ମଦନପୁର କଟ୍‌ ନିକଟରୁ ମଦ ଦୋକାନ ଉଚ୍ଛେଦ ଦାବି

ପଟ୍ଟାମୁଣ୍ଡାଇ,୨।୧୨ (ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ସଂସାରଫଳ ପଞ୍ଚାୟତ ମଦନପୁର କଟ୍‌ ନିକଟରେ ଥିବା ଏକ ଲାଇସେନ୍ସ ପ୍ରାପ୍ତ ବିଦେଶୀ ମଦ ଦୋକାନ ଉଚ୍ଛେଦ ପାଇଁ ଦାବି ହୋଇଛି। ଏ ନେଇ ପଞ୍ଚାୟତ ରାଜୀବ ଗାନ୍ଧୀ ସେବା କେନ୍ଦ୍ରଠାରେ ସ୍ଥାନୀୟ ଅଞ୍ଚଳର ୫୦ରୁ ଊର୍ଦ୍ଧ୍ୱ ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟା ରବିବାର ଏକାଠି ହୋଇଥିଲେ। ସେମାନଙ୍କ କହିବା ଅନୁସାରେ, ଉକ୍ତ ମଦ ଦୋକାନ ଖୋଲାଯିବା ପରେ ସ୍ଥାନୀୟ ଅଞ୍ଚଳରେ ଅସାମାଜିକ ବ୍ୟକ୍ତିଙ୍କ ଆଡ୍ଡା ଜମିବା ସହ ଅସାମାଜିକ କାର୍ଯ୍ୟ ବୃଦ୍ଧି ପାଉଛି। ପଟ୍ଟାମୁଣ୍ଡାଇ-ରାଜନଗର ପୂର୍ତ୍ତ ବିଭାଗ ରାସ୍ତାକଡ଼ରେ ମଦ ଦୋକାନ ରହିଥିବାରୁ ଏହି ରାସ୍ତାଦେଇ ଯାତାୟାତ କରିବାକୁ ଲୋକମାନେ ନିରାପଦ ମଣୁନାହାନ୍ତି। ଏହାଛଡ଼ା ମଦ ଦୋକାନଠାରୁ ୧୦୦ଫୁଟ ଦୂରରେ ମଦନପୁର କଲେଜ ଓ ମଦନପୁର ହାଇସ୍କୁଲ ରହିଛି। ଦୈନିକ ହଜାରରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର କଲେଜ, ହାଇସ୍କୁଲକୁ ଯାଉଥିବାବେଳେ ମଦ୍ୟପମାନେ ସେମାନଙ୍କୁ ଅଶ୍ଳୀଳ ଇଙ୍ଗିତ କରିବା ସହ କମେଣ୍ଟ ପାସ୍‌ କରୁଛନ୍ତି। ଏ ନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ତେଣୁ ମଦନପୁର କଟ୍‌ ନିକଟରୁ ଉକ୍ତ ଲାଇସେନ୍ସପ୍ରାପ୍ତ ମଦ ଦୋକାନ ଅତ୍ୟତ୍ର ଉଠାଇ ନେବା ପାଇଁ ସ୍ଥାନୀୟ ବିଧାୟକ ଦୃଷ୍ଟି ଦେବାକୁ ମହିଳାମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେଲା ପାକିସ୍ତାନର ଖରାପ ସମୟ, ଇସଲାମାବାଦରେ ମାଡ଼ ହେବ ମିଶାଇଲ!

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧବିରତି ଆଲୋଚନା ଭାଙ୍ଗିବା କେବଳ ପଶ୍ଚିମ ଏସିଆରେ କ୍ଷେପଣାସ୍ତ୍ର ଏବଂ ବୋମା ଆକ୍ରମଣ ପୁନରାବୃତ୍ତିର…

ଚର୍ଚ୍ଚ କବାଟ ଭାଙ୍ଗି ବୁଲାଇଲେ କଳାକନା : ଥାନାରେ…

ଦାରିଙ୍ଗବାଡି, ୧୨।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିଆଙ୍ଗବାଲି ଚର୍ଚ୍ଚ ଗୃହର ମୁଖ୍ୟ କବାଟକୁ ତଡାଯାଇ ବହୁ ସାଉଣ୍ଡ ସିଷ୍ଟମର ଯନ୍ତ୍ରପାତି ଚୋରି ହୋଇଥିବା…

ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି।…

ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡର: ମାଡିବସିଲା…

ନୂଆପଡ଼ା,୧୨ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା ଖରିଆର ରୋଡ୍‌ସ୍ଥିତ ପାଳ ରେଷ୍ଟୁରାଣ୍ଟରେ ଘରୋଇ ଏଲ୍‌ପିଜି ସିଲିଣ୍ଡରକୁ ବାଣିଜି୍ୟକ ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଥିବା ଅଭିଯୋଗ ପରେ ଯୋଗାଣ ବିଭାଗର…

‘ପାକିସ୍ତାନ ହିଁ ଏମିତି କରିପାରେ’; ଇସଲାମାବାଦରେ ଆମେରିକା-ଇରାନ ବାର୍ତ୍ତାକୁ ନେଇ…

ନୂଆଦିଲ୍ଲୀ,୧୨।୪: ପାକିସ୍ତାନର ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତାକୁ ନେଇ କଂଗ୍ରେସ ସାଂସଦ ଶଶି ଥରୁର ବଡ଼ ବୟାନ ଦେଇଛନ୍ତି। ପାକିସ୍ତାନ…

ଭବିଷ୍ୟତ ଗଠନ ପାଇଁ ଛାତ୍ରୀଛାତ୍ରଙ୍କୁ ଆହ୍ବାନ ଦେଲେ ଅଧ୍ୟକ୍ଷ

ଭଞ୍ଜନଗର,୧୨।୪(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଉଦ୍ଭିଦ ବିଜ୍ଞାନ ବିଭାଗ ପକ୍ଷରୁ ଯୁକ୍ତ ୩ ଶେଷ ବର୍ଷର ଛାତ୍ରୀଛାତ୍ରଙ୍କୁ ଶନିବାର ବିଦାୟ ସମ୍ବର୍ଦ୍ଧନା…

ବୋଲେରୋ ଧକ୍କାରେ ବାଇକ୍‌ ଚାଳକଙ୍କ ମୃତ୍ୟୁ,୨୦ ଘଣ୍ଟା ହେଲା ହୋଇପାରିନି ମୃତଦେହ ବ୍ୟବଚ୍ଛେଦ

ଦାରିଙ୍ଗବାଡ଼ି,୧୨ା୪(ଅରୁଣ ସାହୁ): ବୋଲେରୋ ଧକ୍କାରେ ବାଇକ୍‌ଚାଳକଙ୍କ ମୃତ୍ୟୁ ଘଟଣାର ଇତିମଧ୍ୟରେ ପ୍ରାୟ ୨୦ ଘଣ୍ଟା ବିତିଯାଇଥିଲେ ମଧ୍ୟ କୌଣସି ମାମଲା ରୁଜୁ ହୋଇ ନ ଥିବା ଓ…

ଚାଇନାକୁ ଧମକ ଦେଲେ ଟ୍ରମ୍ପ, ଏମିତି କଲେ ଭୋଗିବ ପରିଣାମ: ସାରା ବିଶ୍ୱ ହଲଚଲ

ଓ୍ବାଶିଂଟନ୍‌,୧୨।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ଘୋଷଣାର କିଛି ଦିନ ପରେ ଉଭୟ ଦେଶର ପ୍ରତିନିଧି ଦଳ ପାକିସ୍ତାନରେ ମୁହାଁମୁହିଁ ଆଲୋଚନା କରିଥିଲେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri