ମଣିନାଗ ପୀଠ ରାସ୍ତା କାମ ବନ୍ଦ: ଠାକୁରାଣୀଙ୍କୁ ଦର୍ଶନ କରିପାରୁ ନାହାନ୍ତି ପର୍ଯ୍ୟଟକ

ରଣପୁର,୨୯ା୧(ସ୍ବ.ପ୍ର.): ନୟାଗଡ଼ ଜିଲାର ରଣପୁର ନିକଟ ମା’ ମଣିନାଗ ପୀଠ ରାସ୍ତାକୁ ଜଣେ ଲୋକ ପଥର ପକାଇ ଅବରୋଧ କରିଛନ୍ତି। ଫଳରେ ରାସ୍ତା କାର୍ଯ୍ୟ ବନ୍ଦ ହୋଇଯାଇଛି। ରାସ୍ତା ଅବରୋଧ କାରଣରୁ ଭକ୍ତମାନେ ଠାକୁରାଣୀଙ୍କୁ ଦର୍ଶନ କରିପାରୁ ନାହାନ୍ତି। ପ୍ରଶାସନ ପକ୍ଷରୁ ରାସ୍ତା କାର୍ଯ୍ୟ ଆରମ୍ଭ କରାଯିବା ବ୍ୟବସ୍ଥା କରା ନ ଗଲେ ସ୍ଥାନୀୟ ବାସିନ୍ଦା ଫେବୃୟାରୀ ୪ରେ ରଣପୁର ବନ୍ଦ କରିବେ ବୋଲି ଚେତାବନୀ ଦେଇଛନ୍ତି।
ଅଭିଯୋଗ ଅନୁସାରେ ରଣପୁର ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ମଣିନାଗ। ଏଠାରେ ବର୍ଷତମାମ ପର୍ଯ୍ୟଟକଙ୍କ ଭିଡ ଜମେ । ରଣପୁର ପୂର୍ତ୍ତ ବିଭାଗ ଛକଠାରୁ ମା’ଙ୍କ ପୀଠକୁ ପଡିଛି ଏକମାତ୍ର ରାସ୍ତା। ଏହି ରାସ୍ତାକୁ ୧୮ ଫୁଟିଆ କଂକ୍ରିଟ ଓ ଗାର୍ଡୱାଲ କରିବା ପାଇଁ ଅର୍ଥ ମଞ୍ଜୁର ହୋଇ ରାସ୍ତା କାର୍ଯ୍ୟ ଆରମ୍ଭ ହୋଇଛି। ଏହାକୁ ନେଇ ସ୍ଥାନୀୟ ଲୋକେ ଓ ପର୍ଯ୍ୟଟକ ଖୁସି ବ୍ୟକ୍ତ କରିଥିଲେ। ତେବେ ଦେବୋତ୍ତର ବିଭାଗ ଅଧୀନ ଗୁରୁଣ୍ଡି ଗୋପାଳଜୀଉ, ମାର୍ଫତ ଅରକ୍ଷିତ ସେଠୀଙ୍କ ନଁାରେ ରାସ୍ତା ସମେତ କିଛି ଅଂଶ ରେକର୍ଡ ହୋଇଯାଇଛି। ତେବେ ଜମିଟି କାହିଁ କେଉଁ କାଳରୁ ରାସ୍ତା ରୂପେ ବ୍ୟବହୃତ ହୋଇଆସୁଛି। ଅନ୍ୟପକ୍ଷେ ଗୁରୁଣ୍ଡି ଗୋପାଳଜୀଉଙ୍କ ନଁାରେ ଜମି ରହିଥିବାବେଳେ ସେହି ଠାକୁରାଣୀ ମଣିନାଗଙ୍କ ମନ୍ଦିରରେ ପୂଜା ପାଉଛନ୍ତି। ଗୁରୁଣ୍ଡି ଗୋପାଳଜୀଉଙ୍କ ସ୍ବତନ୍ତ୍ର ପୀଠସ୍ଥଳ ନାହିଁ। ମାର୍ଫତଦାର ଠାକୁରାଣୀଙ୍କ ଦାୟିତ୍ୱ ନେଉ ନ ଥିବାବେଳେ ଏହାର ଉଚ୍ଚସ୍ତରୀୟ ତଦନ୍ତ କରାଯାଇ ତାଙ୍କୁ ଉଚ୍ଛେଦ କରାଯିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି। ସେହିଭଳି ଦେବୋତ୍ତର ବିଭାଗ ନାମରେ ସ୍ବତନ୍ତ୍ର ରେକର୍ଡ ସଂଶୋଧନ କରାଯିବାକୁ ସେମାନେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୁରୁଡ଼ି ଗ୍ରାମକୁ ନିର୍ମାଣ ହେବ ସ୍ଥାୟୀ ପକ୍କା ରାସ୍ତା: ସ୍ଥିତି ପରଖିଲେ ବିଡ଼ିଓ, ଖୁସି ପ୍ରକାଶ କଲେ…

ଗୁଡ଼ାରି, ୧୯/୯ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍ ଅନ୍ତର୍ଗତ କଦମା ଗ୍ରାମପଞ୍ଚାୟତର ଆଦିବାସୀ ଅଧ୍ୟୁଷିତ ବୁରୁଡ଼ି ଗ୍ରାମବାସୀଙ୍କ ଦୀର୍ଘଦିନର ସମସ୍ୟାର ସମାଧାନ ହେବାକୁ…

ଚାଲାଣ ବେଳେ ଧରାପଡ଼ିଲା ୧୧୪୦ କେଜି ଗଞ୍ଜେଇ

ତୁମୁଡିବନ୍ଧ,୧୯ା୯(ଦୀପକ କୁମାର ପରାସେଠ): ଏକ ବଡ଼ ଧରଣର ଗଞ୍ଜେଇ ଚୋରା ଚାଲାଣକୁ ପଣ୍ଡ କରିଛି କନ୍ଧମାଳ ଜିଲା ତୁମୁଡିବନ୍ଧ ପୋଲିସ। ଚୋରା ଚାଲାଣ ହେବାକୁ ଥିବା ଗଞ୍ଜେଇ…

ମୁଜାଗଡ଼ରେ ବ୍ଲକ୍ ସ୍ତରୀୟ କ୍ରୀଡ଼ା ମହୋତ୍ସବ: ଚମକିଲେ ଯୁବ କ୍ରୀଡ଼ାବିତ୍‌, କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର

ମୁଜାଗଡ଼, ୧୯/୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍ ସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଶନିବାର ମୁଜାଗଡ଼ସ୍ଥିତ ପି.ଏମ୍. ଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

ପାର୍ବଣ ଆସୁଛି, ଚୋରା ମଦ ବିକ୍ରି ବଢ଼ୁଛି: ଡବେରୀ ଗ୍ରାମବାସୀଙ୍କ ଚିନ୍ତା, ଆଇଆଇସିଙ୍କୁ ଭେଟି ଦେଲେ ଦାବିପତ୍ର

ଦାରିଙ୍ଗବାଡ଼ି, ୧୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଡବେରୀ ଗ୍ରାମରେ ଦିନକୁ ଦିନ ବେଆଇନ ମଦ କାରବାର ବୃଦ୍ଧି ପାଉଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଶେଶାନନ୍ଦଙ୍କ ଜନ୍ମୋତ୍ସବକୁ ନିଆରା ଢଙ୍ଗରେ ପାଳିଲା ଲୋହରାଖଣ୍ଡି ସାହିତ୍ୟ ସଂସଦ

ଭଞ୍ଜନଗର, ୧୯।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀ ଜଗନ୍ନାଥ ରିସର୍ଟଠାରେ ଶନିବାର ସନ୍ଧ୍ୟାରେ ଜଗନ୍ନାଥପ୍ରସାଦ ବ୍ଲକର ବରିଷ୍ଠ କର୍ମଚାରୀ ଶେଶାନନ୍ଦ ଆରୁଖଙ୍କ ଜନ୍ମଦିନ ଏକ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?