ମଣ୍ଡିରୁ ଧାନ ଉଠାଣ ଦାବି, ଗଜା ଧାନ ଧରି ଚାଷୀଙ୍କ ବିକ୍ଷୋଭ: ୮ ଘଣ୍ଟା ଚାଷୀଙ୍କ ୨୬ ନଂ. ଜାତୀୟ ରାଜପଥ ଅବରୋଧ

ଜୁନାଗଡ,୧୦।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚାରବାହାଲ ନିକଟସ୍ଥ ଝାରକୁଣ୍ଡାମାଲ ଛକଠାରେ ବୁଧବାର ମଣ୍ଡିରୁ ଧାନ ଉଠାଣ ଦାବିରେ ଚାରବାହାଲ ଓ ବେଲଗୁଡା ମଣ୍ଡିର ଚାଷୀମାନେ ୨୬ ନଂ. ଜାତୀୟ ରାଜପଥକୁ ଅବରୋଧ କରିଥିଲେ। ଏହାସହ ମଣ୍ଡିରେ ବର୍ଷା ଯୋଗୁ ଗଜା ହୋଇଥିବା ଧାନ ଧରି ମଧ୍ୟ ଚାଷୀମାନେ ବିକ୍ଷୋଭ କରିଥିଲେ। ସକାଳ ୬ଟାରୁ ଅପରାହ୍ନ ୨ଟା ଯାଏ ୮ଘଣ୍ଟା ଧରି ଚାଷୀମାନେ ରାସ୍ତାରୋକୋ କରିଥିଲେ। ଏହା ଯୋଗୁ ଭବାନୀପାଟଣା-ଜୟପୁର ମଧ୍ୟରେ ଯାନବାହନ ଚଳାଚଳ ପ୍ରଭାବିତ ହୋଇଥିଲା। ଫଳରେ ଯାତ୍ରୀମାନେ ନାହଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଥିଲେ। ଦୀର୍ଘ ଘଣ୍ଟା ପରେ ଘଟଣାସ୍ଥଳରେ ଧର୍ମଗଡ ଉପଜିଲାପାଳ ପଦ୍ମନାଭ ବେହେରା, ଧର୍ମଗଡ ଉପଖଣ୍ଡ ଯୋଗାଣ ଅଧିକାରୀ ପ୍ରଫୁଲ୍ଲ ଦାଶ, ଜୁନାଗଡ ବିଡିଓ ଦୁଲାରାମ ମାରାଣ୍ଡି ପ୍ରମୁଖ ପହଞ୍ଚତ୍ ଚାଷୀଙ୍କୁ ବୁଝାଶୁଝା କରିଥିଲେ। ଆଜି ମଣ୍ଡିରୁ ଧାନ ଉଠାଣ କରାଯାଉ, ନଚେତ ରାସ୍ତାରୋକୋ ଚାଲିବ ବୋଲି ଚାଷୀମାନେ ନିଜ ଜିଦ୍‌ରେ ଅଟଳ ରହିଥିଲେ। ଫଳରେ ପ୍ରଶାସନିକ ଅଧିକାରୀମାନେ ଚାଷୀଙ୍କୁ ବୁଝାଇବା ପାଇଁ ନାକେଦମ ହେବାକୁ ପଡିଥିଲା। ଅପରାହ୍ନ ୨ଟା ପରେ ପ୍ରଶାସନିକ ଅଧିକାରୀଙ୍କ ପକ୍ଷରୁ ଗୁରୁବାରଠାରୁ ଧାନ ଉଠାଣ କରାଯିବ ବୋଲି ଚାଷୀଙ୍କୁ ଲିଖିତ ପ୍ରତିଶ୍ରୁତି ଦିଆଯିବା ପରେ ରାସ୍ତାରୋକୋ ହଟିଥିଲା।
ପ୍ରାପ୍ତ ସୂଚନାରୁ ପ୍ରକାଶ ଯେ, କଳାହାଣ୍ଡି ଜିଲା ଜୁନାଗଡ ବ୍ଲକରେ ଗତ ଜୁଲାଇ ୧ ତାରିଖଠାରୁ ମଣ୍ଡି ବନ୍ଦ ରହିଛି। କିଛି ମଣ୍ଡିରେ ଧାନ କିଣା ଶେଷ ହେବା ଯୋଗୁ ବନ୍ଦ ହୋଇଥିବାବେଳେ ଆଉ କିଛି ମଣ୍ଡିରେ ଟାର୍ଗେଟ ଅଭାବରୁ ମଣ୍ଡି ବନ୍ଦ ରହିଛି। ଜୁନାଗଡ ବ୍ଲକରେ ବର୍ତ୍ତମାନ ସୁଦ୍ଧା ୬ଟି ମଣ୍ଡିରେ ୧୨୦୫୬ କୁଇଣ୍ଟାଲ ଧାନ ବିକ୍ରି ନ ହୋଇ ପଡିରହିଛି। ସେଥିମଧ୍ୟରୁ ବେଲଗୁଡା ମଣ୍ଡିରେ ୫୪୩୧ କୁଇଣ୍ଟାଲ, ଚାରାବାହାଲରେ ୩୦୩୩, ଚକୁଳି ମଣ୍ଡିରେ ୧୧୨୦, ଦେଉଣ୍ଡିରେ ୭୬୦, ହାବସପୁରରେ ୧୧୭୮କୁଇଣ୍ଟାଲ ଓ ମାଲିଗୁଡାରେ ୫୩୪ କୁଇଣ୍ଟାଲ ଧାନ ପଡିରହିଛି। ଟାର୍ଗେଟ ଅଭାବରୁ ଏହି ସବୁ ମଣ୍ଡିରୁ ଧାନ ଉଠି ପାରୁ ନାହଁି। ଗତ ୧୫ଦିନ ହେବ ଚାଷୀମାନେ ଟୋକନ ପାଇ ମଧ୍ୟ ଧାନ ବିକ୍ରି କରିପାରି ନାହାନ୍ତି। ଏପଟେ ଲଗାଣ ବର୍ଷା ଚାଷୀଙ୍କ ପାଇଁ ଦାଉ ସାଧିଥିଲା। ଖୋଲା ଆକାଶ ତଳେ ମଣ୍ଡିଗୁଡିକ ଚାଲିଥିବାରୁ କିଛି ଚାଷୀଙ୍କ ଧାନ ଭିଜିଯାଇ ଗଜା ହୋଇଯାଇଥିଲା। ଫଳରେ ସ୍ଥାନୀୟ ଚାଷୀଙ୍କ ମଧ୍ୟରେ ଚିନ୍ତାର କାରଣ ପାଲଟିଥିଲା। ଶୀଘ୍ର ମଣ୍ଡିରୁ ଧାନ ଉଠାଣ କରିବାକୁ ଦାବି ନେଇ ଚାଷୀମାନେ ବାରମ୍ବାର ପ୍ରଶାସନର ଦ୍ୱାରସ୍ଥ ହୋଇଥିଲେ ମଧ୍ୟ କିଛି ସୁଫଳ ମିଳି ନ ଥିଲା। ଫଳରେ ଚାଷୀମାନେ ରାସ୍ତାରୋକୋ କରିବାକୁ ନିଷ୍ପତ୍ତି ନେଇଥିଲେ। ଏପରିକି ଗତ ରଥାଯାତ୍ରା ସମୟରେ ମଣ୍ଡିରେ ଧାନ ନ ଉଠିବାରୁ ବେଲଗୁଡାର ଚାଷୀମାନେ ଅଭିନବ ପ୍ରତିବାଦ କରିଥିଲେ। ରଥଯାତ୍ରା ଅବସରରେ ଶ୍ରୀଜଗନ୍ନାଥଙ୍କୁ ରଥରେ ନେବା ପରିବର୍ତ୍ତେ ଏକ ଟ୍ରାକ୍ଟରରେ ନେଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବରୁ ଛକି ବସିଥିଲା ସିବିଆଇ, ଲାଞ୍ଚ ନେଉଥିବାବେଳେ ଏମସିଏଲ ସିକ୍ୟୁରିଟି ଇନ୍ସପେକ୍ଟରଙ୍କ ଉପରେ ହଠାତ୍‌ ହେଲା ଚଢ଼ାଉ

ଝାରସୁଗୁଡା,୧୧।୬(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ବ୍ରଜରାଜନଗର ସ୍ଥିତ ଏମସିଏଲ ଓରିଏଣ୍ଟ ଏରିଆରେ ଗୁରୁବାର ଅପରାହ୍ନରେ ସିବିଆଇ ରେଡ୍‌ ଦେଖିବାକୁ ମିଳିଛି। ଡ୍ୟୁଟି ଆଲର୍ଟ କରିବା ନାଁରେ…

ଟ୍ରାକ୍ଟର ଚାପାରେ ଶ୍ରମିକ ମୃତ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

କୋକସରା,୧୧।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ସିଉନୀ-ପାତ୍ରବସା ରାସ୍ତାରେ ଟ୍ରାକ୍ଟର ଟ୍ରଲି ତଳେ ଚାପି ହୋଇ ଗୁରୁତର ହୋଇଥିବା ଜଣେ…

Extremely Severe Alert: ଆପଣଙ୍କ ଫୋନରେ ଖୁବ ଜୋରରେ ଶବ୍ଦ ସହ ଆସିଥିଲା କି ଆଲର୍ଟ? ଜାଣନ୍ତୁ ଏହାର ଅର୍ଥ କ’ଣ

ନୂଆଦିଲ୍ଲୀ,୧୧।୬; ଯଦି ଆପଣଙ୍କ ମୋବାଇଲ ସ୍କ୍ରିନରେ ହଠାତ ‘ଅତ୍ୟନ୍ତ ଗମ୍ଭୀର ସତର୍କତା’ ଲେଖାଥିବା ଏକ ପପ-ଅପ ମେସେଜ ଝଲସି ଉଠେ, ଏବଂ ତା ସହିତ ଏକ ଜୋରରେ…

ଅବୁଜବାହାଲ ପଥର କ୍ୱାରୀରୁ ସସ୍‌ପେନସନ ଆଦେଶ ପ୍ରତ୍ୟାହାର କଲା ଖଣିବିଭାଗ, ରଖିଲା ଏମିତି ସର୍ତ୍ତ

କର୍ଲାମୁଣ୍ଡା, ୧୧।୬(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଞ୍ଚାୟତର ଅବୁଜବାହାଲଠାରେ ଥିବା ପଥର କ୍ୱାରୀ -୨ ଉପରେ ଖଣି ବିଭାଗ ଗତ ତା…

ଘୋଷଣା ହେଲା ୨୦୨୭ ICC ବିଶ୍ୱକପ ତାରିଖ! ଅକ୍ଟୋବର ୪ରୁ ମହାଲଢ଼େଇ, ଜାଣନ୍ତୁ କେବେ, କେଉଁଠି ଖେଳାଯିବ ଫାଇନାଲ

ନୂଆଦିଲ୍ଲୀ,୧୧।୬: ଆସନ୍ତା ବର୍ଷ ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଏବଂ ନାମ୍ବିଆରେ ଆୟୋଜିତ ହେବାକୁ ଥିବା ୫୦-ଓଭର ବିଶ୍ୱକପକୁ ନେଇ ଏକ ବଡ଼ ଅପଡେଟ ସାମ୍ନାକୁ ଆସିଛି। ରିପୋର୍ଟ…

ଅବସର ନେବେ ଅକ୍ଷୟ କୁମାର!

ମୁମ୍ବାଇ: ଅକ୍ଷୟ କୁମାରଙ୍କ ଫିଲ୍ମ ‘ୱେଲକମ ଟୁ ଦି ଜଙ୍ଗଲ’ର ଟ୍ରେଲର ରିଲିଜ ହୋଇଛି ଏବଂ ଦର୍ଶକଙ୍କଠାରୁ ଏକ ଚମତ୍କାର ପ୍ରତିକ୍ରିୟା ପାଉଛନ୍ତି; ଅକ୍ଷୟଙ୍କ ପ୍ରଶଂସକମାନେ ଏହାକୁ…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ମାଗଣା ବସ୍‌ରେ ଯିବେ ନିଟ୍‌ ପରୀକ୍ଷାର୍ଥୀ

ଭୁବନେଶ୍ୱର, ୧୧।୬: ବଡ଼ ଘୋଷଣା କଲେ ରାଜ୍ୟ ସରକାର। ମାଗଣା ବସ୍‌ରେ ଯିବେ ନିଟ୍‌ (UG) ପରୀକ୍ଷାର୍ଥୀ। ଏନେଇ ବାଣିଜ୍ୟ ଓ ପରିବହନ ବିଭାଗ ନିର୍ଦ୍ଦେଶ ଜାରି…

ରଜ ଖୁସିକୁ ଦ୍ୱିଗୁଣିତ କଲେ ଆଇପିଓ ଆକର୍ଷ ରଞ୍ଜନ; ବାଳାଶ୍ରମ ଶିଶୁଙ୍କୁ ମଲକୁ ନେଇ ନୂଆ ପୋଷାକ କିଣାଇଲେ…

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା): ୧୧।୬: ରଜ ପର୍ବର ଆଗମନ ସହ ଉତ୍ସବମୁଖର ପରିବେଶ ମଧ୍ୟରେ ଉତ୍କଳ ବାଳାଶ୍ରମର ଶିଶୁମାନଙ୍କ ପାଇଁ ଏକ ସ୍ମରଣୀୟ ଦିନ ସୃଷ୍ଟି କରିଛନ୍ତି ଆଇପିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri