ଭୟଙ୍କର ହେଉଛି ‘କରୋନା’: ଓଡ଼ିଶାର ୪ ନମୁନା ନେଗେଟିଭ୍‌

ଭୁବନେଶ୍ୱର,୩ା୨(ବ୍ୟୁରୋ): ଚାଇନାର ଉହାନ ସହରରୁ ବ୍ୟାପିଥିବା କରୋନାକୁ ନେଇ ଏବେ ବିଶ୍ୱରେ ଭୟ ଓ ଆତଙ୍କ ବଢ଼ିବାରେ ଲାଗିଛି। ଏହି ମାରାତ୍ମକ ଭୂତାଣୁ ଭାରତକୁ ଡେଇଁଥିବାବେଳେ କେରଳରେ ଆଉ ଗୋଟିଏ ନମୁନା ପଜିଟିଭ୍‌ ବାହାରିଛି। ଏହା ଜଣାପଡିବା ପରେ ଦେଶବ୍ୟାପୀ ହଇଚଇ ସୃଷ୍ଟି ହୋଇଛି। ଏପଟେ ଓଡ଼ିଶାକୁ କରୋନା ଭୂତାଣୁ କିପରି ନ ଆସିବ ସେଥିଲାଗି ବିଭିନ୍ନ ପ୍ରବେଶ ପଥ ବିଶେଷକରି ବନ୍ଦର, ବିମାନ ବନ୍ଦର, ରେଳ ଷ୍ଟେଶନଗୁଡ଼ିକରେ ଯାତ୍ରୀଙ୍କୁ ଯାଞ୍ଚ କଡ଼ାକଡ଼ି କରାଯାଇ ସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖାଯାଇଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଧ୍ୟ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଛି। ପ୍ରମୁଖ ହସ୍ପିଟାଲମାନଙ୍କରେ ଆଇସୋଲେଶନ ଓ୍ବାର୍ଡ ପ୍ରସ୍ତୁତ କରି ରଖାଯାଇଥିବାବେଳେ ସଂକ୍ରମଣ ଲକ୍ଷଣ ଥିବା ୫ଜଣଙ୍କ ସ୍ବାବ୍‌୍‌ ଓ ରକ୍ତ ନମୁନା ପୁଣେସ୍ଥିତ ନ୍ୟାଶନାଲ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଭାଇରୋଲୋଜିକୁ ପଠାଯାଇଥିଲା। ସେଥିମଧ୍ୟରୁ ୪ ଜଣଙ୍କର ରିପୋର୍ଟ ନେଗେଟିଭ୍‌ ଆସିଥିବାବେଳେ ଜଣଙ୍କର ରିପୋର୍ଟ ଆସିନାହିଁ। ଅନ୍ୟପକ୍ଷରେ ଚାଇନାର ଉହାନ୍‌ ୟୁନିଭର୍ସିଟିରୁ ଫେରିଥିବା ଓଡ଼ିଶାର ଜଣେ ଛାତ୍ରୀ ଓ ତାଙ୍କର ସ୍ବାମୀଙ୍କୁ ସଂକ୍ରମଣ ଆଶଙ୍କା କରି ଏସ୍‌ସିବି ମେଡିକାଲ୍‌ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହସ୍ପିଟାଲରେ କରୋନା ପାଇଁ ଖୋଲିଥିବା ସ୍ବତନ୍ତ୍ର ଆଇସୋଲେଶନ ୱାର୍ଡରେ ସେମାନଙ୍କର ଚିକିତ୍ସା ଆରମ୍ଭ କରାଯାଇଛି। ଏ ଦିଗରେ ସତର୍କ ଦୃଷ୍ଟି ରଖାଯିବା ସହ ଆବଶ୍ୟକ ପଡ଼ିଲେ ସେମାନଙ୍କ ସ୍ବାବ୍‌ ଓ ରକ୍ତ ନମୁନା ପରୀକ୍ଷା ପାଇଁ ପଠାଯିବ ବୋଲି ଏସ୍‌ସିବି ପକ୍ଷରୁ ସୂଚନା ମିଳିଛି।
ଅନ୍ୟପକ୍ଷରେ ରାଜ୍ୟର ସମସ୍ତ ଜିଲା ପ୍ରଶାସନ ପକ୍ଷରୁ ବ୍ୟକ୍ତିବିଶେଷ, ଶିକ୍ଷାନୁଷ୍ଠାନ, ବ୍ୟବସାୟିକ ପ୍ରତିଷ୍ଠାନ ଓ କର୍ମ ସଂସ୍ଥାନ ଯୋଗାଉଥିବା ବିଭିନ୍ନ ସଂସ୍ଥାର କର୍ତ୍ତୃପକ୍ଷଙ୍କୁ ଏ ସଂକ୍ରାନ୍ତରେ ସ୍ବତନ୍ତ୍ର ନିର୍ଦ୍ଦେଶନାମା ଜାରି କରାଯାଇଛି। ୨୦୨୦ ଜାନୁୟାରୀ ୧୫ ପରେ ଚାଇନା, ହଂକଂ, ଥାଇଲାଣ୍ଡ ଓ ସିଙ୍ଗାପୁରରୁ ଫେରିଥିବା ବ୍ୟକ୍ତିଙ୍କ ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗର କଣ୍ଟ୍ରୋଲ୍‌ ରୁମ୍‌କୁ ୦୬୭୪-୨୩୯୦୪୬୬/ ୯୪୩୯୯୯୪୮୫୭/ ୯୪୩୭୦୪୦୫୬୪କୁ ବାଧ୍ୟତାମୂଳକ କରାଯାଇଛି। କରୋନା ସଂକ୍ରମଣ ଲକ୍ଷଣ ଥିବା ବ୍ୟକ୍ତିଙ୍କର ନାମ, ଠିକଣା ଓ ବ୍ୟକ୍ତିଗତ ତଥ୍ୟକୁ ଗୋପନ ରଖାଯିବ ବୋଲି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ; ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର ପରେ ପ୍ରତାରଣା, ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଇନଷ୍ଟାରୁ ପ୍ରେମ ପରେ ବିବାହର ପ୍ରତିଶୃତି ଦେଇ ବଳାତ୍କାର । ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅରୁଣ ଘଡ଼େଇ(୨୫) ନାମକ ଯୁବକ ବ୍ରହ୍ମପୁରର…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ତାନ୍ତ୍ରିକର ଅମାନବୀୟ କାଣ୍ଡ, ଝଡା ଫୁଙ୍କା କରିବା ବାହାନରେ ମହିଳାଙ୍କୁ ବାରମ୍ବାର ବଳାତ୍କାର

ଲକ୍ଷ୍ନୌ,୧୨ା୪: ଉତ୍ତରପ୍ରଦେଶର ସୋନଭଦ୍ରା ଜିଲାରୁ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଝଡାଫୁଙ୍କା ନାଁରେ ଜଣେ ତାନ୍ତ୍ରିକ ଜଣେ ମହିଳାଙ୍କୁ ବଳାତ୍କାର କରିଥିବା ନେଇ…

ଶାନ୍ତି ଆଲୋଚନା ବିଫଳ ହେବା ପରେ ରାଗିଗଲେ ଟ୍ରମ୍ପ! ଇରାନକୁ ଚରମବାଣୀ, ‘ପରମାଣୁ ବୋମା…’

ଓ୍ବାଶିଂଟନ,୧୨ା୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷକୁ ବନ୍ଦ କରିବା ଉଦ୍ଦେଶ୍ୟରେ ପାକିସ୍ତାନର ଇସଲାମାବାଦରେ ଇସ୍ରାଏଲ, ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଆଲୋଚନା ବୈଠକ ସମ୍ପୁର୍ଣ୍ଣ ଭାବେ ଫେଲ୍…

ଜଳିଗଲା ୩ ପରିବାରର ଗୁହାଳ ଘର, ୨ ବଳଦ ଜୀବନ୍ତ ଦଗ୍ଧ 

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ ଅଗ୍ନିକାଣ୍ଡ । ରବିବାର ଅପରାହ୍ନରେ ନିଆଁ ଲାଗି ୩ଟି ପରିବାରର ଗୁହାଳ…

ଭୀମ ଭୋଇ ମେଡିକାଲରେ ରୋଗୀଙ୍କ ମୋବାଇଲ୍ ଚୋରି କରୁଥିଲା ଚୋର, ହାତ ବାନ୍ଧି ଉତ୍ତମ ମଧ୍ୟମ ଦେଲେ ଲୋକେ

ବଲାଙ୍ଗୀର,୧୨।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲରେ ଦିନକୁ ଦିନ ଚୋରି ଘଟଣା ବଢିବାରେ ଲାଗିଛି । ନିଶାସେବନ କରି କିଛି ଅସାମାଜିକ…

‘ସବୁକିଛି ଶେଷ…’ ଲେବାନନ୍ ଉପରେ ବଡ଼ ଆକ୍ରମଣ କଲା ଇସ୍ତ୍ରାଏଲ, ସମ୍ପୂର୍ଣ୍ଣ ଗାଁ ଧ୍ୱଂସ

ନୂଆଦିଲ୍ଲୀ,୧୨।୪:  ଇରାନ ଏବଂ ଆମେରିକା ମଧ୍ୟରେ ଦୁଇ ସପ୍ତାହ ଧରି ଯୁଦ୍ଧବିରତି ହୋଇଥିବା ସତ୍ତ୍ୱେ, ଇସ୍ରାଏଲ ଲେବାନନ ଉପରେ ନିରନ୍ତର ଆକ୍ରମଣ ଆରମ୍ଭ କରିଛି । ଏହି ଆକ୍ରମଣରେ…

କାଠ ବୋଝେଇ ପିକଅପ୍ ଭ୍ୟାନକୁ ଜବତ କଲା ପଦ୍ମପୁର ବନ ବିଭାଗ, ମିଳିଲା….

ପଦ୍ମପୁର,୧୨।୪(ପ୍ରଦୀପ୍ତ ଦାଶ): ପଦ୍ମପୁର ବନ ବିଭାଗକୁ ସଫଳତା । ଶନିବାର ଜଗଦଳପୁର ଥାନା ଅନ୍ତର୍ଗତ ଲୋହରା କୋଟ ଗ୍ରାମ ପାଖରୁ ଏକ ସାଗୁଆନ ଗଣ୍ଡି ବୋଝେଇ ମେକ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri