ମଣ୍ଡିରେ ଅବ୍ୟବସ୍ଥା: ବର୍ଷା ଆଶଙ୍କା ସତ୍ତ୍ୱେ ଧାନ ଉଠାଉ ନାହାନ୍ତି ମିଲର

କୋରୁକୋଣ୍ଡା,୩।୧(ଡି.ଏନ୍‌.ଏ.) – ବର୍ଷାକୁ ଆଖି ଆଗରେ ରଖି ପ୍ରଶାସନ ପକ୍ଷରୁ ମାଲକାନଗିରି ଜିଲାର ସମସ୍ତ ମଣ୍ଡି ଆଗାମୀ ୫ ତାରିଖ ପର୍ଯ୍ୟନ୍ତ ବନ୍ଦ କରାଯାଇଛି। କିନ୍ତୁ ପୂର୍ବରୁ ମଣ୍ଡିରେ ପଡିଥିବା ଧାନକୁ ଏଯାଏ ମିଲରମାନେ ଉଠାଉ ନ ଥିବା ଅଭିଯୋଗ ହୋଇଛି। ମାଲକାନଗିରି ଜିଲା କୋରୁକୋଣ୍ଡା ଲ୍ୟାମ୍ପ୍‌ସ ଅଧୀନରେ ଥିବା ୧୨ଟି ମଣ୍ଡିରୁ ୧୦ରୁ ଧାନ ଏବେ ଉଠିନି। କୋରୁକୋଣ୍ଡା ମଣ୍ଡିରେ ୭୪୩୪, କାମଓ୍ବାଡାରେ ୫୧୮୯, ପିଟାକଟାରେ ୩୪୩୩, ନିଲାକାମ୍ବେରୁରେ ୮୮୩୯, ମାରିଓ୍ବାଡାରେ ୩୯୩୭, ପୋଟ୍ରୋଲରେ ୫୩୩୪, ତାରଲାକୋଟାରେ ୪୭୯୧, ଡୁପମେଟାରେ ୪୯୯୯ ଓ ତିମଟାପଲ୍ଲୀରେ ୪୫୦ ଧାନ ବସ୍ତା ଏବେ ସୁଦ୍ଧା ପଡି ରହିଛି। ବର୍ଷା ସମ୍ଭାବନା ସତ୍ତ୍ୱେ ଧାନ ଘୋଡାଇବା ନିମନ୍ତେ ଆବଶ୍ୟକ ପାଲ ନ ଥିବା ଚାଷୀ ଅଭିଯୋଗ କରିଛନ୍ତି। କିଛି ଚାଷୀ ନିଜସ୍ବ ପାଲ ଆଣି ଧାନ ଘୋଡାଉଥିବା ଦୃଶ୍ୟ ଦେଖିବାକୁ ମିଳିଛି। ଏହାଛଡ଼ା ମିଲର ଧାନ ଉଠାଉ ନ ଥିବାରୁ ମଣ୍ଡିରୁ ଚୋରି ହେଉଥିବା ମଧ୍ୟ ଅଭିଯୋଗ ହୋଇଛି। ଏ ନେଇ ବ୍ଲକ ଯୋଗାଣ ଅଧିକାରୀ ବମ୍‌କେଶ ମାଝିଙ୍କୁ ଯୋଗାଯୋଗ କରିବାରୁ ମିଲରମାନଙ୍କ ଟାର୍ଗେଟ ପୂରା ହୋଇ ସାରିଛି। ଖୁବ୍‌ଶୀଘ୍ର ଏହାର ସମାଧାନ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବ ଗଛରୁ ପଡ଼ି ଯୁବକ ଗୁରୁତର : ରାସ୍ତା ଦେଇ ଆସୁଥିବା ଆଇଟିଡିଏ ଅଧିକାରୀ…

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଥିବା ଏକ ଆମ୍ବ ଗଛରୁ ପଡ଼ି ସୋମବାର ଜଣେ…

ନିୟମଗିରି ଦୁର୍ଗମ ଅଞ୍ଚଳରେ ଲୋକଙ୍କ ସମସ୍ୟା ବୁଝିଲେ ଜିଲାପାଳ

କଲ୍ୟାଣସିଂହପୁର,୧୪।୪ (ଦୀପକ କୁମାର ପରିଡା): ରାୟଗଡା ଜିଲାପାଳ ଆଶୁତୋଷ କୁଲକର୍ଣ୍ଣି ସୋମବାର କଲ୍ୟାଣସିଂହପୁର ବ୍ଲକ୍‌ ପାର୍ସଲି ପଞ୍ଚାୟତର ନିୟମଗିରି ପାହାଡ଼ରେ ଥିବା ଦୁର୍ଗମ ଅଞ୍ଚଳ ପରିଦର୍ଶନ କରି…

ସରିଥିଲା ନିର୍ବନ୍ଧ ହୋଇଥାନ୍ତା ବାହାଘର: ହେଲେ ଜନ୍ମଦିନରେ ଜଳିଲା ଜୁଇ

ଟିକିରି,୧୪।୪ (ପ୍ରଫୁଲ୍ଲ କୁମାର ବେହେରା): ସୋମବାର ପାଳନ କରିଥାନ୍ତେ ୨୮ ତମ ଜନ୍ମଦିନ। ହେଲେ ବିଧିର ବିଧାନ କିଛି ଥିଲା ଅଲଗା । ଜନ୍ମଦିନ ପାଳନ କରିବା…

ଅଂଶୁଘାତରେ ଚାଲିଗଲା ବ୍ୟକ୍ତିଙ୍କ ଜୀବନ

ଗୁଣୁପୁର, ୧୩।୪(ସଂକେତ ପାତ୍ର): ଖରାଦିନ ଆରମ୍ଭ ସହିତ ଅଂଶୁଘାତ ଜନିତ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ରାୟଗଡା ଜିଲା ଗୁଣୁପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ପଞ୍ଚାୟତର…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

ଗାଁରେ ନଛାଡି ବାଟରେ ମୃତଦେହ ଓହ୍ଲାଇଦେଲା ଆମ୍ବୁଲାନ୍ସ, ରାସ୍ତା ନ ଥିବାରୁ କାନ୍ଧରେ ବୋହିଲେ ଗ୍ରାମବାସୀ

ଗୁଡାରି,୧୩ା୪( ପ୍ରମୋଦ କୁମାର ପତି ): ଡାକ୍ତରଖାନାରୁ ମୃତଦେହ ଗ୍ରାମକୁ ନେଲାନି ଆମ୍ବୁଲାନ୍ସ । ରାସ୍ତା ଖରାପ ଯାଇହେବନି କହି ମୃତଦେହ ଓହ୍ଲାଇ ଦେଲା ଗ୍ରାମଠାରୁ ୩…

ଟଙ୍କା ଧରି ଘରକୁ ଫେରୁଥିଲେ ଗୁଡ଼ାରି ରେଞ୍ଜର, ରାସ୍ତାରେ ମାଡ଼ିବସିଲା ଭିଜିଲାନ୍ସ

ଗୁଡାରି,୧୨ା୪(ପ୍ରମୋଦ କୁମାର ପତି): ଧରାପଡ଼ିଲେ ଗୁଡ଼ାରି ରେଞ୍ଜର । ଗୁଡାରି ରେଞ୍ଜର ସୁକୁମାର ଦୁଖୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଅଟକ ରହିଛନ୍ତି । ତାଙ୍କ ନିକଟରୁ ୨…

ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି କରି ଶପଥ ନେଲା ସୁରକ୍ଷା ସମିତି

ଗୁଣପୁର,୧୨ା୪(ସୁଜାତା ପାଢ଼ୀ): ବଂଶଧାରା ଉପର ମୁଣ୍ଡରେ ଆନିକଟ ଦାବି ନେଇ ଏକ ଅଭିନବ ଢଙ୍ଗରେ ନଦୀ ତଟବର୍ତ୍ତୀ ଗ୍ରାମ ଗଜପତି ଜିଲା ସାରା ଗ୍ରାମରେ ଜଳସଂକଳ୍ପ ଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri