ମଦ ଦୋକାନ ଖାତା ପତ୍ର ଯାଞ୍ଚ କଲେ ଅଧିକାରୀ

ଖଇରା, ୮।୬(ଡି.ଏନ.ଏ.)-ଜିଲା ଅବକାରୀ ବିଭାଗ ଓ ଖଇରା ରାଜସ୍ବ ବିଭାଗ ତରଫରୁ ମିଳିତ ଭାବେ ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ଖଇରା ଓ କୁପାରୀ ବଜାରରେ ଥିବା ବିଦେଶୀ ମଦ ଦୋକାନ ଉପରେ ଚଢାଉ କରାଯାଇ ସେମାନଙ୍କର ଖାତାପତ୍ର ଯାଞ୍ଚ କରାଯାଇଛି। ପୂର୍ବାହ୍ନରେ ଅବକାରୀ ବିଭାଗର ନୀଳିଗିରି ଇନ୍ସପେକ୍ଟର ଜ୍ୟୋତିର୍ମୟ ପଟେଲ ଓ ଖଇରାର ଅତିରିକ୍ତ ତହସିଲଦାର ବିଭାସ ରଞ୍ଜନ ପାଣିଗ୍ରାହୀଙ୍କ ନେତୃତ୍ୱରେ ଏକ ଟିମ୍‌ ଖଇରା ବଜାରରେ ଥିବା ଲାଇସେନ୍ସପ୍ରାପ୍ତ ଦୋକାନ ଉପରେ ଅଚାନକ ଚଢାଉ କରି ଖାତାପତ୍ର ଓ ଷ୍ଟକ ଯାଞ୍ଚ କରିଥିଲେ। କୁପାରୀରେ ମଧ୍ୟ ଅନୁରୂପ ଚଢାଉ କରାଯାଇଥିଲା। ଏଥିରେ ସୋର ସବ୍‌ଇନ୍ସପେକ୍ଟର କୁଳମଣି ମହାରଣା, ଖଇରା ରାଜସ୍ବ ନିରୀକ୍ଷକ କାଳିଚରଣ ମାଝି ଏଥିରେ ସାମିଲ ଥିଲେ। ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଏହି ଯାଞ୍ଚ କରାଯାଇଥିଲା। ଅନିୟମିତତା ନେଇ ରିପୋର୍ଟ ବରିଷ୍ଠ ଅଧିକାରୀଙ୍କୁ ଦିଆଯିବ ବୋଲି ଅତିରିକ୍ତ ତହସିଲଦାର ପାଣିଗ୍ରାହୀ ପ୍ରକାଶ କରିଛନ୍ତି।
ଉଲ୍ଲେଖଯୋଗ୍ୟ, କିଛି ଦିନ ତଳେ ଖଇରା ମଦଦୋକାନ ସମ୍ମୁଖରେ କେତେଜଣ ଲୋକ ସାମାଜିକ ଦୂରତା ନ ମାନି ଠେଲାପେଲା ହୋଇ ମଦ କିଣୁଥିବା ଏବଂ ମଦବିକ୍ରେତା ସରକାରଙ୍କ ଗାଇଡଲାଇନକୁ ଭୁଲି ଅନଲାଇନ ବଦଳରେ କାଉଣ୍ଟରରେ ଲୋକାଙ୍କୁ ମଦ ବିକୁଥିବା ଦୃଶ୍ୟ ଭାଇରାଲ ହେବା ପରେ ପୋଲିସ ପ୍ରଶାସନ ପକ୍ଷରୁ ଏହି ଯାଞ୍ଚ ନିର୍ଦ୍ଦେଶ ଦିଆଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କଲେଜରେ ବନ ମହୋତ୍ସବ ପାଳିତ: ୧୦୦ ଔଷଧୀୟ ବୃକ୍ଷର ଚାରାରୋପଣ, ସାମିଲ ହେଲେ ଛାତ୍ରୀଛାତ୍ର

ଗଞ୍ଜାମ , ୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା (ଏନଏସଏସ) ୟୁନିଟ୍‌ର ଆନୁକୂଲ୍ୟରେ ଶୁକ୍ରବାର ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛିl ଏହି ଅବସରରେ…

ଟ୍ରେଲର୍‌କୁ ପଛପଟୁ ଧକ୍କା ଦେଲା ଘରୋଇ ବସ୍‌; ୫ରୁ ଅଧିକ ଯାତ୍ରୀ ଆହତ

ଚୌଦ୍ୱାର, ୮।୭:  କଟକ ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ନିର୍ଗୁଣ୍ଡି ନିକଟ ଜାତୀୟ ରାଜପଥ–୧୬ରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣାରେ ଘରୋଇ ଯାତ୍ରୀବାହୀ ବସ୍‌ ଏକ ଟ୍ରେଲର୍‌କୁ…

ଅଭିଯୋଗ ପରେ ମିଳୁଛି ଧମକ, ମୋବାଇଲ ଗଲା, ଏବେ ଜୀବନ ପ୍ରତି ରହିଛି ଭୟ

ବାଲିପାଟଣା,୧୦ା୭(ଅଭିମନ୍ୟୁ ନାୟକ): ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ଅଞ୍ଚଳରେ ଘଟିଥିବା ଏକ ମୋବାଇଲ ଛଡ଼ାଇ ନେବା ଘଟଣା ଏବେ ନୂଆମୋଡ଼ ନେଇଛି। ଅଭିଯୋଗ କରିବା ପରେ ପୀଡ଼ିତଙ୍କୁ…

‘ମୋତେ ମାରିଦେଲେ ବି ମୁଁ ବାଂଲାଦେଶ ଫେରିବି’, କାହିଁକି ଏମିତି କହିଲେ ଶେଖ ହାସିନା? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୦।୭: ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣାରେ, ପୂର୍ବତନ ବାଂଲାଦେଶୀ ପ୍ରଧାନମନ୍ତ୍ରୀ ଶେଖ ହାସିନା କହିଛନ୍ତି ଯେ ସେ ଏବଂ ଆୱାମୀ ଲିଗର ଅନ୍ୟ ନିର୍ବାସିତ ନେତାମାନେ ଚଳିତ ବର୍ଷ…

ରାଜଧାନୀରେ ନକଲି ଆଡିଶନାଲ ଏସ୍‌ପି, ପୋଲିସ ଗିରଫ କରି…

ଭୁବନେଶ୍ୱର,୧୦ା୭: କୌଣସି ଉପାନ୍ତ ଅଞ୍ଚଳରେ ନୁହେଁ। ଖୋଦ୍‌ ରାଜଧାନୀ ଭୁବନେଶ୍ୱରରେ ନକଲି ଆଡିଶନାଲ ଏସ୍‌ପି ବା ନକଲି ଅତିରିକ୍ତ ଏସ୍‌ପିଙ୍କୁ ଗିରଫ କରିଛି ପୋଲିସ। ରଜନୀକାନ୍ତ ମହାନ୍ତି…

Bankipur By-Election: ବାଙ୍କିପୁରରେ BJPକୁ କାହିଁକି ହରାଇବା ଦରକାର? ୩ କାରଣ କହିଲେ ପିକେ

ପାଟନା,୧୦।୭: ଜନ ସୁରାଜ ପ୍ରାର୍ଥୀ ପ୍ରଶାନ୍ତ କିଶୋର ବାଙ୍କିପୁର ନିର୍ବାଚନମଣ୍ଡଳୀରେ ସକ୍ରିୟ ଭାବରେ ଗସ୍ତ କରୁଛନ୍ତି, ଲୋକଙ୍କୁ ବୁଝାଉଛନ୍ତି ଯେ ଉପନିର୍ବାଚନରେ ଭାଜପାକୁ କାହିଁକି ପରାସ୍ତ କରାଯିବା…

ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷାମନ୍ତ୍ରୀ, କହିଲେ ବ୍ଲକ୍‌ଗ୍ରାଣ୍ଟ କଲେଜକୁ ସରକାର ଟଙ୍କା ଦେବେ

ଭୁବନେଶ୍ୱର,୧୦ା୭: କେଜିରୁ ପିଜି ମାଗଣା ଶିକ୍ଷା ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ପ୍ରଫେଶନାଲ ଓ ସେଲ୍ଫ ଫାଇନାନ୍ସିଂ କୋର୍ସକୁ…

Sunil Gavaskar Love Story: ଅଟୋଗ୍ରାଫ ନେବାକୁ ଆସିଥିବା ପ୍ରଶଂସକଙ୍କ ପ୍ରେମରେ ପଡ଼ିଯାଇଥିଲେ ସୁନୀଲ ଗାଭାସ୍କର, ଜାଣନ୍ତୁ ‘ଲିଟିଲ ମାଷ୍ଟର’ଙ୍କ ଲଭ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୭: ପୂର୍ବତନ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଜି ତାଙ୍କର 77ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ, ଆସନ୍ତୁ ତାଙ୍କ ପ୍ରେମ କାହାଣୀକୁ ଶେୟାର କରିବା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri