ମଣ୍ଡିରେ ଧାନବସ୍ତା ପଡ଼ି ଚାଷୀ ମୃତ

ସଜନାଗଡ଼,୮।୧(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ ରାଜ ବରମପୁରଠାରେ ମାଟିଆଳି ଲ୍ୟାମ୍ପ୍‌ ସମିତିକୁ ଜନୈକ ଚାଷୀ ଟଲିରେ ଧାନ ବସ୍ତା ନେଇ ବୁଧବାର ପୂର୍ବାହ୍ନରେ ଆସିଥିଲେ।ଧାନବସ୍ତା ତଳକୁ କାଢ଼ୁଥିବା ବେଳେ ଅସାବଧାନତା ଯୋଗୁ ଏହା ଚାଷୀଙ୍କ ଉପରେ ପଡ଼ିଯିବାରୁ ଘଟଣାସ୍ଥଳରେ ପଡ଼ିଯାଇଥିଲେ।
ସୂଚନାଯୋଗ୍ୟ, ମାଟିଆଳି ଲ୍ୟାମ୍ପ୍‌ ଅଧୀନ ବରହମପୁର ଶାଖା ରେ ଚାଷୀ
ଜଗନ୍ନାଥ ବେହେରାଙ୍କ ପୁଅ ପ୍ରଦୀପ(୫୭) ଟଲିରେ ଧାନ ଆଣି ମଣ୍ଡିରେ କାଢ଼ୁ ଥିବାବେଳେ ଅସାବଧାନତା ଯୋଗୁ ତାଙ୍କ ଉପରେ ଧାନବସ୍ତା ପଡ଼ିଯିବାରୁ ତଳେ ପଡ଼ି ସେ ଚେତାଶୂନ୍ୟ ହୋଇ ଯାଇଥିଲେ। ଘଟଣାସ୍ଥଳରେ ଥିବା ଅନ୍ୟ ଚାଷୀମାନେ ତାଙ୍କୁ ରାଜ ବଳରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ
ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜଳସ୍ତର କମି ୧୫ ଫୁଟ୍‌ ଜାଗାରେ ୬୫ ଫୁଟ୍‌ ହେଲାଣି

ପଟ୍ଟାମୁଣ୍ଡାଇ, ୭ା୫ (କଳ୍ପତରୁ ନାୟକ):ଅସହ୍ୟ ତାତି ସାଙ୍ଗକୁ ପାଣି ସମସ୍ୟା ଲୋକଙ୍କ ଚିନ୍ତା ବଢ଼ାଇଛି। ସ୍ଥିତି ଏମିତି ଯେ ସବୁଠି ପାଣି ପାଇଁ ହାହାକାର ସ୍ଥିତି...

୬ ବନ୍ୟା ଆଶ୍ରୟସ୍ଥଳ ଅଧାପନ୍ତରିଆ

ଯାଜପୁର,୭ା୫(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକର ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ସମ୍ପୂର୍ଣ୍ଣ ହୋଇପାରିନାହିଁ। ଆଗକୁ କିଛି ସପ୍ତାହ...

ଦାଦନ ଖଟୁଛନ୍ତି ନଗଡ଼ା ଶିଶୁ

ଯାଜପୁର/କାଳିଆପାଣି (ହର୍ଷବର୍ଦ୍ଧନ ବେହେରା/ଅସିତ ମହାନ୍ତ),୭ା୫:ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ପଞ୍ଚାୟତ ନଗଡ଼ା ଗ୍ରାମରେ ୨୦୧୬ରେ ଅପପୃଷ୍ଟିରୁ ଶିଶୁ ମୃତ୍ୟୁ ଘଟଣା ଅନ୍ତର୍ଜାତୀୟ ଖବର ପାଲଟିଥିଲା।...

ସରକାରୀ ଅନୁଦାନ ସତ୍ତ୍ୱେ ସୁଦୃଢ଼ ହେଉନି ନଦୀବନ୍ଧ

କେନ୍ଦ୍ରାପଡ଼ା, ୭ା୫ (ଜଗନ୍ନାଥ ଧଳ):ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଉଛନ୍ତି। ମାତ୍ର ଏହି ଅନୁଦାନ...

କାଲିର ବିରୋଧୀ ଆଜି ଭାଇ-ଭାଇ

ରାଜନଗର,୭ା୫(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ନେତାଙ୍କ ଦଳ ବଦଳ ରାଜନୈତିକ ଦୃଶ୍ୟପଟରେ ପରିବର୍ତ୍ତନ ଆଣିଛି। ଏଠାରେ ବିଧାୟକ ଧ୍ରୁବ ସାହୁଙ୍କୁ ବିଜେଡି...

୪ ଆସନରେ ନାମାଙ୍କନ ଭରି ଚର୍ଚ୍ଚାରେ ଜ୍ଞାନେନ୍ଦ୍ର

ସମ୍ବଲପୁର,୭।୫(ଭବାନୀ ଶଙ୍କର ଭୋଇ):ଚଳିତ ସାଧାରଣ ନିର୍ବାଚନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ପ୍ରାର୍ଥୀମାନେ ଚର୍ଚ୍ଚାର ପରିସରକୁ ଆସୁଛନ୍ତି । ଏମିତି ଜଣେ ସ୍ବାଧୀନ ପ୍ରାର୍ଥୀ ହେଲେ ଜ୍ଞାନେନ୍ଦ୍ର...

ଘରକୁ ଫେରିଲେ ବନ୍ଧାପଡ଼ିଥିବା ୨୨ ଶ୍ରମିକ

ଭବାନୀପାଟଣା,୬।୫(ଉତ୍ତମ କୁମାର ଦାଶ): ହାଇଦ୍ରାବାଦକୁ କାମ କରିବାକୁ ଯାଇ ବନ୍ଧାପଡିଥିବା କଳାହାଣ୍ଡି ଜିଲା ଜୁନାଗଡ଼ ସହରର ୨୨ ଶ୍ରମିକ ସୋମବାର ଘରକୁ ଫେରିଛନ୍ତି। କଳାହାଣ୍ଡି ଜିଲା...

ଗିଫ୍ଟ ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ନଷ୍ଟ

ପଟ୍ଟାଙ୍ଗୀ,୬।୫(ଶରତ ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ ସଦର ମହକୁମାସ୍ଥିତ ଜାତୀୟ ରାଜପଥ ପାର୍ଶ୍ୱରେ ରହିଥିବା ଏକ ଗିଫ୍ଟ ଦୋକାନରେ ସୋମବାର ରାତିରେ ନିଆଁ ଲାଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri