ମଦ କାରବାରକୁ ବିରୋଧ କରିବାରୁ ଯୁବକଙ୍କୁ ହତ୍ୟା

ଖଲ୍ଲିକୋଟ,୩୦ା୪(ଡି.ଏନ.ଏ.)-ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା କୁଶଢ଼ିପ ଛକ ନିକଟରେ ରବିବାର ରାତିରେ ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଛକରେ ଚାଲିଥିବା ବେଆଇନ ମଦ କାରବାରକୁ ବିରୋଧ କରିବାରୁ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ମୃତକ ହେଲେ କୈଳାସ ବାରିକ (୪୫)। ଜଣେ ମହିଳା ଓ ତାଙ୍କର ୨ ସହଯୋଗୀ ମିଶି କୈଳାସଙ୍କୁ ହତ୍ୟା କରିଥିବା ତାଙ୍କ ସ୍ତ୍ରୀ କୁନି ଖଲ୍ଲିକୋଟ ଥାନାରେ ଏତଲା ଦେଇଛନ୍ତି। ସୋମବାର ପୋଲିସ ହତ୍ୟା ମାମଲା (ନଂ.୧୦୬/୧୯) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତଙ୍କ ଗିରଫ ଦାବି ନେଇ ମୃତଙ୍କ ଆତ୍ମୀୟସ୍ବଜନ ଓ ଅଞ୍ଚଳର ବହୁ ଲୋକ ରାସ୍ତାରୋକୋ କରିଥିଲେ। ପୋଲିସ ପହଞ୍ଚି ଖୁବଶୀଘ୍ର ଅଭିଯୁଙ୍କୁ ଧରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ରାସ୍ତାରୋକୋ ହଟିଛି।

ଖଲ୍ଲିକୋଟ ଅଞ୍ଚଳର ବିଭିନ୍ନ ସ୍ଥାନରେ ବେଧଡ଼କ ମଦ କାରବାର ଚାଲିଛି। କୁଶଢ଼ିପ ଛକ ନିକଟ ଏକ ଘରେ ଦୀର୍ଘଦିନ ହେବ ବେଆଇନ ଭାବେ ଦେଶୀ ଓ ବିଦେଶୀ ମଦ ବିକ୍ରି ଚାଲିଥିଲା। ବିଭିନ୍ନ ସମୟରେ ଅସାମାଜିକ ଲୋକେ ଏଠାରେ ଆଡ୍ଡା ଜମାଇ ବିଶୃଙ୍ଖଳା ସୃଷ୍ଟି କରୁଥିଲେ। କୈଳାସ ଏହାକୁ ବିରୋଧ କରି ଆସୁଥିଲେ। ରବିବାର ରାତିରେ ସେ ଉକ୍ତ ଘର ନିକଟକୁ ଯାଇ ପ୍ରତିବାଦ କରିବାରୁ ଜଣେ ମହିଳା ଓ ତାଙ୍କର ୨ ସହଯୋଗୀ ତାଙ୍କୁ ପଥରରେ ଛେଚି ଦେଇଥିଲେ। ପରିବାର ଲୋକେ ଗୁରୁତର ଅବସ୍ଥାରେ କୈଳାସଙ୍କୁ ଖଲ୍ଲିିକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ ମଧ୍ୟ ସେତେବେଳେକୁ ତାଙ୍କର ମୃତ୍ୟୁ ଘଟି ସାରିଥିଲା। ଅଭିଯୋଗ ପାଇ ସୋମବାର ଖଲ୍ଲିିକୋଟ ଥାନା ଆଇଆଇସି ସୁନୀଲ କୁମାର ବେହେରା ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛନ୍ତି। ହତ୍ୟାକାଣ୍ଡ ପରେ ଉକ୍ତ ଘରେ ତାଲା ପକାଇ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି। ଏକ ସ୍ବତନ୍ତ୍ର ଟିମ୍‌ ବିଭିନ୍ନ ସ୍ଥାନରେ ଚଢ଼ଉ ଜାରି ରଖିଛି। ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଯାଇଥିଲା। ମୃତଦେହରେ କୌଣସି କ୍ଷତ ଚିହ୍ନ ନଥିବା ବେଳେ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହତ୍ୟାକାଣ୍ଡର ପ୍ରକୃତ ତଥ୍ୟ ଜଣାପଡ଼ିବ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟଅତିଥି ଭାବେ ଯୋଗ ଦେଇ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିଲେ ପ୍ରଫୁଲ୍ଲ ପଣ୍ଡା, କହିଲେ ଭାରତକୁ ସମଗ୍ର ବିଶ୍ୱରେ…

ଦିଗପହଣ୍ଡି, ୨୧।୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ବର୍ଗତ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସ ପାଳନ କରାଯାଇଥିଲା। ପୁଞ୍ଜିକଂୟା ଛକ…

ତାରାତାରିଣୀ କଲେଜର ସଫଳତା: ଯୁକ୍ତଦୁଇ ବିଜ୍ଞାନରେ ଆଗରେ ପୁଅ, କଳାରେ ଝିଅ

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଚଳିତବର୍ଷ ଯୁକ୍ତଦୁଇ ଓ ଯୁକ୍ତତିନି ପରୀକ୍ଷାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜକୁ ବଡ଼ ସଫଳତା ମିଳିଛି। ଅଧ୍ୟକ୍ଷ ଡଃ ପ୍ରଦୀପ କୁମାର ସାହୁ…

ବିଜ୍ଞାନରେ ଏତିକି ନମ୍ବର ରଖି ଦୁଇ ଜଣ ହେଲେ ବ୍ଲକ ଟପ୍ପର : ସଫଳତା ପାଇଁ ଅଧ୍ୟାପକ, ପରିବାରଙ୍କୁ ଦେଲେ ଶ୍ରେୟ

ଛତ୍ରପୁର,୨୧।୫(ଦିଲ୍ଲୀପ ସାମଲ): ପ୍ରକାଶ ପାଇଛି ଯୁକ୍ତ୨ ରେଜଲ୍ଟ । ଏହି ଅବସରରେ ବିଜ୍ଞାନ ବିଭାଗରେ ଦୁଇ ଛାତ୍ର ଛତ୍ରପୁର ବ୍ଲକ ଟପ୍ପର ହୋଇଛନ୍ତି । ଗୋବିନ୍ଦପୁର ସ୍ଥିତ…

ଦୁର୍ଗାମାଧବ ରାଜ୍ୟରେ ଦ୍ୱିତୀୟ: ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୨୧।୫(ବିଦ୍ୟାଧର ସାହୁ): ଚଳିତବର୍ଷ ଯୁକ୍ତଦୁଇ ବିଜ୍ଞାନରେ ରାଜ୍ୟରେ ୨ୟ ସ୍ଥାନ ଅଧିକାର କରିଛନ୍ତି ଦୁର୍ଗାମାଧବ ବାରିକ l ଗଞ୍ଜାମ ସହର ଦୁର୍ଗାଦେବୀ ସାହି ବାସିନ୍ଦା ତଥା ଶିକ୍ଷକ…

ଗୋଡାଇ ଗୋଡାଇ ଅପରାଧୀଙ୍କୁ ଏନକାଉଣ୍ଟର କଲା ପୋଲିସ: ପୋଲିସ ଡିଜିଙ୍କ ଚରମବାଣୀ ପରେ…

ବ୍ରହ୍ମପୁର, ୨୧/୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଗିରିରୋଡ ଆକ୍ରମଣ ଘଟଣାରେ ଅଭିଯୁକ୍ତ ମୁକେଶ ସାହୁକୁ ଏନକାଉଣ୍ଟର କରାଯାଇଛି। ଡିଜିଙ୍କ ଚରମବାଣୀ ପରେ ଅପରାଧୀଙ୍କୁ କାଉଣ୍ଟର ପାଇଁ ଏନକାଉଣ୍ଟର…

ଶହୀଦ ଭଗତ୍‌ ସିଂହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସଫଳତା: ବିଜ୍ଞାନରେ ସିମରନ ବ୍ଲକ ଟପ୍ପର

ଗଞ୍ଜାମ,୨୧।୫(ଅନାଥ ତରାଇ): +୨ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ ଗଞ୍ଜାମ ବ୍ଲକ ସ୍ଥିତ ସହିଦ ଭଗତ୍ ସିଂହ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପାଇଁ ଏକ ଗୌରବମୟ…

ଭଞ୍ଜନଗର ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ଶେଷ: ସ୍ଥାୟୀ ମଣ୍ଡପ ଅଭିମୁଖେ ବାହାରିଲେ ଦୁଇ ଭଉଣୀ, ପୁଣି ୩ ବର୍ଷ ପରେ…

ଭଞ୍ଜନଗର,୨୦।୫(ବାବୁଲା ପ୍ରଧାନ)- ଦୀର୍ଘ ୨୫ ଦିନ ଧରି ଚାଲିଥିବା ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ବୁଧବାର ଉଦଯାପିତ ହୋଇଯାଇଛି। ପୁଣି ୩ ବର୍ଷ ପରେ ଦେବୀଙ୍କ…

ଖେମୁଣ୍ଡି କଲେଜ ଯୁକ୍ତ ୨ ପରୀକ୍ଷା ଫଳ: ବିଜ୍ଞାନରେ ଚନ୍ଦ୍ରକାନ୍ତ-ରୁଦ୍ର ଯୁଗ୍ମ ଟପ୍ପର, କଳାରେ ବାଜି ମାରିଲେ…

ଦିଗପହଣ୍ଡି,୨୦।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଯୁକ୍ତ ୨ ବିଜ୍ଞାନ ପରୀକ୍ଷାରେ ଚନ୍ଦ୍ରକାନ୍ତ ବିଷୋୟୀ ଏବଂ ରୁଦ୍ର ପ୍ରସାଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri