ମଣ୍ଡିରୁ ଉଠୁନି ଧାନ, ଚାଷୀଙ୍କ ରାସ୍ତାରୋକୋ

କୋକସରା,୧।୧(ଡି.ଏନ୍‌.ଏ.):କଳାହଣ୍ଡି ଜିଲା କୋକସରା ବ୍ଲକର ବିଭିନ୍ନ ମଣ୍ଡିରେ ଧାନକିଣା ପ୍ରକ୍ରିୟାରେ ଅଚଳାବସ୍ତା ଯୋଗୁ ଚାଷୀମାନେ ବିଭିନ୍ନ ସମୟରେ ଆନ୍ଦୋଳନ କରି ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ଏପରିସ୍ଥିତିରେ ମଙ୍ଗଳବାର କୋକସରା ମଣ୍ଡିର ଚାଷୀମାନେ ଧାନ ଉଠାଣ ଦାବି କରି ଭବାନୀପାଟଣା-ନବରଙ୍ଗପୁର ୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରି ଆନ୍ଦୋଳନ କରିଥିଲେ। ଫଳରେ ରାସ୍ତାର ଉଭୟ ପାର୍ଶ୍ୱରେ ଯାନବାହନ ଅଟକ ରହି ଟ୍ରାଫିକ ସମସ୍ୟା ସୃଷ୍ଟି ହୋଇଥିଲା। ଏନେଇ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। କୋକସରା ପୋଲିସ ଅଧିକାରୀ ବାସୁଦେବ ଛତ୍ରିଆ ଘଟଣାସ୍ଥଳରେ ପହଞ୍ଚତ୍ ଚାଷୀଙ୍କ ସହ ଆଲୋଚନା କରି କଳାହାଣ୍ଡି ଯୋଗାଣ ବିଭାଗ ଅଧିକାରୀଙ୍କ ସହ ମୋବାଇଲ ଫୋନରେ ଯୋଗାଯୋଗ କରିଥିଲେ। ପରେ ଟୋକନ ପାଇଥିବା ଚାଷୀଙ୍କ ଧାନ ତୁରନ୍ତ କିଣାଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏପରି କି ପେକ୍ସ ସମ୍ପାଦକ ନିରନ ବାଗ ଚାଷୀଙ୍କୁ ଧାନ କିଣିବା ନେଇ କହିବା ପରେ ଚାଷୀମାନେ ଆନ୍ଦୋଳନରୁ ହଟିଥିଲେ ା
ଅନ୍ୟପକ୍ଷେ ଜାନୁୟାରୀ ୧ତାରିଖରୁ ୩ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନସ୍ଥାନରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏପରି କି ଜିଲା ପ୍ରଶାସନ ପକ୍ଷରୁ ମଣ୍ଡିକୁ ଧାନ ନ ଆଣିବାକୁ ଡାକବାଜି ଯନ୍ତ୍ରରେ ଗା ଁଗାଁ ବୁଲି ଚାଷୀମାନଙ୍କୁ ଅବଗତ କରାଯାଉଛି। ହେଲେ ଜିଲାର ମଣ୍ଡିଗୁଡିକରେ ବର୍ତ୍ତମାନ ହଜାର ହଜାର ବସ୍ତା ଧାନ ପଡିରହିଛି। ସେନେଇ ଚାଷୀ ଚିନ୍ତାରେ ପଡିଛନ୍ତି। ପେକ୍ସ କର୍ମଚାରୀଙ୍କ ଓ ମିଲର୍ସଙ୍କ ଦ୍ୱାରା ନିୟୋଜିତ ଏଜେଣ୍ଟମାନେ ବିଭିନ୍ନ ଆଲ ଦେଖାଇ ଚାଷୀଙ୍କୁ ହଇରାଣ ହରକତ କରାଯାଉଥିବା ଚାଷୀମାନେ ଅଭିଯୋଗ କରିଛନ୍ତି।
କୋକସରା ପେକ୍ସ ଅଧୀନରେ ମାଝିଗଡ଼ା, ରେଙ୍ଗାଲପାଲି ଓ କୋକସରା ପଞ୍ଚାୟତର ୧୦ଟି ଗ୍ରାମର ପାଖାପାଖି ୨୫୦୦ କୁଇଣ୍ଟାଲ ଧାନ ବିକ୍ରି ନ ହୋଇ ମଣ୍ଡିରେ ପଡି ରହିଥିବା ସୂଚନା ମିଳିଛି। ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେଇ ତୁରନ୍ତ ଚାଷୀଙ୍କ ସମସ୍ୟା ସମାଧାନ କରିବାକୁ ଚାଷୀମାନେ ଦାବି କରିଛିନ୍ତି। ଦାବି ପୂରଣ ନ ହେଲେ ଆନ୍ଦୋଳନକୁ ଜୋର୍‌ଦାର କରାଯିବ ବୋଲି ଚାଷୀମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାସନ ନ ଶୁଣିବାରୁ ସାହିବାସୀ ନିର୍ମାଣ କଲେ

କବିସୂର୍ଯ୍ୟନଗର,୧୧ା୪ (କୃପାସିନ୍ଧୁ ସ୍ବାଇଁ): ପ୍ରଶାସନ ନ ଶୁଣିବାରୁ ନିଜର ସୁବିଧା ପାଇଁ ସାହିବାସୀ କଲଭର୍ଟ ନିର୍ମାଣ କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା କବିସୂର୍ଯ୍ୟନଗର…

ରୋଷେଇ ପାଇଁ ଗ୍ୟାସ ଲଗାଉଥିଲେ ମହିଳା, ଲାଇଟର ମାରୁମାରୁ ବଡ଼ ଅଘଟଣ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଗ୍‌ଦେବୀ ରୋଡରେ ଶନିବାର ମଧ୍ୟାହ୍ନରେ ରନ୍ଧନ ଗ୍ୟାସ ଲିକ୍‌ ହୋଇ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ସେହେଲେ…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ବିଜେଡି ନଗର ସଭାପତିଙ୍କ ପିତୃ ବିୟୋଗ: ଝୁରୁଛି ଗାଁ ମାଟି

ଗଞ୍ଜାମ,୧୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନ୍‌ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ବାପା କାଶୀନାଥ ପାଢ଼ୀଙ୍କ ୭୮ ବର୍ଷ ବୟସରେ…

କେନ୍ଦୁଝରରେ ଖରିଫ ଧାନ ସଂଗ୍ରହରେ ଐତିହାସିକ ସଫଳତା : ଚାଷୀ ସଂଖ୍ୟା , ଉତ୍ପାଦନରେ ନୂଆ ମାଇଲଷ୍ଟୋନ

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଚଳିତ ବର୍ଷ ଖରିଫ ଧାନ ସଂଗ୍ରହରେ ଐତିହାସିକ ରେକର୍ଡ ସୃଷ୍ଟି ହୋଇଛି। ଭାଜପା ରାଜ୍ୟ ସ୍ବତନ୍ତ୍ର ନିମନ୍ତ୍ରିତ କାର୍ଯ୍ୟକାରିଣୀ ସଦସ୍ୟ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri