ନୂଆଗାଁ ଆଇ ଆଇ ସି ମନୋରମା ମଲିକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା…

Video: ପ୍ରକୃତ ବିଜୟ ପୂର୍ବରୁ ଉତ୍ସବ ପାଳିଲେ ଖେଳାଳି, ତା’ପରେ ପୁଣି ପଡ଼ିଆକୁ ଫେରିଲେ, ହେଲେ ପୂର୍ବରୁ ଷ୍ଟମ୍ପଗୁଡ଼ିକୁ ଟାଣି ସାରିଥିଲେ

ନୂଆଦିଲ୍ଲୀ,୧୮।୬: ଛତିଶଗଡ଼ କ୍ରିକେଟ ପ୍ରିମିୟର ଲିଗର ତୃତୀୟ ସଂସ୍କରଣରେ ଶେଷ ଓଭରର ଘଟଣାଗୁଡ଼ିକ ବହୁତ ମଜାଦାର ଥିଲା। ପରାଜିତ ଦଳ ସ୍ବାଭାବିକ ଭାବରେ ନିରାଶ ହୋଇଥିଲେ ମଧ୍ୟ,…

ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ, ଏୟାରବ୍ୟାଗ ଯୋଗୁ ଟଳିଲା…

କେନ୍ଦୁଝର,୧୮।୬ (ନରେଶ ଚନ୍ଦ୍ର ପଟ୍ଟନାୟକ): ଓଡ଼ିଶାର ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ସଡ଼କ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କେନ୍ଦୁଝର ଦେଇ ୪୯ ନଂ ଜାତୀୟ ରାଜପଥରେ…

ଭାରତ ବିପକ୍ଷ ଟେଷ୍ଟ ପାଇଁ ଇଂଲଣ୍ଡ ଦଳ ଘୋଷଣା; ଦଳର ଅଧିନାୟକ ନୂଆ ଖେଳାଳି

ନୂଆଦିଲ୍ଲୀ,୧୮।୬: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଗୁରୁବାର (ଜୁନ ୧୮) ଭାରତୀୟ ମହିଳା ଦଳ ବିପକ୍ଷରେ ଐତିହାସିକ ଏକମାତ୍ର ଟେଷ୍ଟ ପାଇଁ ୧୫ ଜଣିଆ…

LPG ସିଲିଣ୍ଡରକୁ ନେଇ ଆସିଲା ଖୁସି ଖବର, ଆସୁଛି ୪୦ ଟ୍ୟାଙ୍କର ରୋଷେଇ ଗ୍ୟାସ

ତେହରାନ/ନୂଆଦିଲ୍ଲୀ,୧୮।୬: ଫେବୃଆରୀ ମାସରୁ ଇରାନ ଏବଂ ଆମେରିକା ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିଲା, ଯାହା ଭାରତ ସମେତ ଅନେକ ଦେଶର ଅର୍ଥନୀତିକୁ ପ୍ରଭାବିତ କରୁଥିଲା। ବିଶେଷକରି ଭାରତ…

ୟୁକ୍ରେନର ଡ୍ରୋନ ମାଡରେ ହୁତୁହୁତୁ ହୋଇ ଜଳିଲା ମସ୍କୋ ଅଏଲ ରିଫାଏନାରୀ

ମସ୍କୋ,୧୮।୬: ୟୁକ୍ରେନ ରୁଷିଆ ଉପରେ ଡ୍ରୋନ ଆକ୍ରମଣ କରିଛି। ମସ୍କୋର କାପୋଟନିଆ ଜିଲାରେ ଥିବା ଏକ ତୈଳ ବିଶୋଧନାଗାରରେ ଏକ ୟୁକ୍ରେନୀୟ ଡ୍ରୋନ ଆକ୍ରମଣ କରିଛି; ଏହି…

ରାଜ୍ୟ ସଭା ନିର୍ବାଚନ: ଝାଡ଼ଖଣ୍ଡରେ କଂଗ୍ରେସକୁ ଲାଗିଲା ଶକ୍ତ ଧକ୍କା

ରାଞ୍ଚି,୧୮।୬: ଭାରତୀୟ ଜନତା ପାର୍ଟି (ଭାଜପା)ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (NDA) ଝାଡ଼ଖଣ୍ଡରେ ‘ଇଣ୍ଡିଆ’ ମେଣ୍ଟର ଗଡ଼ ଭାଙ୍ଗିଛି। ରାଜ୍ୟ ସଭା ନିର୍ବାଚନରେ ସ୍ବାଧୀନ ପ୍ରାର୍ଥୀ ପରିମଳ…

ଲିଫ୍ଟ ବାହାନାରେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ: କାବୁ କରି ଉତ୍ତମମଧ୍ୟମ ଦେଲେ ସ୍ଥାନୀୟ ଲୋକେ, ଅଭିଯୁକ୍ତ…

ବାଲେଶ୍ୱର, ୧୮।୬ (ବାଞ୍ଛାନିଧି ଦେ): ବାଲେଶ୍ବର ଯିବା ବେଳେ ୧୬ ନମ୍ବର ଜାତୀୟ ରାଜପଥ ଉପରେ ଜଣେ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଭଳି ଏକ ସଙ୍ଗୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri