Posted inଫୁରସତ

ମଡ୍‌ କୁକିଜ୍‌

ବିବାହ, ବ୍ରତ ହେଉ ଅବା କୌଣସି ଫଙ୍କ୍‌ଶନ୍‌, ଅନେକ ସୁସ୍ବାଦୁ ବ୍ୟଞ୍ଜନର ବ୍ୟବସ୍ଥା କରାଯାଏ। ଲୋକେ ଯେତିକି ଖାଆନ୍ତି ନଷ୍ଟ ଅଧିକ କରନ୍ତି। କୁଢ଼ କୁଢ଼ ଖାଦ୍ୟ ଅଳିଆଗଦାକୁ ଯାଏ। ତେବେ ଖାଲି କୌଣସି କାର୍ଯ୍ୟକ୍ରମରେ ନୁହେଁ ଏମିତିକି ଘରେ ଘରେ ଅନେକ ଖାଦ୍ୟ ନଷ୍ଟ ହୋଇଥାଏ। ୟୁନାଇଟେଡ ନେଶନ୍‌ସର ଫୁଡ୍‌ ଆଣ୍ଡ ଏଗ୍ରିକଲଚର ଅର୍ଗାନାଇଜେଶନ୍‌ର ରିପୋର୍ଟ ମୁତାବକ ପ୍ରାୟ ୧.୩ ଟନ୍‌ ଖାଦ୍ୟ ଉପଯୋଗୀ ଜିନିଷ ଅଳିଆଗଦାରେ ପକାଇ ଦିଆଯାଏ। କିନ୍ତୁ ପୃଥିବୀର ଏମିତି କିଛି ସ୍ଥାନ ଅଛି, ଯେଉଁଠି ଲୋକେ ଖାଇବାକୁ ନ ପାଇ ଅନାହାରରେ ମରି ମରି ଜିଅନ୍ତି। କିଛି ସ୍ଥାନରେ ତ ପେଟ ଚାଖଣ୍ଡକର ଜ୍ୱାଳା କମାଇବା ଲାଗି ଲୋକେ ଅଖାଦ୍ୟ ଖାଇବାକୁ ବାଧ୍ୟ ହୁଅନ୍ତି। ଯେମିତିକି ହୈତିରେ ଲୋକେ କାଦୁଅରେ ବିସ୍କୁଟ କରି ଖାଆନ୍ତି। ଫଳରେ ସେମାନେ ଅନେକ ରୋଗର ଶିକାର ହେଉଛନ୍ତି। ହେଲେ ପେଟର ଜ୍ୱାଳାକୁ ଶାନ୍ତ କରିବା ପାଇଁ ସେମାନେ ଏଭଳି କରିବାକୁ ବାଧ୍ୟ। ସେମାନେ ପାହାଡ଼ର ମାଟିକୁ ବରଦାନ ଭାବନ୍ତି। କାରଣ ଅନ୍ୟ ଖାଦ୍ୟ ନ ମିଳିବାରୁ ସେମାନେ ସେହି ମାଟିରେ ପାଣି ଓ ବନସ୍ପତି ତେଲ ମିଶାଇ ଏକ ଲେପ ପ୍ରସ୍ତୁତ କରନ୍ତି। ଆଉ ତା’ପରେ ତାକୁ ବିସ୍କୁଟର ଆକାର ଦେଇ ଖରାରେ ଶୁଖାନ୍ତି। ଶୁଖିବା ପରେ ତାକୁ ଖାଇଥାଆନ୍ତି। ନିଜ ପିଲାକୁ ସେମାନେ ଫଳମୂଳ ଓ ଅନ୍ୟାନ୍ୟ ପୁଷ୍ଟିକର ଖାଦ୍ୟ ଦେବାକୁ ଚାହାନ୍ତି। ହେଲେ ଟଙ୍କା ନ ଥିବାରୁ ସେମାନେ ଏହି କାଦୁଅ ବିସ୍କୁଟ୍‌ ବା ମଡ୍‌ କୁକିଜ୍‌ ଦେଇଥାଆନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗରମରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏମିତି ନିର୍ଦ୍ଦେଶ ଦେଲେ କିମ୍‌ ଜୋଙ୍ଗ୍‌ ଉନ୍‌, ସାରା ବିଶ୍ୱ ଜାଣି ଆଶ୍ଚର୍ଯ୍ୟ…

ପ୍ୟୋଙ୍ଗୟାଙ୍ଗ,୭ା୮: ଉତ୍ତର କୋରିଆରେ ବର୍ତ୍ତମାନ ପ୍ରବଳ ଗରମ ଅନୁଭୂତ ହେଉଛି। ଏହି ଗରମ ଯୋଗୁ ସେଠାକାର ଲୋକମାନଙ୍କୁ ଏମିତି ନିର୍ଦ୍ଦେଶ ଦିଆଯାଇଛି ଯାହା ଆଶ୍ଚର୍ଯ୍ୟଜନକ। ଉତ୍ତର କୋରିଆର…

ଭାରତର ଏହି ସ୍ଥାନରେ ଏଯାଏଁ ପହଞ୍ଚିନି କଳିଯୁଗ? ରହସ୍ୟ ଜାଣିଲେ କାବା ହୋଇଯିବେ…

ନୂଆଦିଲ୍ଲୀ,୬।୮: ହିନ୍ଦୁ ଧର୍ମଶାସ୍ତ୍ରଗୁଡ଼ିକରେ ଚାରୋଟି ଯୁଗ— ତ୍ରେତାୟୁଗ, ସତ୍ୟଯୁଗ, ଦ୍ୱାପର ଯୁଗ ଏବଂ କଳିଯୁଗର ବର୍ଣ୍ଣନା କରାଯାଇଛି। ତିନୋଟି ଯୁଗ ଶେଷ ହୋଇସାରିଛି ଏବଂ ଏବେ ଶେଷ…

ଏହି ମନ୍ଦିରରେ ୩୦୦ ବର୍ଷ ଧରି ଜଳୁଛି ଅଖଣ୍ଡ ଦୀପ, ଦିନକୁ ୩ ଥର ହୋଇଥାଏ ଶିବଲିଙ୍ଗର ରଙ୍ଗ ପରିବର୍ତ୍ତନ

ଶ୍ରାବଣ ମାସରେ ଭଗବାନ ଶିବଙ୍କ ପୂଜା କରିବାର ବହୁତ ମହତ୍ତ୍ୱ ରହିଛି। ସାରା ଦେଶରେ ଅନେକ ଶିବ ମନ୍ଦିର ଅଛି। ଏହି ମନ୍ଦିରଗୁଡ଼ିକ ମଧ୍ୟରୁ ଅନେକକୁ ଚମତ୍କାର…

କୋର୍ଟଙ୍କ ବଡ଼ ନିଷ୍ପତ୍ତି: ଏଣିକି ଟ୍ରେନ୍‌ରେ ଲଗେଜ୍‌ ଚୋରି ହେଲେ ଜରିମାନା ଦେବ ରେଳ ବିଭାଗ, ଜାଣନ୍ତୁ ସମ୍ପୂର୍ଣ୍ଣ ତଥ୍ୟ…

ନୂଆଦିଲ୍ଲୀ,୬ା୮: ଯଦି ଆପଣ ଟ୍ରେନରେ ଯାତ୍ରା କରୁଛନ୍ତି ଆଉ ଏହି ସମୟରେ ଆପଣଙ୍କ ବ୍ୟାଗ କିମ୍ବା ମୂଲ୍ୟବାନ ଜିନିଷ ଚୋରି ହୋଇଯାଉଛି, ତେବେ ଆଉ ଚିନ୍ତା ନାହିଁ।…

ଭାରତର ଏମିତି ଏକ ଗାଁ: ୫ ଦିନ ବିନା ପୋଷାକରେ ରୁହନ୍ତି ମହିଳା, ରହସ୍ୟ ଜାଣି ହେବେ ତାଜୁବ

ପୃଥିବୀ ବହୁତ ବିଶାଳ ଏବଂ ଏହାର ପ୍ରତ୍ୟେକ କୋଣରେ ଲୋକମାନଙ୍କର ନିଜସ୍ବ ପରମ୍ପରା ଓ ରୀତିନୀତି ରହିଛି। କେତେକ ପରମ୍ପରା ଆମ ପାଖପାଖି ସାଧାରଣ ଲାଗେ, ଆଉ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri