ମଦ ହେଲା କାଳ: ପୁଅକୁ ଟାଙ୍ଗିଆରେ ହାଣିଲା ନିଶାସକ୍ତ ବାପା

କେନ୍ଦୁଝର, ୧୮ା୧୧(ସ୍ବ.ପ୍ର./ଡି.ଏନ.ଏ.)-ମଦ୍ୟପାନ କରି ହୋସ୍‌ ହରାଇ ଜଣେ ବାପା ସାମାନ୍ୟ ଘଟଣାକୁ ନେଇ ଟାଙ୍ଗିଆରେ ପୁଅଙ୍କୁ ହତ୍ୟା କରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି। ସଦରଥାନା ଅନ୍ତର୍ଗତ ଶୁଆକାଠି ନିକଟ ଲୁଣଘର ଗ୍ରାମରେ ଏହି ଅଘଟଣ ରବିବାର ଘଟିଛି। ମୃତକ ପୁଅଙ୍କ ନାମ ଘନ ମୁଣ୍ଡା (୨୦)। ଏନେଇ ସୋମବାର ସନ୍ଧ୍ୟାରେ ସଦର ଥାନାରେ ଘନଙ୍କ ବଡ ଭାଇ ଏତଲା ଦେଇଥିବା ବେଳେ ହତ୍ୟା କରିଥିବା ବାପା ଚେରାଙ୍ଗ ମୁଣ୍ଡା ଫେରାର ଥିବା ସଦର ଥାନା ଅଧିକାରୀ ଜୟନାରାୟଣ ଖଣ୍ଡେଇ ସୂଚନା ଦେଇଛନ୍ତି । ପୋଲିସ ମେଡିକାଲରୁ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ କରୁଛି ।
ପ୍ରକାଶ ଯେ, ଗତ ରବିବାର ଘନଙ୍କ ମା’ ମଞ୍ଜୁ ମୁଣ୍ଡା ପୁଅ ଘନକୁ ସଉଦା ଆଣିବାକୁ ବଜାରକୁ ପଠାଇଥିଲେ। ସେ ଯିବାକୁ ଆଗ୍ରହ ନ କରିବାରୁ ନିଶାସକ୍ତ ଅବସ୍ଥାରେ ଥିବା ବାପା ଚେରାଙ୍ଗ ସହିତ ତାଙ୍କର ବଚସା ହୋଇଥିଲା। ଉତ୍ତ୍ୟକ୍ତ ହୋଇ ତାଙ୍କ ବାପା ଘରେ ଥିବା ଏକ ଟାଙ୍ଗିଆ ଆଣି ଘନକୁ ଆକ୍ରମଣ କରିଥିଲେ। ଟାଙ୍ଗିଆ ଚୋଟରେ ଘନ ରକ୍ତ ଜୁଡୁବୁଡୁ ହୋଇ ଚେତାଶୂନ୍ୟ ହୋଇ ପଡିଥିଲେ। ମା’ ମଞ୍ଜୁ ଗୁରୁତର ଅବସ୍ଥାରେ ଆମ୍ବୁଲାନ୍ସ ସହାୟତାରେ ଜିଲା ମୁଖ୍ୟ ଡାକ୍ତରଖାନାକୁ ଚିକିତ୍ସା ପାଇଁ ନେଇଥିଲେ। ସେଠାରେ ଅବସ୍ଥା ଗୁରୁତର ହେବାରୁ ସୋମବାର କଟକ ଯିବା ପାଇଁ ଡାକ୍ତର କହିଥିଲେ । ପରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ତାଙ୍କର ମୃତ୍ୟୁ ହୋଇଥିଲା। ଖବର ପାଇ ପୋଲିସ ଘଟଣା ସ୍ଥଳକୁ ଯାଇଥିଲେ ହେଁ ପରିବାର ଲୋକ ପ୍ରଥମେ ଏତଲା ଦେବାକୁ ରାଜି ହୋଇ ନ ଥିଲେ। ପରେ ସୋମବାର ତାଙ୍କର ମୃତ୍ୟୁ ହେବା ପରେ ସନ୍ଧ୍ୟାରେ ତାଙ୍କ ବଡ ପୁଅ ଏତଲା ଦେଇଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

ହାଟଡିହୀରେ ମିଳୁନି ସାର: ସମବାୟ ସମିତି ଓ ବିକ୍ରୟ କେନ୍ଦ୍ର ପରିଦର୍ଶନ କଲେ ବିଧାୟକ

ହାଟଡିହୀ/ଛେନାପଦୀ, ୪।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ବର୍ତ୍ତମାନ ପ୍ରବଳ ସାର ସଙ୍କଟ ଦେଖାଦେଇଛି। ସମବାୟ ସମିତିରେ ଆବଶ୍ୟକୀୟ ସାର ନ ଥିବାବେଳେ ଖୋଲା…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ବିଧାୟକଙ୍କ ହସ୍ତକ୍ଷେପ ପରେ ବେଲଗୁଣ୍ଠାରେ ଲୋକଙ୍କୁ ମିଳିଲା ବିଶୁଦ୍ଧ ପାଣି

ବେଲଗୁଣ୍ଠା, ୪।୮ (କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଏନ୍.ଏ.ସି. ଅନ୍ତର୍ଗତ ୧୨ ଏବଂ ୧୩ ନମ୍ବର ୱାର୍ଡ ଭଗବତପାଟଣା ଓ ଧନିଜାପଲ୍ଲୀରେ ବିଗତ କିଛି…

ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଆବେଦନ: ଦାରିଙ୍ଗବାଡ଼ି କୃଷି କାର୍ଯ୍ୟାଳୟରେ କୃଷକଙ୍କ ପ୍ରବଳ ଭିଡ଼

ଦାରିଙ୍ଗବାଡ଼ି,୪।୮(ଅରୁଣ ସାହୁ): କୃଷି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ କୃଷକମାନଙ୍କୁ ବିଭିନ୍ନ ଯୋଜନାର ସୁଫଳ ଯୋଗାଇ ଦିଆଯାଉଛି। ବର୍ତ୍ତମାନ ଅଞ୍ଚଳରେ ଲଗାଣ…

ଦାଦନ ସାଜିଲା ଅଭିଶାପ: କେରଳ ଯାଉଥିବା ବେଳେ ଥୁଆମୂଳ ରାମପୁରର ଆଉ ଜଣେ ଯୁବକ ନିଖୋଜ, ଚିନ୍ତାରେ ପରିବାର…

ଥୁଆମୂଳ ରାମପୁର, ୪।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ରେ ଦାଦନ ଶ୍ରମିକ ନିଖୋଜ ସମସ୍ୟା ଦିନକୁ ଦିନ ଅଧିକ ଉଦ୍‌ବେଗଜନକ ରୂପ ନେଉଛି। ନିଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri