ମଦକୁ ବିରୋଧ କରି ଆନ୍ଦୋଳନକୁ ଓହ୍ଲାଇଲେ ମହିଳା

ଆନନ୍ଦପୁର, ୧।୪ (ସ୍ବ.ପ୍ର.)-କରୋନା କଟକଣା ବେଳେ କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ କଣ୍ଟିପାଳ ପଞ୍ଚାୟତ ବିରିଡିହା ଗ୍ରାମରେ ଅବାଧ ମଦ କାରବାର ଚାଲିଥିବା ଅଭିଯୋଗ ହୋଇଛି। ଏହାକୁ ବିରୋଧ କରି ସ୍ବୟଂ ସହାୟକ ମହିଳା ମଣ୍ଡଳର ସଭ୍ୟାମାନେ ସୋମବାର ରାତିଠାରୁ ମଙ୍ଗଳବାର ମଧ୍ୟାହ୍ନ ପର୍ଯ୍ୟନ୍ତ ଆନ୍ଦୋଳାନାତ୍ମକ ପନ୍ଥା ଗ୍ରହଣ କରିଛନ୍ତି। ଗ୍ରାମକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ମହିଳାମାନେ ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି।
କରୋନା ପାଇଁ ଜିଲାରେ ଲକ୍‌ ଡାଉନ୍‌ ପରିସ୍ଥିତି ଜାରି ରହିଥିଲେ ସୁଦ୍ଧା ଆଖପାଖ ଅଞ୍ଚଳର ଅସାମାଜିକ ଯୁବକମାନେ ମଦ ପାଇଁ ବିରିଡିହା ଗ୍ରାମରେ ଏକାଠି ହେବା ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି କରୁଥିବା ମହିଳାମାନେ ଅଭିଯୋଗ କରିଛନ୍ତି। ଏପରିକି ଯୁବକମାନେ ନିଶାସକ୍ତ ଅବସ୍ଥାରେ ଅଶ୍ଲୀଳ ଭାଷାରେ ଗାଳି ଗୁଲଜ କରୁଥିବାରୁ ଗ୍ରାମରେ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେଉଛି। ସୋମବାର ବିଳମ୍ବିତ ରାତିରେ ମହିଳାମାନେ ଏନେଇ ପୋଲିସକୁ ସୂଚନା ଦେଇଥିଲେ। ତେବେ ପୋଲିସ ମଙ୍ଗଳବାର ବିରିଡିହା ଗ୍ରାମରେ ପହଞ୍ଚି ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା  ସଦର ମହକୁମାକୁ ନୂଆବର୍ଷର ଭେଟି 

ଛତ୍ରପୁର,୨୮।୧୨: ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍‌ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି ଗଞ୍ଜାମ...

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍‌ ତଥ୍ୟ

ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri