ଛତ୍ରପୁର,୧ା୫(ଡି.ଏନ.ଏ)-ବ୍ରହ୍ମପୁର, ଭୁବନେଶ୍ୱର, ରାଉରକେଲାକୁ ମଡେଲ ସିଟି ଏବଂ ଛତ୍ରପୁର, ଢେଙ୍କାନାଳ ଓ ଯାଜପୁରକୁ ମଡେଲ ଟାଉନ୍ କରିବା ପାଇଁ ଲକ୍ଷ୍ୟ ରଖି ସରକାର ପାଇଲଟ୍ ପ୍ରକଳ୍ପ ଆରମ୍ଭ କରିଛନ୍ତି। ବିଶେଷକରି ଗ୍ରୀନ୍ ଟ୍ରିବ୍ୟୁନାଲ (ଏନଜିଟି)ଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ପାଇଁ ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ ବର୍ଜ୍ୟବସ୍ତୁ ପରିଚାଳନା ଅନୁଧ୍ୟାନ କମିଟି ଗଠନ କରାଯାଇଛି। ମଙ୍ଗଳବାର ଗଞ୍ଜାମ ଜିଲାର ବ୍ରହ୍ମପୁର ମହାନଗର ନିଗମ ଓ ଛତ୍ରପୁର ଏନଏସିକୁ ହାଇକୋର୍ଟଙ୍କ ଦ୍ୱାରା ନିଯୁକ୍ତ କମିଟି (ବର୍ଜ୍ୟବସ୍ତୁ ପରିଚାଳନା) ଆସି ଅନୁଧ୍ୟାନ କରିଛନ୍ତି। କମିଟିର ଅଧ୍ୟକ୍ଷ ଅବସରପ୍ରାପ୍ତ ଜଷ୍ଟିସ୍ ପି. କେ. ମହାନ୍ତିଙ୍କ ନେତୃତ୍ୱରେ ଆସିଥିବା ସଦସ୍ୟମାନେ ଉକ୍ତ ୨ ସହରରେ ବର୍ଜ୍ୟବସ୍ତୁ ପରିଚାଳନା ପାଇଁ କ’ଣ ସବୁ ପଦକ୍ଷେପ ନିଆଯାଇଛି ଏବଂ ଆଗକୁ କିପରି ପଦକ୍ଷେପ ନିଆଯିବ ସେ ସମ୍ପର୍କିତ ତଥ୍ୟ ସଂଗ୍ରହ କରିଥିଲେ। ରାଜ୍ୟ ପରିବେଶ ବିଭାଗର ସଚିବ ସୁରେଶ ମହାପାତ୍ର, ସ୍ବାସ୍ଥ୍ୟ ବିଭାଗର ସଚିବ ଡ. ପ୍ରମୋଦ କୁମାର ମେହେର୍ଦ୍ଦା , ପ୍ରଦୁଷଣ କଣ୍ଟ୍ରୋଲ ବୋର୍ଡର ନିର୍ଦ୍ଦେଶକ ଦେବୀଦତ୍ତ ବିଶ୍ୱାଳ, ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଡିଆରଡିଏ ପିଡି ସିର୍ଦ୍ଧାର୍ଥ ଶଙ୍କର ସ୍ବାଇଁ, ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ନିର୍ଦ୍ଦେଶକ ସଂଗ୍ରାମଜିତ ନାୟକ, ଜିଲା ସହରାଞ୍ଚଳ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସବ୍ୟସାଚୀ ହୋତା, ଜିଲା ମୁଖ୍ୟ ଚିକିସତ୍ାଧିକାରୀ ଡା. ବିଜୟ ପାଣିଗ୍ରାହୀ, ଛତ୍ରପୁର ଏନଏସି ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ, ପ୍ରଦୂଷଣ କଣ୍ଟ୍ରୋଲ ବୋର୍ଡର ବ୍ରହ୍ମପୁରସ୍ଥିତ ଆଞ୍ଚଳିକ ଅଫିସର ପ୍ରମୁଖ ଉପସ୍ଥିତ ଥିଲେ। ପୂର୍ବାହ୍ନରେ ବ୍ରହ୍ମପୁରରେ ଅନୁଧ୍ୟାନ କରିବା ପରେ ଅପରାହ୍ନରେ ଉକ୍ତ କମିଟିର ଅଧ୍ୟକ୍ଷ ଏବଂ ଅନ୍ୟମାନେ ଛତ୍ରପୁର ଆସିଥିଲେ। ଛତ୍ରପୁରରେ ସେପ୍ଟେଜ୍ ପ୍ଲାଣ୍ଟ ପ୍ରତିଷ୍ଠା ହେବ। ସେ ପର୍ଯ୍ୟନ୍ତ ମହୁଡାରେ ଥିବା ପ୍ଲାଣ୍ଟରେ ବର୍ଜ୍ୟବସ୍ତୁ ପକାଯିବ। ଏଥିସହ ଏଠାରେ ୧୦୦ଟି କମ୍ପୋଷ୍ଟ ପିଟ୍ ନିର୍ମାଣ ହେବ। ଉକ୍ତ ପିଟ୍ରେ ପନିପରିବା ଆଦି ବର୍ଜ୍ୟ ପକାଯିବ। ଛତ୍ରପୁର ଏନଏସି ପକ୍ଷରୁ ପରିବା ମାର୍କେଟ ପରିସରରେ କମ୍ପୋଷ୍ଟ ପିଟ୍ ନିର୍ମାଣ କରାଯାଇଥିବା ବେଳେ ମହାବୀର ନଗରରେ ୯ଟି ପିଟ୍ ନିର୍ମାଣ ଚାଲିଛି। ଛତ୍ରପୁର ହସ୍ପିଟାଲ ସମ୍ମୁଖରେ ନୂତନ ଶୌଚାଳୟ ନିର୍ମାଣ ହୋଇଛି। ନିର୍ବାଚନ ଆଚରଣ ବିଧି ଉଠିବା ପରେ ଟେଣ୍ଡର କରି ଏହାକୁ କାର୍ଯ୍ୟକ୍ଷମ କରାଯିବ। କମିଟିର ଅଧ୍ୟକ୍ଷ ଏବଂ ଅନ୍ୟମାନେ କମ୍ପୋଷ୍ଟ ପିଟ୍ ଓ ଶୌଚାଳୟ ପରିଦର୍ଶନ କରିଥିଲୋ ଏଥିସହ ଛତ୍ରପୁର ସର୍କିଟ୍ ହାଉସ ପରିସରରେ ଥିବା ସୁଇମିଂ ପୁଲ୍ ମଧ୍ୟ ଅନୁଧ୍ୟାନ କରିଥିଲେ। ଖୁବ୍ଶୀଘ୍ର ଛତ୍ରପୁର ଏନଏସି ଓ ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ବର୍ଜ୍ୟବସ୍ତୁ ପରିଚାଳନା ନେଇ ଏକ ଆକ୍ସନ ପ୍ଲାନ୍ ପ୍ରସ୍ତୁତ ହେବ। ଏହା ଆଧାରରେ କାର୍ଯ୍ୟ ହେବ ବୋଲି ସୂଚନା ଦିଆଯାଇଛି।
ପ୍ରକାଶ ପାଇଲା ଭୋଟର ତାଲିକା: ୨୭ ଲକ୍ଷ ୯୨ ହଜାର ୧୫୮ ଜଣ ସାମିଲ, ବାଦ୍ ପଡ଼ିଲେ…
ଛତ୍ରପୁର,୫ା୭(ଦିଲ୍ଲୀପ ସାମଲ): ଭାରତର ଗଣତାନ୍ତ୍ରିକ ପର୍ବ କୁହାଯାଉଥିବା ନିର୍ବାଚନ ପ୍ରକ୍ରିୟାରେ ସ୍ବଚ୍ଛତା, ନିର୍ଭୁଲ ଏବଂ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ…
ବର୍ଷା ପାଇଁ ଭଞ୍ଜନଗର ୱାଟର ପାର୍କବନ୍ଦ: ଜଳଭଣ୍ଡାରର ଜଳସ୍ତର ବୃଦ୍ଧି
ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ମୌସୁମୀ ବର୍ଷା ଆରମ୍ଭ ହେବା ସହ ଭଞ୍ଜନଗର ୱାଟର ପାର୍କରେ ପର୍ଯ୍ୟଟକଙ୍କ ସଂଖ୍ୟା ଯଥେଷ୍ଟ କମିଯାଇଛି। ଅନ୍ୟପକ୍ଷରେ ପରିଚାଳନା ଖର୍ଚ୍ଚ ବଢ଼ିବା…
ଗାଲେରୀ କାଳୀ ମନ୍ଦିରରୁ ବଡ଼ ଧରଣର ଚୋରି; କୋଟି କୋଟି ଟଙ୍କାର ଅଳଙ୍କାର ଲୁଟ୍
ଭଞ୍ଜନଗର, ୫।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଅଞ୍ଚଳରେ ଚୋରି ଓ ଡକାୟତି ଘଟଣା ଦିନକୁ ଦିନ ବଢ଼ୁଥିବା ବେଳେ ରବିବାର ସକାଳେ ଆଉ ଏକ…
ପୋଡ଼ମପେଟା ପରେ ଏବେ ଆର୍ଯ୍ୟପଲ୍ଲୀ: କୂଳ ଲଙ୍ଘୁଛି ସମୁଦ୍ର, ଚିନ୍ତାରେ ମତ୍ସ୍ୟଜୀବୀ ସମ୍ପ୍ରଦାୟ
ଛତ୍ରପୁର, ୫।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସମୁଦ୍ର କୂଳ କ୍ଷୟକୁ ନେଇ ଚିନ୍ତା ବଢ଼ିବାରେ ଲାଗିଛି। ପୋଡ଼ମପେଟା ସମେତ ବିଭିନ୍ନ ଉପକୂଳବର୍ତ୍ତୀ ଅଞ୍ଚଳରେ ସମୁଦ୍ର କୂଳ…
ଦେଶୀ, ବିଦେଶୀ ମଦ ଜବତ, ମହିଳାଙ୍କ ସମେତ ଅନ୍ୟ ଜଣେ ଅଭିଯୁକ୍ତ ଗିରଫ
ଦିଗପହଣ୍ଡି,୪ା୭(ଅଶେଷ ନାଥ ମିଶ୍ର): ଦେଶୀ ଓ ବିଦେଶୀ ମଦ କାରବାର ଅଭିଯୋଗରେ ପୋଲିସ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ଗିରଫ କରିଛି। ସେମାନେ ହେଲେ ସାନୁ…
ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଛାତ୍ରୀ ଗୁରୁତର, ବିଧାୟକ ମେଡିକାଲରେ ପହଞ୍ଚି…
ଗଞ୍ଜାମ,୪ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଥାନା ଅନ୍ତର୍ଗତ ଓ୍ବାର୍ଡ ନଂ ୧୧ ଦାମୋଦରପୁର ଗ୍ରାମର ଭାସ୍କର ବେହେରାଙ୍କ ଝିଅ ବିଜ୍ଞାନ ଛାତ୍ରୀ ସ୍ମୃତିମୟୀ ବେହେରା ଶନିବାର ଅପରାହ୍ନରେ ବିଦ୍ୟୁତ୍…
ବାହାଘର ଶୋଭାଯାତ୍ରାରେ ପୋଲିସ କନେଷ୍ଟବଳଙ୍କୁ ମରଣାନ୍ତକ ଆକ୍ରମଣ: ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୪|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏକ ବିବାହ ଶୋଭାଯାତ୍ରା ରେ ଶୁକ୍ରବାର ମଧ୍ୟାହ୍ନରେ ଜଣେ କନଷ୍ଟେବଳ…
ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ପ୍ରବେଶ ଉପରେ କଟକଣା: ଭୋକ ଉପାସରେ ପରିବାର, କ୍ଷୋବ ପ୍ରକାଶ କରି…
ଛତ୍ରପୁର, ୪।୭ (ଦିଲ୍ଲୀପି ସାମଲ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ ଆଗାମୀ ଜୁଲାଇ ୫ ପର୍ଯ୍ୟନ୍ତ ଗଞ୍ଜାମ ଜିଲାରେ ଲଘୁଚାପ ଜନିତ…
Archives

