ମତାନ୍ତର ଭୁଲି ଏକତାସୂତ୍ରରେ ବାନ୍ଧି ହୁଅ: ନିରଞ୍ଜନ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ତୃଣମୂଳସ୍ତରରେ କଂଗ୍ରେସ ସଙ୍ଗଠନକୁ ସୁଦୃଢ଼ କରିବା ପାଇଁ ଦଳର ୩୩ ସାଙ୍ଗଠନିକ ଜିଲାରୁ କ୍ୟାଡର ସୃଷ୍ଟି କରିବା ପାଇଁ କଂଗ୍ରେସ ଭବନଠାରେ ଦୁଇଦିନିଆ ଚୟନ ପ୍ରକ୍ରିୟା ବୁଧବାର ଶେଷ ହୋଇଛି। ଏହି ଉପଲକ୍ଷେ ନିଖିଳ ଭାରତ କଂଗ୍ରେସ ପ୍ରଶିକ୍ଷଣ ଇନଚାର୍ଜ ସଚିନ୍‌ ରାଓ ଓଡିଶା ଗସ୍ତରେ ଆସି ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଦୁଇଟି ପର୍ଯ୍ୟାୟରେ ପ୍ରଶିକ୍ଷଣ ଦେଇଛନ୍ତି। ଏହି ଅବସରରେ ଓଡିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ ବିଭିନ୍ନ ଜିଲାରୁ ଆସିଥିବା ସକ୍ରିୟ କର୍ମୀଙ୍କୁ ଉଦ୍‌ବୋଧନ ଦେଇ କହିଛନ୍ତି ଯେ, ସମସ୍ତେ ନିଷ୍ଠାର ସହ କାର୍ଯ୍ୟ କଲେ କଂଗ୍ରେସ ସୁଦୃଢ଼ ହୋଇପାରିବ। ମହାତ୍ମା ଗାନ୍ଧୀଙ୍କ ନୀତି, ଆଦର୍ଶକୁ ପାଥେୟ କରି ଆମେ ସମସ୍ତେ ମତାନ୍ତରକୁ ଭୁଲି ଏକତା ସୂତ୍ରରେ ବାନ୍ଧିହୋଇ କାର୍ଯ୍ୟ କରିବା ଆବଶ୍ୟକ। ସାମ୍ପ୍ରତିକ ପରିସ୍ଥିତିରେ ଦେଶରେ ଘଟୁଥିବା ଘଟଣାବଳୀରୁ ଲୋକମାନେ ଯେଭଳି ପ୍ରକୃତ ସତ୍ୟ ଉପଲବ୍ଧି କରିପାରିବେ ସେ ସମ୍ପର୍କରେ ସମସ୍ତ କଂଗ୍ରେସ କର୍ମୀ ଲୋକମାନଙ୍କୁ ଅବଗତ କରାଇବାକୁ ସେ କହିଛନ୍ତି। ସଚିନ ରାଓ କହିଛନ୍ତି ଯେ, ପ୍ରଶିକ୍ଷଣ ମାଧ୍ୟମରେ ସମସ୍ତେ କାର୍ଯ୍ୟ କରିବା ଦରକାର। ଏହାଦ୍ୱାରା କାମ କରିବା ପାଇଁ ପ୍ରେରଣା ମିଳିପାରିବ। ଏହାକୁ ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ଗୁରୁତ୍ୱ ପ୍ରଦାନ କରିଛି। ଏହି ଅବସରରେ ରାଓ ବିଭିନ୍ନ ଜିଲାରୁ ଆସିଥିବା ସକ୍ରିୟ ନେତୃବୃନ୍ଦଙ୍କ ସହ ଜଣ ଜଣ କରି ସଙ୍ଗଠନ ବିଷୟରେ ଆଲୋଚନା କରି ତଥ୍ୟ ସଂଗ୍ରହ କରିଛନ୍ତି। ଏହି ବୈଠକକୁ ଓଡ଼ିଶା ପ୍ରଦେଶ କଂଗ୍ରେସ ପ୍ରଶିକ୍ଷଣ ଇନ୍‌ଚାର୍ଜ ଶୁଭେନ୍ଦୁ ମହାନ୍ତି ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡାଇନିଂ ଟେବୁଲରେ ହେଲା ଝଗଡ଼ା, ଭାଉଜ-ଭାଇଙ୍କୁ ହତ୍ୟା କଲା ଭାଇ

ଲକ୍ଷ୍ନୌ,୧୯।୨ ଉତ୍ତର ପ୍ରଦେଶର ସୀତାପୁର ଜିଲାରେ ଏକ ସାମାନ୍ୟ ଝଗଡ଼ା ରକ୍ତାକ୍ତ ସଂଘର୍ଷରେ ପରିଣତ ହୋଇଛି । ଜଣେ ଯୁବକ ତାଙ୍କ ଭାଉଜ ଏବଂ ଭାଇଙ୍କୁ ଧାରୁଆ…

ଚିତାରେ ସତୀ

ୟୁରୋପରେ ସଇତାନଙ୍କୁ ପୂଜା କରୁଥିବା ସନ୍ଦେହରେ ମହିଳାଙ୍କୁ ଡାହାଣୀ ଆଖ୍ୟା ଦେଇ ଖ୍ରୀଷ୍ଟିଆନ୍‌ ଧର୍ମଯାଜକମାନେ ସେମାନଙ୍କୁ ଜିଅନ୍ତା ପୋଡ଼ିଦେଉଥିଲେ। ଆରବରେ ଇସ୍‌ଲାମ ଛାଡ଼ିବାକୁ ମନା କରୁଥିବା ଲୋକଙ୍କୁ…

ଆଜିଠୁ ମାଟ୍ରିକ୍‌ ପରୀକ୍ଷା: ପରୀକ୍ଷା ଦେବେ ୫ ଲକ୍ଷ ୬୧ ହଜାର ୯୭୯ଜଣ ପରୀକ୍ଷାର୍ଥୀ

କଟକ,୧୯।୨(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ମାଟ୍ରିକ ପରୀକ୍ଷା ଗୁରୁବାରଠାରୁ ଆରମ୍ଭ ହେବ। ପ୍ରଥମ ଦିନ ମାତୃଭାଷା ପରୀକ୍ଷା ଅନୁଷ୍ଠିତ ହେବ।…

ଗର୍ଭବତୀଙ୍କୁ ହତ୍ୟାକଲେ ସିଏ ସ୍ବାମୀ, ପୋଲିସରୁ କହିଲେ ମିଛ କାହାଣୀ

ଚଣ୍ଡିଗଡ଼,୧୯।୨: ସ୍ବାମୀ ଜଣେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ) ଏବଂ ସ୍ତ୍ରୀ ହେଉଛନ୍ତି ଜଣେ ବ୍ୟାଙ୍କ ଅଧିକାରୀ। ସେମାନଙ୍କ ବିବାହକୁ ମାତ୍ର ୪ ମାସ ପୂରିଛି । ହେଲେ…

ବିକଶିତ ବରଗଡ଼ରେ ଆଇନଶୃଙ୍ଖଳା ବ୍ୟବସ୍ଥା ହୁଗୁଳା

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ବିକାଶପଥକୁ ମୁହଁାଉଛି। ରାସ୍ତା ପ୍ରଶସ୍ତୀକରଣ ସହିତ ରାସ୍ତାପାର୍ଶ୍ୱରେ ନୂତନ ଭାବେ ଡ୍ରେନ ନିର୍ମାଣ ହେଉଛି। ସେହିପରି ରାସ୍ତା ପ୍ରଶସ୍ତୀକରଣ ସମୟରେ ଉଚ୍ଛେଦ ଉଠାଦୋକାନୀଙ୍କୁ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri