ମଠରୁ ପୁଅବେଶଧାରୀ ନାବାଳିକା ଉଦ୍ଧାର

ପୁରୀ ଅଫିସ, ୨୩ା୧: ଘରୁ ବିମୁଖ ହୋଇ ଭୁବନେଶ୍ୱରର ଉଚ୍ଚଶିକ୍ଷିତ ଯୁବକ ଗିରିଜା ଶଙ୍କର ମିଶ୍ର ଗତ କିଛି ବର୍ଷ ଧରି ଶ୍ରୀକ୍ଷେତ୍ରକୁ ଚାଲିଆସି ଭିକ୍ଷାବୃତ୍ତି କରିବା ଘଟଣାର ଚର୍ଚ୍ଚା ଥମି ନ ଥିବା ବେଳେ ପୁଣି ଏଭଳି ଏକ ଖବର ଆଲୋଡ଼ନ ସୃଷ୍ଟି କରିଛି। ଶ୍ରୀମନ୍ଦିର ନିକଟ ଏକ ମଠରେ ପୁଅ ବେଶରେ ସଜେଇ ହୋଇ ରହୁଥିବା ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଜିଲା ଶିଶୁ ସୁରକ୍ଷା ୟୁନିଟ୍‌ (ଡିସିପିୟୁ) ଉଦ୍ଧାର କରିଛି। ଏହି ପିଲା ଜଣକ ପୁଅ ନୁହେଁ ବରଂ ଝିଅ ବୋଲି ଜଣାପଡ଼ିବା ପରେ ମଠ କର୍ତ୍ତୃପକ୍ଷ ଚିନ୍ତାରେ ପଡ଼ିଯାଇଥିଲେ। କୌଣସି ସମସ୍ୟା ସୃଷ୍ଟି ହେବା ଆଶଙ୍କାରେ ସେ ନିଜସ୍ବ ଖର୍ଚ୍ଚରେ ଜିଲା ଶିଶୁ ସୁରକ୍ଷା ୟୁନିଟ୍‌ କର୍ମକର୍ତ୍ତାଙ୍କ ଜରିଆରେ ସମ୍ପୃକ୍ତ ନାବାଳିକାଙ୍କୁ ରାତିଅଧିଆ ତାଙ୍କ ଘରକୁ ପଠାଇ ଦେଇଥିବା ଜଣାପଡ଼ିିଛି।
ସୂଚନା ଅନୁଯାୟୀ, କିଛି ମାସ ତଳେ କଟକ ଅଞ୍ଚଳର ଏହି ନାବାଳିକା ଜଣକ କୌଣସି କାରଣରୁ ଘରୁ ଶ୍ରୀକ୍ଷେତ୍ରକୁ ଚାଲି ଆସିଥିଲେ। ପୁରୀରେ କାମଧନ୍ଦା ଖୋଜି ଥିଲେ। ମାତ୍ର ନ ପାଇବାରୁ ନିଜକୁ ବ୍ରାହ୍ମଣ ବେଶରେ ସଜାଇ ଭିକ୍ଷାବୃତ୍ତି କରି ଚଳୁୁଥିଲେ। ସେ ଦେଖିବାକୁ ସୁନ୍ଦର ହୋଇଥିବାବେଳେ କଥାରେ ମିଷ୍ଟତା ଯୋଗୁ ଅଳ୍ପ ଦିନରେ ସ୍ଥାନୀୟ ଲୋକଙ୍କ ହୃଦୟ ଜିଣିଥିଲେ। ଉକ୍ତ ମଠ ନିକଟରେ ଥିବା ଚା’ ଦୋକାନୀ ସମ୍ପୃକ୍ତ ମଠର ମହନ୍ତଙ୍କୁ ଏହି ବ୍ରାହ୍ମଣ ବେଶଧାରୀ ପିଲାଙ୍କୁ ଦେଖାଇ କହିଥିଲେ ଯେ, ଭଲ ପିଲାଟିଏ, ମନ୍ତ୍ର ପାଠ ଜାଣିଛି। ମଠରେ ରହିବ, ଠାକୁର ଓ ଆପଣଙ୍କ ସେବା କାର୍ଯ୍ୟ କରିବ। ମଠ ମହନ୍ତ ତାଙ୍କ ଚାଲିିଚଳଣ ଓ ବ୍ୟବହାରରେ ସନ୍ତୁଷ୍ଟ ହୋଇ ମଠରେ ରହିବାକୁ ଅନୁମତି ଦେଇଥିଲେ। ସମ୍ପୃକ୍ତ ବ୍ରାହ୍ମଣ ବେଶଧାରୀ ପିଲା ଦିନରେ ମଠରେ କାମ କରୁଥିଲେ। ରାତିରେ ଖାଇପିଇ ସେଠାରେ ଶୋଇଯାଉଥିଲେ। ତେବେ କୌଣସି ସୂତ୍ରରୁ ଉକ୍ତ ବ୍ରାହ୍ମଣ ବେଶଧାରୀ ପିଲା ଜଣଙ୍କ ସମ୍ପର୍କରେ ଖବର ପାଇ ଜିଲା ଶିଶୁ ସୁରକ୍ଷା ୟୁନିଟ୍‌ର ଏକ ଟିମ୍‌ ସୋମବାର ରାତିରେ ଅଚାନକ ମଠରେ ପହଞ୍ଚି ମହନ୍ତଙ୍କ ସହ ଆଲୋଚନା କରିଥିଲେ। ସେହି ବେଶଧାରୀ ପିଲା ଜଣଙ୍କ ପୁଅ ନୁହେଁ ବରଂ ଝିଅ ଏବଂ ସେ ନାବାଳିକା ବୋଲି ଜଣାଇଥିଲେ। ଏକଥା ଶୁଣି ମଠ ମହନ୍ତ ଚମକି ପଡ଼ିିଥିଲେ। ସମ୍ପୃକ୍ତ ବେଶଧାରୀ ପିଲାଙ୍କୁ ପଚରାଉଚୁରା କରିବାରୁ ସବୁ କଥା ଜଣାପଡ଼ିଥିଲା। ସେ ନିଜ ପରିଚୟ ଦେବା ସହ ଘର ଠିକଣା ବି କହିଥିଲେ। ଏହାପରେ କାଳେ କିଛି ସମସ୍ୟା ଉପୁଜିବ ଏବଂ ଗଣମାଧ୍ୟମ ନିକଟରେ ଖବର ପହଞ୍ଚିଯିବ ସେହି ଭୟରେ ମଠ ମହନ୍ତ ଗାଡ଼ି ଭଡ଼ା ଦେଇ ତାଙ୍କୁ ଗ୍ରାମକୁ ତୁରନ୍ତ ପଠାଇ ଦେବାକୁ ଚାହିଁଥିଲେ। ଶିଶୁ ସୁରକ୍ଷା ୟୁନିଟ୍‌ର ସଦସ୍ୟା ସଦସ୍ୟମାନେ ତାଙ୍କୁ ସେଠାରୁ ରାତିରେ ଉଦ୍ଧାର କରି ତାଙ୍କ ଘରକୁ ପଠାଇ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

କେସିଙ୍ଗା ମହାବିଦ୍ୟାଳୟରେ ବନମହୋତ୍ସବ ପାଳିତ: ବିଭିନ୍ନ ପ୍ରଜାତିର ବୃକ୍ଷ ରୋପଣ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ଅନ୍ୟତମ ସରକାରୀ ଅଗ୍ରଣୀ ଶିକ୍ଷନୁଷ୍ଠାନ କେସିଙ୍ଗା ମହାବିଦ୍ୟାଳୟ ପରିସର ମଧ୍ୟରେ ଯୁବ ରେଡକ୍ରସ (YRC) ଓ ରାଷ୍ଟ୍ରୀୟ ସେବା ଯୋଜନା (NSS)…

କୁଲାଡ ରଥଯାତ୍ରା ପାଇଁ ସମୀକ୍ଷା: ପୂର୍ତ୍ତ ବିଭାଗ ପକ୍ଷରୁ ସୁରକ୍ଷା ପ୍ରମାଣପତ୍ର ପ୍ରଦାନ

ଭଞ୍ଜନଗର,୧୪।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ କୁଲାଡ ରଥଯାତ୍ରା ଶହ ଶହ ବର୍ଷ ଧରି ପାଳିତ ହୋଇ ଆସୁଛି। ଭଞ୍ଜ ରାଜବଂଶ ପକ୍ଷରୁ ଉକ୍ତ ଯାତ୍ରା…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri