ମଣ୍ଟଫୋର୍ଟ ସ୍କୁଲ ସୁବର୍ଣ୍ଣ ଜୟନ୍ତୀ ସମାରୋହ ଉଦ୍‌ଯାପିତ: ଅପସଂସ୍କୃତିଠାରୁ ଦୂରେଇ ରୁହ

ଢେଙ୍କାନାଳ ଅଫିସ, ୮।୧୨ – ଇଂଲିଶ ଶିକ୍ଷାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ୧୯୬୯ରେ ପ୍ରତିଷ୍ଠା ହୋଇଥିଲା ମଣ୍ଟଫୋର୍ଟ ସ୍କୁଲ। ଏହାକୁ ପ୍ରତିଷ୍ଠା କରିବାରେ ତତ୍କାଳୀନ ସମୟରେ ବହୁ ଦୂରଦୃଷ୍ଟିସମ୍ପନ୍ନ ବ୍ୟକ୍ତିଙ୍କ ଉଦ୍ୟମ ପ୍ରଶଂସନୀୟ। ଆଜିର ସମୟରେ ସଂସ୍କୃତି ଏବଂ ଭାଷାକୁ ବଜାୟ ରଖିବା ସମସ୍ତଙ୍କ ପାଇଁ ଜରୁରୀ। ଶୃଙ୍ଖଳିତ ହୋଇ ଅପସଂସ୍କୃତିଠାରୁ ଦୂରରେ ରହିଲେ ଜାତି ଆଗକୁ ଯିବ ବୋଲି କହିଛନ୍ତି ଏମ୍‌ପି ମହେଶ ସାହୁ। ଢେଙ୍କାନାଳ ମଣ୍ଟଫୋର୍ଟ ସ୍କୁଲରେ ଦୁଇଦିନ ବ୍ୟାପୀ ଚାଲିଥିବା ସୁବର୍ଣ୍ଣ ଜୟନ୍ତୀ ସମାରୋହର ଶନିବାର ଅନୁଷ୍ଠିତ ଉଦ୍‌ଯାପନୀ ସମାରୋହରେ ମୁଖ୍ୟଅତିଥି ଭାବେ ଯୋଗଦେଇ ସେ ଏହା କହିଥିଲେ।
ମୁଖ୍ୟବକ୍ତା ଭାବେ ଯୋଗଦେଇ କିଟ୍‌ ଇଣ୍ଟରନ୍ୟାଶନାଲର ଡିଜି ଡ. ଦେବରାଜ ପ୍ରଧାନ କହିଲେ, ଶିକ୍ଷାକ୍ଷେତ୍ରରେ ସମଗ୍ର ରାଜ୍ୟରେ ସ୍ବତନ୍ତ୍ର ପରିଚୟ ହାସଲ କରିଛି ଢେଙ୍କାନାଳ। ଏହି ମାଟିରୁ ଗୌରବମୟ ଇତିହାସ ସୃଷ୍ଟି ହୋଇଛି। ବହୁ ପ୍ରତିଭାଧାରୀ ଅଞ୍ଚଳର ଟେକ ରଖିଛନ୍ତି। ଏହାକୁ ଆଗକୁ ନେବାକୁ ସେ ଛାତ୍ରୀଛାତ୍ରଙ୍କୁ ପରାମର୍ଶ ଦେଇଥିଲେ। ସମ୍ମାନିତ ଅତିଥି ଏସ୍‌ପି ଅନୁପମା ଜେମ୍‌ସ କହିଲେ, କେବଳ ପାଠପଢି ପରୀକ୍ଷାରେ ନମ୍ବର ରଖିଲେ ଜଣେ ସଫଳ ଛାତ୍ର ହୋଇପାରେ ନାହିଁ। ସବୁ ବିଷୟ ପ୍ରତି ଆଗ୍ରହ ପ୍ରକାଶ କରି ଜ୍ଞାନ ଆହରଣ କଲେ ଶିକ୍ଷା ଜୀବନ ପୂର୍ଣ୍ଣାଙ୍ଗ ହୋଇଥାଏ। ଏହି ଅବସରରେ ସମ୍ବଲପୁରରୁ ଆସିଥିବା ଅନୁଷ୍ଠାନର ଫାଦର ବାର୍ଥଲୋମିଉ ବିଲୁଙ୍ଗ୍‌ ଅତିଥିଙ୍କୁ ସମ୍ବର୍ଦ୍ଧିତ କରିଥିବାବେଳେ ପ୍ରିନ୍ସିପାଲ ଫାଦର ଫିଲିପ ବିବରଣୀ ପାଠ କରିଥିଲେ। ବିଭିନ୍ନ କ୍ଷେତ୍ରରେ ଅନୁଷ୍ଠାନ ପାଇଁ ଗୌରବ ଆଣିଥିବା ମେଧାବୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶେଷରେ ଛାତ୍ରୀଛାତ୍ରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri