ଗଞ୍ଜାମରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଭୟଭୀତ ନ ହେବା ପାଇଁ ଜିଲାବାସୀଙ୍କୁ ଅନୁରୋଧ କଲେ ଜିଲାପାଳ

ଛତ୍ରପୁର,୭ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ଗୋଟିଏ ଦିନରେ ଜିଲାରେ ୧୭ ପଜିଟିଭ୍‌ ବାହାରିଥିବାରୁ ଜିଲାବାସୀ ଭୟଭୀତ ହୋଇପଡ଼ିଛନ୍ତି। ସମସ୍ତ ପଜିଟିଭ୍‌ ସୁରଟ ଫେରନ୍ତା ବୋଲି ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗଣମାଧ୍ୟମକୁ କହିଛନ୍ତି। ଏମାନଙ୍କଠାରେ କୋଭିଡ୍‌ର କୋଣସି ଲକ୍ଷଣ ନ ଥିଲା ବୋଲି ଜିଲାପାଳ କହିଛନ୍ତି। ସ୍ବାବ୍‌ ଟେଷ୍ଟ ପରେ ରିପୋର୍ଟ ପଜିଟିଭ୍‌ ଆସିଥିଲା। ସମସ୍ତ ପଜିଟିଭ୍‌ ବ୍ୟକ୍ତିଙ୍କୁ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ସେମାନଙ୍କର ଠିକ୍‌ ଯତ୍ନ ନିଆଯାଉଛି ଏବଂ ନିଆଯିବ ବୋଲି ଜିଲାପାଳ କହିଛନ୍ତି। ଜିଲାବାସୀ ଏଥିନେଇ ଭୟଭୀତ ନ ହେବାକୁ ଜିଲାପାଳ ଅନୁରୋଧ କରିଛନ୍ତି।
ସୂଚନାଯୋଗ୍ୟ, ପୂର୍ବରୁ ୪ଜଣଙ୍କଠାରେ ପଜିଟିଭ୍‌ ମିଳିଥିବାବେଳ ବର୍ତ୍ତମାନ ଏହି ସଂଖ୍ୟା ୨୧ରେ ପହଞ୍ଚିଛି। ଗୁରୁବାର ଏସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ୧୭ ପଜିଟିଭ୍‌ଙ୍କ ମଧ୍ୟରେ ୧୮ରୁ ୫୦ବର୍ଷ ମଧ୍ୟରେ ୧୬ଜଣ ପୁରୁଷ ଥିବାବେଳେ ଜଣେ ୨୦ବର୍ଷୀୟା ମହିଳା ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶର ମେଗା ପୋର୍ଟ ହେବ ପାରାଦୀପ

ପାରାଦୀପ, ୨୨।୮(ଶରତ ରାଉତ):କେନ୍ଦ୍ର ସରକାରଙ୍କ ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ବିଭାଗ ମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଶୁକ୍ରବାର ପାରାଦୀପ ଗସ୍ତ କରିଥିଲେ। ଏହି ଅବସରରେ…

ଷ୍ଟେଜ ଉପରେ କାହିଁକି ହଠାତ ନାଚିଲେ ଟ୍ରମ୍ପ? ସାମ୍ନାକୁ ଆସିଲା ଭିଡ଼ିଓ

ଓ୍ବାଶିଂଟନ,୨୨।୮: ଦକ୍ଷିଣ କାରୋଲିନାର ପ୍ରସିଦ୍ଧ ରିସର୍ଟ ସହର ମର୍ଟଲ ବିଚରେ ଏକ କାର୍ଯ୍ୟକ୍ରମରେ ଡୋନାଲ୍ଡ ଟ୍ରମ୍ପ ନାଚିଥିବାର ଦେଖାଯାଇଥିଲା। ଏହି କାର୍ଯ୍ୟକ୍ରମ ଶୁକ୍ରବାର ରାତିରେ ଅନୁଷ୍ଠିତ ହୋଇଥିଲା…

ଚିନି ଦାମ ବୃଦ୍ଧି ପାଇଁ ଇଥାନଲ ଦାୟୀ ନୁହେଁ; ତେବେ, କିଏ କଲା ମୂଲ୍ୟ ବୃଦ୍ଧି? ନାମ ପ୍ରକାଶ କଲେ ସରକାର

ନୂଆଦିଲ୍ଲୀ,୨୨।୮: ସାରା ଦେଶରେ ଚିନି ମୂଲ୍ୟରେ ଦ୍ରୁତ ବୃଦ୍ଧି ମଧ୍ୟରେ, ସରକାର ଶୁକ୍ରବାର ଏହି ଦାବିକୁ ଖାରଜ କରି ଦେଇଛନ୍ତି ଯେ ଇଥାନଲ ପାଇଁ ଚିନିର ମୂଲ୍ୟ…

୨୨ ଅଗଷ୍ଟରୁ ସକ୍ରିୟ ହେବ ବୁଧ-କେତୁଙ୍କ ‘ଜଡତ୍ୱ ଯୋଗ’: ଏହି ୪ ରାଶି ଉପରେ ପଡ଼ିବ ନକାରାତ୍ମକ ପ୍ରଭାବ!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହଙ୍କ ଚଳନ ବା ‘ଗୋଚର’କୁ ବେଶ ଗୁରୁତ୍ୱ ଦିଆଯାଏ। ଗ୍ରହମାନଙ୍କ ସ୍ଥିତିରେ ପରିବର୍ତ୍ତନ ହେଲେ ଏହାର ପ୍ରଭାବ ବିଭିନ୍ନ ରାଶି ଉପରେ ପଡ଼ିଥାଏ ବୋଲି…

ଦେବୋତ୍ତର ଜମିରେ ହେବ ଧାନବିକ୍ରି ପଞ୍ଜୀକରଣ: ସେବାୟତଙ୍କ ଧାରଣା ପରେ ଦାବି ମାନିଲେ

ବରଗଡ଼,୨୨।୮(ପ୍ରେମାନନ୍ଦ ଖମାରୀ):ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ବରଗଡ଼ ଜିଲାରେ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉ ମାତ୍ର ୧୦ଦିନ ବାକି ରହିଛି। ତେବେ…

ଶୌଚାଳୟ ନାହିଁ, ନାଳ ପାଣି ପିଉଛନ୍ତି ଛାତ୍ରୀଛାତ୍ର: ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ବିଦ୍ୟାଳୟ

ନୂଆପଡ଼ା,୨୨ା୮(ମକାରୁ ବେମାଲ):ସରକାର ଛାତ୍ରୀଛାତ୍ରଙ୍କ ସୁବିଧା ପାଇଁ ବିଦ୍ୟାଳୟ ପରିସରରେ ସମସ୍ତ ବ୍ୟବସ୍ଥା କରୁଛନ୍ତି। ହେଲେ ନୂଆପଡ଼ା ଜିଲା ବୋଡେନ ବ୍ଲକର ଉପାନ୍ତ ଅଞ୍ଚଳରେ ଏହାର ବ୍ୟତିକ୍ରମ ଦେଖା…

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସିଜେପି ମୁଖପାତ୍ର

ନୂଆଦିଲ୍ଲୀ, ୨୨।୮: ନିଜର ବାସଭୂମି ଠିକଣା ଏବଂ ବ୍ୟକ୍ତିଗତ ଗୋପନୀୟତାକୁ ଜନସାଧାରଣଙ୍କ ସାମ୍ନାରେ ପ୍ରକାଶ କରାଯିବା ପ୍ରସଙ୍ଗରେ ଡାହାଣପନ୍ଥୀ ମନ୍ତବ୍ୟକାରୀ ଅଭିଜିତ ଆୟର ମିତ୍ର ଏବଂ ଅନେକ…

ସ୍ବାସ୍ଥ୍ୟ ସମସ୍ୟା ଥିଲେ ଗର୍ଭପାତ ଆଶଙ୍କା ୨୦% ଅଧିକ

ନୂଆଦିଲ୍ଲୀ, ୨୨।୮: ଏକାଧିକ ଦୀର୍ଘକାଳୀନ ଶାରୀରିକ ବା ମାନସିକ ସ୍ବାସ୍ଥ୍ୟ ସମସ୍ୟା ନେଇ ଗର୍ଭଧାରଣ ଆରମ୍ଭ କରିବା ଦ୍ୱାରା ଗର୍ଭପାତ ହୋବର ଆଶଙ୍କା ୨୦ପ୍ରତିଶତ ଏବଂ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri