ମଣ୍ଟୁ ଘୋଷ ହତ୍ୟା ଘଟଣା: ପୋଲିସ ଏନକାଉଣ୍ଟରରେ ୪ ଜଣ ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ଝାରସୁଗୁଡା ଅଫିସ/ଲଖନପୁର,୦୬।୧୧(ଡି.ଏନ.ଏ.):ଝାରସୁଗୁଡା ଜିଲା ବ୍ରଜରାଜନଗର ସହରରେ ଗତ ମଙ୍ଗଳବାର ରାତିରେ ଦୁର୍ବୃତ୍ତମାନେ ଗୁଳିମାଡ କରିଛନ୍ତି। ଏଥିରେ କୁଖ୍ୟାତ ଅପରାଧୀ ସୋନୁ ଘୋଷଙ୍କ ଭାଇ ମଣ୍ଟୁ ଘୋଷଙ୍କ ମୃତ୍ୟୁ ହୋଇଛି। ଘଟଣା ଘଟାଇ ଫେରାର ହୋଇ ଯାଇଥିବା ଦୁର୍ବୃତ୍ତମାନଙ୍କୁ ପୋଲିସର ଏକ ସ୍ବତନ୍ତ୍ର ଟିମ ଜୋବ୍‌ ନିକଟରେ ଏନକାଉଣ୍ଟରରେ କରିଛି। ଏଥିରେ ୪ଜଣ ଅଭିଯୁକ୍ତ ଆହତ ହୋଇଛନ୍ତି। ଆହତମାନେ ହେଲେ ମଣ୍ଡଳିଆର ଶୈଳେନ୍ଦ୍ର ପାତ୍ର(୨୪), ଗଜପତିନଗରର ଅନନ୍ତ ଧଳ ଓରଫ ଭିମା(୨୬), ମହାବୀରନଗରର ରେଫକ୍ୟୁ ଆନସରୀ(୨୨) ଓ ମଣ୍ଡଳିଆର ମିକି ସିଂହ (୨୫) ବୋଲି ଜଣାପଡିଛି। ପୋଲିସ ଏନକାଉଣ୍ଟର କରିବା ପୂର୍ବରୁ ଅପରାଧୀମାନେ ମଧ୍ୟ ପାଲଟା ଆକ୍ରମଣ କରିଥିଲେ। ଆହତ ଅଭିଯୁକ୍ତମାନଙ୍କୁ ପୋଲିସ ଚିକିତ୍ସା ପାଇଁ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି। ପୋଲିସ ଏନକାଉଣ୍ଟରସ୍ଥଳରୁ ୨ଟି ବାଇକ, ୨ଟି ବନ୍ଧୁକ, କେତେକ ଅଫୁଟା ଗୁଳି ଜବତ କରିଛି।
ପୋଲିସ ତଦନ୍ତରୁ ଜଣାପଡିଛି ଯେ, ଗତ ଜୁନ ୨୧ରେ ଅମିତ ଧଳ ହତ୍ୟା କାଣ୍ଡ ଘଟିଥିଲା। ଏଥିରେ କୁଖ୍ୟାତ ଅପରାଧୀ ସୋନୁ ଘୋଷ ମୁଖ୍ୟ ଅଭିଯୁକ୍ତ ରହିଥିଲେ। ଅଭିଯୁକ୍ତ ସୋନୁଙ୍କୁ ସ୍ବତନ୍ତ୍ର ପୋଲିସ ଟିମ କଲିକତାରୁ ଗିରଫ କରିଥିଲା। ଏବେ ସୋନୁ ଘୋଷ ଚୌଦ୍ବାର ଜେଲରେ ଅଛନ୍ତି। ଏହାର ପ୍ରତିଶୋଧ ନେବା ପାଇଁ ଅମିତ ଗୋଷ୍ଠୀ ଏଭଳି କାଣ୍ଡ ଘଟାଇଛି ବୋଲି ପୋଲିସ କହିଛ। ଏନକାଉଣ୍ଟର ୪ ଜଣଙ୍କ ମଧ୍ୟରୁ ଅନନ୍ତ ଧଳ ଅମିତଙ୍କ ସମ୍ପର୍କୀୟ ଭାଇ ବୋଲି ଜଣାପଡିଛି। ଏସମ୍ପର୍କରେ ଏସପି ଅଶ୍ବନୀ କୁମାର ମହାନ୍ତି ଖବରଦାତା ସମ୍ମିଳନୀ ଡାକିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri