ମଣ୍ଡିରେ ଗଜା ହେଉଛି ଧାନ

ମୋହନଗିରି,୨୮।୪(ଡି.ଏନ.ଏ.): କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ଅଧୀନ ମୋହନଗିରି ଅଞ୍ଚଳର ୧୧ ଜଣ ଚାଷୀ ୪୫୦ କୁଇଣ୍ଟାଲ ଧାନ ବିକିବାକୁ ଜାନୁୟାରୀରୁ ମୋହନଗିରି ସେବା ସମବାୟ ସମିତି ମଣ୍ଡିରେ ଜଗିଛନ୍ତି। ହେଲେ ଧାନ ଉଠୁନି। ଶେଷରେ ବର୍ଷା ଏବଂ କାକରରେ ଭିଜି ଭିଜି ୧୦୦ କୁଇଣ୍ଟାଲରୁ ଅଧିକ ଧାନ ଗଜା ହୋଇ ନଷ୍ଟ ହୋଇ ଗଲାଣି। ଏ ନେଇ ଚାଷୀ ବାରମ୍ବାର ମ.ରାମପୁର ତହସିଲଦାର ଓ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହେଲେ କିଛି ଫଳ ମିଳୁନାହିଁ। ଚଳିତ ବର୍ଷ ମୋହନଗିରି ସେବା ସମବାୟ ସମିତି ତରଫରୁ ୩୦, ୮୦୦ କୁଇଣ୍ଟାଲ ଧାନ କିଣା ଯାଇଥିଲା। ହେଲେ ଏହି ୧୧ ଜଣ ଚାଷୀଙ୍କ ଧାନ କେଉଁଥିପାଇଁ କିଣା ଯାଇ ପାରିଲା ନାହିଁ ସେ ସମ୍ପର୍କରେ ସମବାୟ ସମିତିର ଡାଟା ଅପରେଟର ତଥା ସମ୍ପାଦକ ଦାୟିତ୍ୱରେ ଥବା ଟୁକୁସାନ ଧାରୁଆଙ୍କୁ ପଚାରିବାରୁ ଇ ଟୋକନ ବ୍ୟବସ୍ଥାରେ ସଂପୃକ୍ତ ଚାଷୀମାନଙ୍କ ନାମ ପାଞ୍ଜୀକରଣ ହୋଇ ନ ପରିବା ଓ ଆସିଥିବା ଟୋକନ ଖାରଜ ହୋଇ ଯିବା ଆଦି କାରଣରୁ ରହିଯାଇଥିବା ଧାନ ଉଠି ପାରିଲା ନାହିଁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ, ଗୃହମନ୍ତ୍ରୀଙ୍କ ଇସ୍ତଫା ଦାବି: କଂଗ୍ରେସ ପକ୍ଷରୁ କୁଶପୁତ୍ତଳିକା ଦାହ

ଭଞ୍ଜନଗର, ୨୬/୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସର ପଶ୍ଚିମ ସାଂଗଠନିକ ଜିଲା କମିଟି ପକ୍ଷରୁ ଶନିବାର ସନ୍ଧ୍ୟାରେ ଭଞ୍ଜନଗର ସହରରେ ଏକ ଶୋଭାଯାତ୍ରା ବାହାର କରାଯାଇଥିଲା।…

ବିଦ୍ୟୁତ କାଟ ଘୋଷଣାର ୬ ଘଣ୍ଟା ପୂର୍ବରୁ ବିଦ୍ୟୁତ ସେବା ଅଚଳ ଅନ୍ଧାରରେ ଦାରିଙ୍ଗବାଡି ଅଞ୍ଚଳ

ଦାରିଙ୍ଗବାଡି, ୨୬/୭ (ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ଦୀର୍ଘ ସମୟ ଧରି ବିଦ୍ୟୁତ ସେବା ଠପ୍ ହୋଇଯାଇଛି। ବିଳମ୍ବିତ ରାତିଠାରୁ ଉକ୍ତ ବ୍ଲକରେ…

କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ପ୍ରଶ୍ନ: ଛାତ୍ରୀଛାତ୍ରଙ୍କଠାରୁ ଫି’ ଆଦାୟ କରିବାକୁ ନିର୍ଦ୍ଦେଶ

ଯାଜପୁର,୨୬ା୭(ହର୍ଷବର୍ଦ୍ଧନ ବେହେରା): ଜ୍ଞାନୋଦୟ ଶିକ୍ଷାରୁ ସମୃଦ୍ଧି ଯୋଜନାରେ କେଜିରୁ ପିଜି ଶ୍ରେଣୀ ପର୍ଯ୍ୟନ୍ତ ମାଗଣା ଶିକ୍ଷା ପ୍ରଦାନ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା ହୋଇଛି। ଏଥିପାଇଁ…

ସୌରମଣ୍ଡଳ ବାହାରେ ଚନ୍ଦ୍ର: ପ୍ରଥମ ଥର ପାଇଁ ମିଳିଲା ସମ୍ଭାବ୍ୟ ବାହ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ

ନୂଆଦିଲ୍ଲୀ,୨୬ା୭(ପି.ଟି.): ବୈଜ୍ଞାନିକମାନେ ପ୍ରଥମ ଥର ପାଇଁ ସୌରମଣ୍ଡଳ ବାହାରେ ସମ୍ଭାବ୍ୟ ଚନ୍ଦ୍ର ‘ଏକ୍ସୋମୁନ୍‌’ର ସନ୍ଧାନ ପାଇଛନ୍ତି। ପ୍ରତିଷ୍ଠିତ ବିଜ୍ଞାନ ପତ୍ରିକା ‘ନେଚର’ରେ ପ୍ରକାଶିତ ଏକ ଗବେଷଣା ତଥ୍ୟରୁ…

ଇସ୍ତଫା ଦେଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୨୬ା୭ (ପି.ଟି.) ଏନ୍‌ଇଇଟି ପ୍ରଶ୍ନପତ୍ର ବିଭ୍ରାଟ ଓ ତାହାକୁ ନେଇ ଉପୁଜିଥିବା ଆନ୍ଦୋଳନ ଜୋରଦାର ହେବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କ ପଦରୁ ଇସ୍ତଫା…

ଦୁଇ ଦିନ ପୂର୍ବରୁ ହିଁ ନିଶ୍ଚିତ ହୋଇ ସାରିଥିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା! ଜାଣନ୍ତୁ କିଭଳି ଲେଖାଯାଇଥିଲା…

ନୂଆଦିଲ୍ଲୀ,୨୫।୭: NEET ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲାରେ ସରକାରଙ୍କ ସହ ଆଲୋଚନା ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ‘କକ୍ରୋଚ୍ ଜନତା ପାର୍ଟି’ (CJP)…

ମହାପ୍ରଭୁଙ୍କୁ ସୁନାବେଶରେ ଦର୍ଶନ କରି ଭକ୍ତ ବିଭୋର

ଜି.ଉଦୟଗିରି,୨୫।୭(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠି): ଆଜି ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ମହାପ୍ରଭୁଙ୍କ ପବିତ୍ର ସୁନାବେଶ ଅନୁଷ୍ଠିତ ହୋଇଛି। ତିନି ରଥରେ ରଥାରୂଢ଼ ଚତୁର୍ଦ୍ଧାବିଗ୍ରହଙ୍କ ସୁନା ବେଶ…

ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ସଫଳତା: ‘ଏକ ଭାରତ ଶ୍ରେଷ୍ଠ ଭାରତ’ ପ୍ରତିଯୋଗିତାରେ…

ଭଞ୍ଜନଗର, ୨୫।୭ (ବାବୁଲା ପ୍ରଧାନ): ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ, ବ୍ରହ୍ମପୁରଠାରେ ଶନିବାର ଅନୁଷ୍ଠିତ ‘ଏକ ଭାରତ ଶ୍ରେଷ୍ଠ ଭାରତ’ କ୍ଲଷ୍ଟରସ୍ତରୀୟ ପ୍ରତିଯୋଗିତାରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri