ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୫୦ ବଖରା ଘର, ୨୦ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କାର ସମ୍ପତ୍ତି ନଷ୍ଟ

ପୁରୁଷୋତ୍ତମପୁର, ୧୬।୧୨(ଡି.ଏନ.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ସୁନାଥର ଗ୍ରାମରେ ସୋମବାର ଭୋର ସକାଳ ସମୟ ପ୍ରାୟ ୫ଟା ସମୟରେ ଏକ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୩୦ଟି ପରିବାରରର ୫୦ ବଖରା ଘର ସମ୍ପୁର୍ଣ୍ଣ ରୂପେ ପୋଡିଯାଇଛି । ଘରେ ଥିବା ଧାନ, ଚାଉଳ, ମୁଗ,ବିରି ସହ ଆସବାବପତ୍ରମାନ ସମ୍ପୁର୍ଣ୍ଣ ରୁପେ ପୋଡି ନଷ୍ଟ ହୋଇଯାଇଛି। ଖବର ପାଇ ପୁରୁଷୋତ୍ତମପୁର ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ନିଆଁ କିଭଳି ଲାଗିଲା ତାହାର କାରଣ ଜଣାପଡିନାହିଁ । ଅଗ୍ନିକାଣ୍ଡରେ ଘର ଓ ଆସବାବପତ୍ରମାନ ପୋଡି ଯାଇଥିବା ହେତୁ ସମ୍ପୃକ୍ତ ପରିବାର ଗୁଡିକ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଏଥିରେ କେହି ଆହତ ହୋଇନାହାନ୍ତି । ସୁନାଥର ପଞ୍ଚାୟତ ପକ୍ଷରୁ କ୍ଷତିଗ୍ରସ୍ତ ପରିବାରଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦେବା ପାଇଁ ବ୍ୟବସ୍ଥା ଚାଲିଛି। ପୁରୁଷୋତ୍ତମପୁର ତହସିଲଦାର ଅରୁଣ କୁମାର ନାୟକ ପହଞ୍ଚି କ୍ଷତିଗ୍ରସ୍ତଙ୍କ ସହ ଆଲୋଚନା କରି କ୍ଷୟକ୍ଷତିର ଆକଳନ ଲାଗି ଆର୍‌ଆଇଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। କ୍ଷତିଗ୍ରସ୍ତ ପରିବାର ଗୁଡିକ ହେଲେ ପରବାସି ନାହାକ, ଜମୁନା ନାହାକ, ଶୋଭା ନାୟକ, କୁନି ବେହେରା, ସଙ୍ଗିତା ମହାଙ୍କୁଡ, ଲିଙ୍ଗରାଜ ନାୟକ, ସୁଜନ୍ତି ନାୟକ, ରାଜୁ ବେହେରା, ମନୋଜ ବେହେରା, ସୁରୁଜ ନାହାକ, କାଞ୍ଚନ ନାୟକ, ଝୁନୁ ନାହାକ, ଗିତା ନାହାକ, ବିପ୍ର ମଳିକ, ଫକିର ମଳିକ, ପିତାମ୍ବର ମଳିକ, କଳା ମଳିକ, ଶିବରାମ ମଳିକ, ବାବୁଲି ମଳିକ, ଦେବରାଜ ମଳିକ, ବିଜୟ ମଳିକ, ବିପ୍ର ସେଠୀ, ଲକ୍ଷ୍ମୀ ସେଠୀ, ଦଣ୍ଡାସି ନାହାକ ଏବଂ ରାଜୁ ମହାଙ୍କୁଡ। ଏହି ପରିବାରଗୁଡିକ ସମ୍ପୁର୍ଣ୍ଣ ବେସାହାରା ହୋଇ ପଡିଥିବା ହେତୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବା ପାଇଁ ପୂର୍ବତନ ସମିତି ସଭ୍ୟ ଭୀମ ନାହାକଙ୍କ ସମେତ ଗ୍ରାମବାସୀ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ…

୧୦୬ ଜଣଙ୍କୁ ମିଳିଲା ହଜିଲା ଫୋନ୍‌, ଏସ୍‌ପି କହିଲେ- ଏହି ପୋର୍ଟାଲ ମାଧ୍ୟମରେ ପାଇହେବ ଚୋରି ହୋଇଥିବା ମୋବାଇଲ

ବରଗଡ଼,୨୧।୫( ପ୍ରେମାନନ୍ଦ ଖମାରୀ): କିଏ ମୋବାଇଲ ହଜାଇ ଦେଇଥିଲେ ତ ଆଉ କାହାର ମୋବାଇଲ ଲୁଟ କିମ୍ବା ଚୋରି ହୋଇଥିଲା । ଦିନେ କି ଦୁଇଦିନ ନୁହେଁ,…

ଇବୋଲା ବିପଦକୁ ଦେଖି ସ୍ଥଗିତ ରହିଲା ଭାରତ-ଆଫ୍ରିକା ସମ୍ମିଳନୀ, ଦିଲ୍ଲୀରେ ଥିଲା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୧।୫: ଆଫ୍ରିକାର କିଛି ଅଂଶରେ ଇବୋଲା ଭାଇରସର ବୃଦ୍ଧି ପାଉଥିବା ପ୍ରକୋପକୁ ଦୃଷ୍ଟିରେ ରଖି, ଭାରତ ଏବଂ ଆଫ୍ରିକୀୟ ସଂଘ ମଧ୍ୟରେ ସ୍ଥିର ହୋଇଥିବା ଶିଖର ସମ୍ମିଳନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri