ମଣପୁରମ୍‌ ଡକାୟତି ମାମଲା: ସରିଲା ରିମାଣ୍ଡ, ଜେଲ ଗଲେ ମୁଖ୍ୟ ଅଭିଯୁକ୍ତ

ସମ୍ବଲପୁର,୮ା୪(ପ୍ରମୋଦ ବହିଦାର) ବହୁ ଚର୍ଚ୍ଚିତ ସମ୍ବଲପୁର ବୁଢ଼ାରଜାସ୍ଥିତ ମଣପୁରମ୍‌ ସୁନା ଋଣସଂସ୍ଥା ଡକାୟତି ମାମଲାର ମୁଖ୍ୟ ଅଭିଯୁକ୍ତ ସୁବୋଧ ସିଂ(୨୮)ଙ୍କ ରିମାଣ୍ଡ ଅବଧି ଶେଷ ହେବା ପରେ ଜେଲ ପଠାଇ ଦିଆଯାଇଛି। ୧୦ ଦିନିଆ ରିମାଣ୍ଡ ଶେଷ ହେବା ପରେ ପ୍ରଥମେ ଜିଲା ମୁଖ୍ୟ ଚିକିତ୍ସାଳୟରେ ତାଙ୍କର ସ୍ବାସ୍ଥ୍ୟ ଯାଞ୍ଚ କରାଯାଇଥିଲା। ଏହା ପରେ ତାଙ୍କୁ ଏସ୍‌ଡିଜେଏମ୍‌ କୋର୍ଟରେ ହାଜର କରାଯାଇ ସ୍ଥାନୀୟ ମଣ୍ଡଳ ଜେଲ୍‌କୁ ପଠାଇ ଦିଆଯାଇଛି। ରିମାଣ୍ଡ ଅବିଧି ସମୟରେ ଲୁଟ୍‌ ଘଟଣା ସହ ସେ ସଂଶ୍ଲିଷ୍ଟ ଥିବା ଅନ୍ୟାନ୍ୟ ଆପରାଧିକ ମାମଲା ତଥା ତାଙ୍କ ସହିତ ଏଥିରେ ଆଉ କେଉଁମାନେ ସମ୍ପୃକ୍ତ ବିଷୟରେ ପୋଲିସ ପଚରାଉଚରା କରିଥିଲା। ପଚାରାଉଚରା ବେଳେ ତାଙ୍କଠାରୁ ପୋଲିସ ଅନେକ ଗୁରୁତ୍ୱପୂର୍ଣ୍ଣ ସୂଚନା ହସଲ କରିବାରେ ସକ୍ଷମ ହୋଇଥିବା କୁହାଯାଇଛି।

ସୂଚନାଯୋଗ୍ୟ ଯେ, ଗତ ଜାନୁଆରୀ ୩ ତାରିଖ ସମ୍ବଲପୁର ସହରର ବ୍ୟସ୍ତବହୁଳ ବୁଢ଼ାରଜା ଅଞ୍ଚଳରେ ଥିବା ମଣପୁରମ ସୁନା ଋଣ ସଂସ୍ଥାରୁ ଡକାୟତମାନେ ସ୍ପଷ୍ଟ ଦିବାଲୋକରେ ବନ୍ଧୁକ ମୁନରେ ୩୦କେଜି ସୁନା ଓ ନଗଦ ପ୍ରାୟ ସାଢ଼େ ୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଲୁଟି ନେଇ ଫେରାର ହୋଇ ଯାଇଥିଲେ। ଏହି ମାମାଲାରେ ତନାଘନା ଆରମ୍ଭ କରି ପୋଲିସ ପର୍ଯ୍ୟାୟକ୍ରମେ ମୁଖ୍ୟ ଅଭିଯୁକ୍ତ ସୁବୋଧ ସିଂଙ୍କ ସହିତ ମୋଟ ୪ ଅଭିଯୁକ୍ତଙ୍କୁ ଗିରଫ କରିଛି। ମାତ୍ର ଏପର୍ଯ୍ୟନ୍ତ ସେମାନଙ୍କ ନିକଟରୁ ଲୁଟ୍‌ ସୁନା ଓ ଟଙ୍କା ମିଳି ପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ପବିତ୍ର ଅକ୍ଷୟ ତୃତୀୟାରେ ପାଳନ ହେବ କବିସୂର୍ଯ୍ୟଙ୍କ ଶ୍ରାଦ୍ଧୋତ୍ସବ

ଦିଗପହଣ୍ଡି,୧୨ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷଙ୍କ ପ୍ରକୋଷ୍ଠରେ ରବିବାର ମଧ୍ୟାହ୍ନରେ ଦିଗପହଣ୍ଡିସ୍ଥିତ କବିସୂର୍ଯ୍ୟ ସ୍ମୃତି ପରିଷଦ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

୩୦୦ ୟୁନିଟ ମାଗଣା ବିଜୁଳି, ୭୮ହଜାର ଟଙ୍କାର ସବସିଡି; ଜାଣନ୍ତୁ କେମିତି ଉଠାଇବେ ଏହି ସରକାରୀ ଯୋଜନାର ଲାଭ…

ନୂଆଦିଲ୍‌ଲୀ,୧୨।୪: ମାଗଣା ବିଦ୍ୟୁତ ଯୋଜନା ଅଧୀନରେ, ସରକାର ସ୍ଥାପିତ ସୌର ପ୍ୟାନେଲର କ୍ଷମତା (kW) ଉପରେ ଆଧାର କରି ସବସିଡି ପ୍ରଦାନ କରନ୍ତି। 1 kW ସିଷ୍ଟମ…

ଚଳନ୍ତା ଟ୍ରେନରେ ଚଢ଼ିବା ପ୍ରୟାସ ପଡ଼ିଲା ମହଙ୍ଗା, ସିସିଟିଭିରେ କଏଦ ହେଲା ମୃତ୍ୟୁର Live Video

ଭୋପାଳ,୧୨।୪: ମଧ୍ୟପ୍ରଦେଶର ରତଲାମ ରେଳ ଷ୍ଟେସନରେ ଚଳନ୍ତା ଟ୍ରେନରେ ଚଢ଼ିବାକୁ ଚେଷ୍ଟା କରିବା ସମୟରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ଟ୍ରେନରେ ଫସିବା ପରେ, ସେ…

ଇରାନ-ଆମେରିକା ଆଲୋଚନା ବିଫଳ, ଆସିଲା ନେତାନ୍ୟାହୁଙ୍କ ପ୍ରଥମ ପ୍ରତିକ୍ରିୟା, ଜାଣନ୍ତୁ କ’ଣ କହିଛନ୍ତି

ତେହରାନ,୧୨।୪: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ଇରାନ ବିରୁଦ୍ଧରେ ଆରମ୍ଭ ହୋଇଥିବା ଅଭିଯାନ ବହୁଳ ଭାବରେ ସଫଳ ହୋଇଛି। ସେ ଦାବି କରିଛନ୍ତି ଯେ…

ପାଳନ ହେବ ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ: ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିବ ଅଞ୍ଚଳ

ମହାକାଳପଡ଼ା, ୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ ପୀଠରେ ଦୁଇ ଦିନ ପରେ ପଣା ସଂକ୍ରାନ୍ତି ଝାମୁଯାତ୍ରା ଅନୁଷ୍ଠିତ…

ବଦଳିଲା Xର ମନିଟାଇଜେସନ୍ ନିୟମ, ଅଯଥା ପୋଷ୍ଟ କଲେ…..

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆ ପ୍ଲାଟଫର୍ମ X ଏହାର ମନିଟାଇଜେସନ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କାର୍ଯ୍ୟକାରୀ କରିଛି । ନିମ୍ନ-ଗୁଣବତ୍ତା ଏବଂ କ୍ଲିକ୍ବେଟ୍ କଣ୍ଟେଣ୍ଟ ମାଧ୍ୟମରେ ପ୍ଲାଟଫର୍ମରେ…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

ଡିଜେଲ-ATF ଉପରେ ରପ୍ତାନି ଶୁଳ୍କ ବୃଦ୍ଧି କଲେ କେନ୍ଦ୍ର ସରକାର, ବଢୁଛି ତୈଳ କମ୍ପାନୀଗୁଡ଼ିକ ଉପରେ ଚାପ

ନୂଆଦିଲ୍ଲୀ,୧୨।୪: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ ସମ୍ପର୍କରେ ଶନିବାର (୧୧ ଏପ୍ରିଲ, ୨୦୨୬) ଏକ ବଡ଼ ନିଷ୍ପତ୍ତି ଘୋଷଣା କରିଛନ୍ତି। ସରକାର ଡିଜେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri