ମଣ୍ଡି ଖୋଲିବାରେ ବିଳମ୍ବ: ପ୍ରତିବାଦରେ ଚାଷୀଙ୍କ ଧାରଣା

ବନ୍ତଳା,୬ା୧(ଡି.ଏନ.ଏ.)- ଧାନମଣ୍ଡି ଖୋଲାଯିବାରେ ବିଳମ୍ବ ପ୍ରତିବାଦରେ ଅନୁଗୋଳ ବ୍ଲକ ମାଟିଆସାହି ପଞ୍ଚାୟତ ପୁରୁଣାଗଡ଼ରେ ଥିବା ସେବା ସମବାୟ ସମିତି ସମ୍ମୁଖରେ ସୋମବାର ୫୦ରୁ ଊଦ୍ଧର୍‌ବ ଚାଷୀ ଧାରଣା ଦେଇଥିଲେ। ଚାଷୀମାନେ ଅଭିଯୋଗ କରିଛନ୍ତି ଯେ, ଜିଲାର ବିଭିନ୍ନ ସମବାୟ ସମିତିରେ ଧାନମଣ୍ଡି ଖୋଲାଗଲାଣି। ସେଠାରେ ଅନେକ ଚାଷୀ ସେମାନଙ୍କ ଧାନ ବିକ୍ରି କରି ଟଙ୍କା ପାଇଲେଣି। ହେଲେ ମାଟିଆସାହି ପଞ୍ଚାୟତ ଅଧୀନରେ ଥିବା କରମଙ୍ଗା ସାହି (ପୁରୁଣାଗଡ଼) ସେବା ସମବାୟ ସମିତିରେ ଏଯାଏ ମଣ୍ଡି ଖୋଲାଯାଇ ନାହିଁ। ଫଳରେ ଧାନ ଅମଳ କରିଥିଲେ ବି ସ୍ଥାନୀୟ ଅଞ୍ଚଳର ଚାଷୀମାନେ ହାତବାନ୍ଧି ବସିଛନ୍ତି। ଏହି ସେବା ସମବାୟ ସମିତି ଉପରେ ମାଣିକଯୋଡି ଓ ଶରଧାପୁର ଅଞ୍ଚଳର ସମସ୍ତ ଚାଷୀ ନିର୍ଭର କରନ୍ତି। ତେଣୁ ଧାନମଣ୍ଡି ଖୋଲିବାରେ ବିଳମ୍ବ ହେଉଥିବା ପ୍ରତିବାଦରେ ସ୍ଥାନୀୟ ଅଞ୍ଚଳର ଚାଷୀମାନେ କରମଙ୍ଗାସାହି ସେବା ସମବାୟ ସମିତି ଆଗରେ ଧାରଣା ଦେବା ସହିତ ଜିଲାପାଳଙ୍କ ଉଦ୍ଦେଶ୍ୟରେ ସମିତି ସେକ୍ରେଟାରି ଶଙ୍କର ବେହେରାଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ। ଚାଷୀ ପୂର୍ଣ୍ଣଚନ୍ଦ୍ର ଭୂତିଆ, ଶେଷଦେ ଡାଙ୍ଗ, ପ୍ରଭାକର ପତି, ରଞ୍ଜନ ମହାକୁଡ଼, ପ୍ରମାଦ କୁମାର ମହାନ୍ତି, ବିଶେଶ୍ୱର ଭୂତିଆ, କୁମୁଦ ଚନ୍ଦ୍ର ପଣ୍ଡା, ଅନ୍ତର୍ଯ୍ୟାମୀ ବାରିକ ପ୍ରମୁଖ ଧାରଣାରେ ବସିଥିବା ପ୍ରକାଶ କରିଛନ୍ତି। ଏ ସମ୍ପର୍କରେ କରମଙ୍ଗାସାହି ସେବା ସମବାୟ ସମିତିର ସେକ୍ରେଟାରି ଶଙ୍କର ବେହେରା କୁହନ୍ତି, କିଛି ଅସୁବିଧା ଥିବାରୁ ମଣ୍ଡି ଖୋଲାଯିବାରେ ବିଳମ୍ବ ହେଉଛି। ଚାଷୀମାନଙ୍କୁ ହଇରାଣ କରିବା ଆମର ଉଦ୍ଦେଶ୍ୟ ନୁହେଁ। ଉପରିସ୍ଥ ଅଧିକାରୀଙ୍କ ସହିତ ଅଲୋଚନା କରି ସମସ୍ୟାର ସମାଧାନ କରାଯିବ। ଶୀଘ୍ର ଧାନ ମଣ୍ଡି ଖୋଲିବ ବୋଲି ବେହେରା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସ, ଅବକାରୀ ବିଭାଗର ମିଳିତ ଚଢ଼ାଉ: ଭାଙ୍ଗିଲେ ଦେଶୀମଦ ଭାଟି

ନନ୍ଦପୁର,୨୧।୫(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ପୋଲିସ ଲମତାପୁଟ ବ୍ଲକ ବନମାଳୀପୁଟ ପଞ୍ଚାୟତ ଭିମାରିପୁଟ ଗ୍ରାମରେ ଗତ ଶନିବାର ଚଢ଼ାଉ କରି ପୂର୍ବତନ ସମିତି ସଭ୍ୟଙ୍କ ଘରେ ସ୍ଥାପିତ…

IPL 2026 ପରେ ଅବସର ନେଇପାରନ୍ତି ଏହି ୫ କ୍ରିକେଟର, ନମ୍ବର ୩ ରେ ରହିଛି ଏକ ଆଶ୍ଚର୍ଯ୍ୟଜନକ ନାମ

ନୂଆଦିଲ୍ଲୀ,୨୧।୫: ୨୦୨୬ ଆଇପିଏଲ ସିଜିନ ମେ ୩୧ରେ ଶେଷ ହେଉଛି, ଏବଂ ଫାଇନାଲ ମ୍ୟାଚ ଅହମଦାବାଦରେ ଖେଳାଯିବାକୁ ସ୍ଥିର ହୋଇଛି। ବେଙ୍ଗାଲୁରୁ, ହାଇଦ୍ରାବାଦ ଏବଂ ଗୁଜରାଟ ପୂର୍ବରୁ…

ଜୁଲାଇ ୧୬ ତାରିଖରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା, ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ): ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ଓଡ଼ିଶା ପୋଲିସର ବ୍ୟାପକ ପ୍ରସ୍ତୁତି । ଡିଜିପି ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି । ଆସନ୍ତା ଜୁଲାଇ ୧୬ ତାରିଖରେ…

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଗ୍ରୀଷ୍ମ ବଦଳାଇଲା ସ୍କୁଲ ଛୁଟିର କ୍ୟାଲେଣ୍ଡର! ଜୁଲାଇ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ? ଜାଣନ୍ତୁ…

ଚଣ୍ଡିଗଡ଼,୨୧।୫: ସାରା ଦେଶରେ ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ହେଲେ ପଞ୍ଜାବ ଏବଂ ଚଣ୍ଡିଗଡ଼ରେ ପ୍ରବଳ ଗରମ ଯୋଗୁ ସେଠାକାର ଜନତା ଆତଙ୍କିତ ହୋଇପଡ଼ିଛନ୍ତି। ପଞ୍ଜାବର…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ…

୧୦୬ ଜଣଙ୍କୁ ମିଳିଲା ହଜିଲା ଫୋନ୍‌, ଏସ୍‌ପି କହିଲେ- ଏହି ପୋର୍ଟାଲ ମାଧ୍ୟମରେ ପାଇହେବ ଚୋରି ହୋଇଥିବା ମୋବାଇଲ

ବରଗଡ଼,୨୧।୫( ପ୍ରେମାନନ୍ଦ ଖମାରୀ): କିଏ ମୋବାଇଲ ହଜାଇ ଦେଇଥିଲେ ତ ଆଉ କାହାର ମୋବାଇଲ ଲୁଟ କିମ୍ବା ଚୋରି ହୋଇଥିଲା । ଦିନେ କି ଦୁଇଦିନ ନୁହେଁ,…

ଇବୋଲା ବିପଦକୁ ଦେଖି ସ୍ଥଗିତ ରହିଲା ଭାରତ-ଆଫ୍ରିକା ସମ୍ମିଳନୀ, ଦିଲ୍ଲୀରେ ଥିଲା କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୧।୫: ଆଫ୍ରିକାର କିଛି ଅଂଶରେ ଇବୋଲା ଭାଇରସର ବୃଦ୍ଧି ପାଉଥିବା ପ୍ରକୋପକୁ ଦୃଷ୍ଟିରେ ରଖି, ଭାରତ ଏବଂ ଆଫ୍ରିକୀୟ ସଂଘ ମଧ୍ୟରେ ସ୍ଥିର ହୋଇଥିବା ଶିଖର ସମ୍ମିଳନୀକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri