ମଦବିକ୍ରିକୁ ବିରୋଧ: ଏସ୍‌ଏଚ୍‌ଜି ମହିଳା ଥାନାର ଦ୍ୱାରସ୍ଥ

ମୁରିବାହାଲ, ୧୮।୭(ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ବଡସାଇମରା ଗ୍ରାମ ପଞ୍ଚାୟତ ଅଧୀନ ଧୁମାମାଲ ଗ୍ରାମରେ ବ୍ୟାପକ ମଦ କାରବାର ଚାଲିଛି। ସ୍ଥାନୀୟ ପୋଲିସ ଓ ଅବକାରୀ ବିଭାଗକୁ ଏ ନେଇ ଜଣାଇଲେ ମଧ୍ୟ କୌଣସି ମଦ ବିକ୍ର ବନ୍ଦ ହେଉନାହିଁ। ତେଣୁ ଗୁରୁବାର ଗ୍ରାମର ସ୍ବୟଂ ସହାୟକ ଗୋଷ୍ଠୀର ମହିଳାମାନେ ମୁରିବାହାଲ ଥାନାର ଦ୍ୱାରସ୍ଥ ହୋଇଥିଲେ। ସ୍ଥାନୀୟ ସରପଞ୍ଚ ଅମିତ କୁମାର ପାତ୍ରଙ୍କ ଉପସ୍ଥିତିରେ ୯ ଟି ସ୍ବୟଂ ସହାୟକ ଗୋଷ୍ଠୀର ମହିଳା କୁଚିଆ ମଦ ବିକ୍ରୟକୁ ବିରୋଧ କରି ଲିଖିତଭାବେ ଅଭିଯୋଗ କରିଛନ୍ତି। ସେମାନଙ୍କ ଅଭିଯୋଗ ଅନୁସାରେ ବର୍ଷବର୍ଷ ଧରି ଏକୱାର୍ଡ ବିଶିଷ୍ଟ ଧାମାମାଲ ଗ୍ରାମରେ ୫ଜଣ କୁଚିଆ ମଦ ବ୍ୟବସାୟୀ କରୁଛନ୍ତି । ୫ ଦିନ ତଳେ ଗ୍ରାମସଭା ମାଧ୍ୟମରେ ମଦ ବିକ୍ରି ବନ୍ଦ କରିବା ପାଇଁ ସମ୍ପୃକ୍ତ ବ୍ୟବସାୟୀମାନଙ୍କୁ ତାଗିଦ୍‌ କରାଯାଇଥିଲା। ତନ୍ମଧ୍ୟରୁ ୨ଜଣ ବିକ୍ରି ବନ୍ଦ କରିଥିବା ବେଳେ ୩ଜଣ ମଦ ବିକ୍ରି ଚାଲୁ ରଖିଛନ୍ତି। ଏହି ଗ୍ରାମରେ ବ୍ୟାପକ ମଦ କାରବାର ଯୋଗୁଁ ଅଶାନ୍ତିକର ବାତାବରଣ ଦେଖାଦେଉଛି। ଅବାଧ ମଦ କାରବାରର ପ୍ରଭାବ ଯୁବଗୋଷ୍ଠୀ ଉପରେ ପଡୁଛି। ଏଥିପାଇଁ ସାମାଜିକ ବିଭ୍ରାଟ ଦେଖାଦେଉଛି। ରାସ୍ତାପାର୍ଶ୍ୱ ଏପରିକି ବିଦ୍ୟାଳୟ ନିକଟରେ ଖୁଲମଖୁଲା ମଦ ବିକ୍ରି ହେଉଥିବା ଯୋଗୁଁ ନିଶାସକ୍ତଙ୍କ ପାଦୃଭାବ ଗ୍ରାମବାସୀଙ୍କୁ ଅତିଷ୍ଠ କରୁଛି ବୋଲି ଏସଆଇ ସରୋଜ ରଞ୍ଜନ ରଥଙ୍କୁ ଲିଖିତ ଭାବେ ଜଣାଇ ଦିଆଯାଇଛି। ଅଭିଯୋଗର ଅନୁସନ୍ଧାନ ପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଏସଆଇ ରଥ ପ୍ରତିଶ୍ରୁତି ଦେଇଥିବା ଏସଏଚଜି ମହିଳାମାନେ କହିଛନ୍ତି। ତେବେ ଆଗାମୀ ଦିନରେ ଗ୍ରାମରେ ମଦ ବନ୍ଦ କରା ନ ଗଲେ ଆନ୍ଦୋଳନକୁ ଜୋରଦାର କରାଯିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ସାଧାରଣ ଲୋକଙ୍କ ପାଇଁ ଜରୁରୀ ଖବର, ୧୦ହଜାରରୁ ଅଧିକ ପେମେଣ୍ଟ କଲେ ହୋଇଯିବ ହୋଲ୍ଡ…

ନୂଆଦିଲ୍ଲୀ,୧୦।୪: ଡିଜିଟାଲ୍ ଯୁଗରେ ପେମେଣ୍ଟ ସହଜ ହୋଇଥିବା ହେତୁ, ଅନଲାଇନ୍ ଠକେଇ ମାମଲା ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଠକମାନଙ୍କଠାରୁ ଆପଣଙ୍କ କଠିନ ଅର୍ଜିତ ଟଙ୍କାକୁ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri