ମଣ୍ଡିରେ ଗଜା ହେଉଛି ଧାନ

ମୋହନଗିରି,୨୮।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ଅଧୀନ ମୋହନଗିରି ଅଞ୍ଚଳର ୧୧ ଜଣ ଚାଷୀ ୪୫୦ କୁଇଣ୍ଟାଲ ଧାନ ବିକିବାକୁ ଜାନୁୟାରୀରୁ ମୋହନଗିରି ସେବା ସମବାୟ ସମିତି ମଣ୍ଡିରେ ଜଗିଛନ୍ତି। ହେଲେ ଧାନ ଉଠୁନି। ଶେଷରେ ବର୍ଷା ଏବଂ କାକରରେ ଭିଜି ଭିଜି ୧୦୦ କୁଇଣ୍ଟାଲରୁ ଅଧିକ ଧାନ ଗଜା ହୋଇ ନଷ୍ଟ ହୋଇ ଗଲାଣି। ଏ ନେଇ ଚାଷୀ ବାରମ୍ବାର ମ.ରାମପୁର ତହସିଲଦାର ଓ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହେଲେ କିଛି ଫଳ ମିଳୁନାହିଁ। ଚଳିତ ବର୍ଷ ମୋହନଗିରି ସେବା ସମବାୟ ସମିତି ତରଫରୁ ୩୦, ୮୦୦ କୁଇଣ୍ଟାଲ ଧାନ କିଣା ଯାଇଥିଲା। ହେଲେ ଏହି ୧୧ ଜଣ ଚାଷୀଙ୍କ ଧାନ କେଉଁଥିପାଇଁ କିଣା ଯାଇ ପାରିଲା ନାହିଁ ସେ ସମ୍ପର୍କରେ ସମବାୟ ସମିତିର ଡାଟା ଅପରେଟର ତଥା ସମ୍ପାଦକ ଦାୟିତ୍ୱରେ ଥବା ଟୁକୁସାନ ଧାରୁଆଙ୍କୁ ପଚାରିବାରୁ ଇ ଟୋକନ ବ୍ୟବସ୍ଥାରେ ସଂପୃକ୍ତ ଚାଷୀମାନଙ୍କ ନାମ ପାଞ୍ଜୀକରଣ ହୋଇ ନ ପରିବା ଓ ଆସିଥିବା ଟୋକନ ଖାରଜ ହୋଇ ଯିବା ଆଦି କାରଣରୁ ରହିଯାଇଥିବା ଧାନ ଉଠି ପାରିଲା ନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ରାଗିଗଲେ ବୁମ୍‌ରା, ପ୍ରଶଂସକଙ୍କ ମୋବାଇଲ୍‌ ଛଡ଼ାଇନେଲେ…ଦେଖନ୍ତୁ VIDEO

ଲକ୍ଷ୍ନୌ,୧୮।୧୨: ଲକ୍ଷ୍ନୌରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚତୁର୍ଥ ଟି-୨୦ ମ୍ୟାଚ ବାତିଲ ହୋଇଗଲା। ଜସପ୍ରୀତ ବୁମରାଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଆସନ୍ତା ଶିକ୍ଷାବର୍ଷରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମିଳିବ ମାଗଣା…

ବ୍ରହ୍ମପୁର,୧୮।୧୨(ସ୍ମୃତି ରଞ୍ଜନ ମହାଲିକ): ରାଜ୍ୟରେ ଶିକ୍ଷାକ୍ଷେତ୍ରର ବିକାଶ କରିବା ପାଇଁ ସରକାର ପ୍ରତିବଦ୍ଧତାର ସହ କାମ କରୁଛନ୍ତି। କେବଳ ପ୍ରାଥମିକ ଶିକ୍ଷା ପାଇଁ ଚଳିତବର୍ଷ ବଜେଟରେ...

୬ ଆହତ ଛୁଆହାତୀକୁ ଉଦ୍ଧାର କଲା ବନବିଭାଗ: କରାଯାଉଛି ଚିକିତ୍ସା

କେସିଙ୍ଗା୧୮।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନାଞ୍ଚଳ ଅଧିନସ୍ଥ ନୂନମାଠ ଗ୍ରାମ ନିକଟରେ ଥିବା ଜଙ୍ଗଲକୁ ଖାଦ୍ୟ ଅନ୍ବେଷଣରେ ୩୫ ଟିକିଆ ହାତୀପଲ ଗତକାଲି ଗାଁ...

ଅତିଥି ଅଧ୍ୟାପିକାଙ୍କୁ ହତ୍ୟା, ପୁରୁଷ ବନ୍ଧୁ ଗିରଫ

କେନ୍ଦୁଝର,୧୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ/ ଦୀପକ ମିଶ୍ର): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମାଇନିଂରୋଡ୍‌ସ୍ଥିତ ନିର୍ମଳା କନ୍‌ଭେଣ୍ଟ ସ୍କୁଲ ପାଖରେ ଏକ ଘରେ ରହୁଥିବା ଅତିଥି ଅଧ୍ୟାପିକାଙ୍କୁ...

ମୋଦିଙ୍କ ସ୍ବାଗତରେ ଇଥିଓପିଆ ସଂସଦରେ ୯୦ ସେକେଣ୍ଡ ପର୍ଯ୍ୟନ୍ତ ବାଜିଲା ତାଳି

ଅଦିସ ଅବାବା,୧୮।୧୨: ବୁଧବାର ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରାୟ ୯୦ ସେକେଣ୍ଡ ଧରି ଠିଆ ହୋଇ...

ସଙ୍ଗୀତା ସିଂଦେଓ ସର୍ବୋତ୍ତମ ମହିଳା ଏମ୍‌ପି: ୮ ଏମ୍‌ପିଙ୍କୁ ଲୋକମତ ପାର୍ଲାମେଣ୍ଟାରି ପୁରସ୍କାର

ନୂଆଦିଲ୍ଲୀ,୧୮ା୧୨(ପି.ଟି.):ଲୋକ ସଭାରେ ବଲାଙ୍ଗୀର ସଂସଦୀୟ ଆସନରୁ ପ୍ରତିନିଧିତ୍ୱ କରୁଥିବା ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବୁଧବାର ସର୍ବୋତ୍ତମ ମହିଳା ଏମ୍‌ପି ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଦୋମାରିଅୟାଗଞ୍ଜର...

‘ଆପଣଙ୍କ ସହ ସାକ୍ଷାତ ପରେ ଲାଗିଲା ଯେମିତି ଭଗବାନଙ୍କ ଦର୍ଶନ ମିଳିଗଲା’, ଓମାନରେ ମୋଦିଙ୍କ ସହ ସାକ୍ଷାତ ପରେ…

ମସ୍କଟ,୧୮।୧୨: ବୁଧବାର ଓମାନର ମସ୍କଟରେ ଏକ ହୋଟେଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନେ ଭବ୍ୟ ସ୍ବାଗତ କରିଥିଲେ। ଶହ ଶହ ଲୋକ ଭାରତୀୟ...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ମନ ଜିଣୁଛି କଳାକାରଙ୍କ ପୂର୍ବାଭ୍ୟାସ

ବରଗଡ଼,୧।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉମାତ୍ର ଏକ ସପ୍ତାହ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ। ଦୀର୍ଘ ୧୧ଦିନ ବ୍ୟାପୀ ୨୦୨୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri