Posted inଜାତୀୟ

ମଞ୍ଚରେ ବଂଶୀ ବଜାଇଲେ ତେଜ ପ୍ରତାପ

ବୈଶାଳି, ୨୧।୨: ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ପୁଅ ତଥା ବିହାରର ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ତେଜ ପ୍ରତାପ ଯାଦବ ଭିନ୍ନ ଭିନ୍ନ ଲୁକ୍‌ରେ ନଜର ଆସିଛନ୍ତି। ରାଜନୀତି ଅପେକ୍ଷା ଭିନ୍ନ ଅନ୍ଦାଜକୁ ସେ ସର୍ବଦା ଚର୍ଚ୍ଚାରେ ଥାନ୍ତି। କେତେବେଳେ ହିରୋ ତ ଆଉ କେତେବେଳେ ଶିବଭକ୍ତ ଭାବେ ସେ ଦେଖାଯାନ୍ତି। ଶୁକ୍ରବାର ମହାଶିବରାତ୍ରୀ ଉପଲକ୍ଷେ ଏକ କାର୍ଯ୍ୟକ୍ରମରେ ଭାଗ ନେଇ କୃଷ୍ଣଙ୍କ ଭଳି ବଂଶୀ ଫୁଙ୍କିଛନ୍ତି ଶିବଭକ୍ତ ତେଜପ୍ରତାପ। ବୈଶାଳି ଜିଲାର ଗଙ୍ଗାଜଳ ଗ୍ରାମରେ ଏକ ଧାର୍ମିକ କାର୍ଯ୍ୟକ୍ରମରେ ପହଞ୍ଚି ମଞ୍ଚରେ ବଂଶୀ ବଜାଇ ଲୋକଙ୍କ ଧ୍ୟାନ ଆକର୍ଷଣ କରିଥିଲେ। ପ୍ରଥମେ ସ୍ଥାନୀୟ ଲୋକଙ୍କୁ ସମ୍ବୋଧିତ କରି କହିଥିଲେ, ୨୦୨୦ରେ କାହାର ବଦ୍ଧ ହେବ? ଏହାପରେ ଉପସ୍ଥିତ ଲୋକେ କହିଥିଲେ, ନୀତିଶ ବଦ୍ଧ ହେବ। ୨୦୨୦ରେ ବିହାରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଇଛି। ଏହାକୁ ନେଇ ରାଜନୀତି ସରଗରମ ହୋଇଯାଇଛି। ଏହାକୁ ଦୃଷ୍ଟିରେ ରଖି ତେଜ ପ୍ରତାପ ଏଭଳି ମନ୍ତବ୍ୟ ଦେଇଥିବା କୁହାଯାଉଛି। ସୂଚନାଯୋଗ୍ୟ, ମକର ସଂକ୍ରାନ୍ତି ଦିନ ତେଜ ପ୍ରତାପ ଭଗବାନ ଶ୍ରୀକୃଷ୍ଣଙ୍କ ରୂପ ଧାରଣ କରିଥିଲେ। ଯାହା ସୋସିଆଲ ମିଡିଆରେ ଖୁବ ଭାଇରାଲ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri