ମଦଭାଟି ବନ୍ଦ ପାଇଁ ମହିଳାଙ୍କ ଦାବି

ସୋନପୁର, ୩।୧୨(ନି.ପ୍ର.)
ସୁବର୍ଣ୍ଣପୁର ଜିଲା ତରଭା ବ୍ଲକର ମରାଡୁଗୋଛା ମଦଭାଟି ବନ୍ଦ ପାଇଁ ପଞ୍ଚାୟତର ଲୋକପ୍ରତିନିଧି ଓ ମହିଳାମାନେ ସୋମବାର ଜିଲାପାଳ ମୋନିଷା ବାନାର୍ଜୀଙ୍କ ନିକଟରେ ଦାବି କରିଛନ୍ତି। ଏହି ସରକାରୀ ଦେଶୀ ମଦ ଭାଟି ସ୍ଥାନୀୟ ଉଚ୍ଚ ବିଦ୍ୟାଳୟଠାରୁ ମାତ୍ର ୧୦୦ ମିଟର ଦୂରରେ ରହିଛି। ମରାଡୁଗୋଛା, ରୁଗୁଡିପାଲି, ଲକ୍ଷ୍ମୀମୁଣ୍ଡା ଓ ଗୁହୁରିଆଘାଟ ଗ୍ରାମର ଛାତ୍ରୀଛାତ୍ର ପାଠ ପଢିବା ପାଇଁ ଏହି ବିଦ୍ୟାଳୟକୁ ଆସିଥାନ୍ତି। ତେବେ ରାସ୍ତା ପାର୍ଶ୍ୱରେ ମଦ ଭାଟି ଥିବାରୁ ମଦ୍ୟପ ଓ ଅସାମାଜିକ ଲୋକଙ୍କ ଏହା ଆଡ୍ଡାସ୍ଥଳୀ ପାଲଟିଛି। ଏଥିଯୋଗୁଁ ଅଭିଭାବକମାନେ ଚିନ୍ତାରେ ରହୁଛନ୍ତି। ମଦ୍ୟପଙ୍କ ଯୋଗୁଁ ଗ୍ରାମରେ ବିଶୃଙ୍ଖଳା ସୃଷ୍ଟି ହେଉଛି। ଝିଅ ବୋହୂମାନେ ରାସ୍ତାକୁ ବାହାରିବାକୁ ନିରାପଦ ମଣୁନାହାନ୍ତି। ତେଣୁ ମଦଭାଟି ବନ୍ଦ କରିବା ପାଇଁ ମରାଡୁଗୋଛାର ମହାମାୟୀ ସ୍ବୟଂ ସହାୟକ ଗୋଷ୍ଠୀ, ସରସ୍ବତୀ ସ୍ବୟଂ ସହାୟକ ଗୋଷ୍ଠୀର ସଭ୍ୟାମାନେ ଦାବି କରିଛନ୍ତି । ଆଇନଜୀବୀ ବଳଦେବ ପ୍ରସାଦ ବେଦବାକଙ୍କ ନେତୃତ୍ୱରେ ଶ୍ରଦ୍ଧାଞ୍ଜଳି ମିଶ୍ର, ମରାଡୁଗୋଛା ସରପଞ୍ଚ ଲଳିତା କୁଅଁର, ସମିତି ସଭ୍ୟ ହିରଣ୍ୟ କୁମାର ସାହୁ, ମନମୋହନ ସାହୁ, ଧନମତୀ ମହାକୁର, ଭାଗ୍ୟ ପାତ୍ର, ସୁବାସିନୀ ବେହେରା, ଚନ୍ଦ୍ରମା ନାଏକ, ଆନନ୍ଦିନୀ ବାରିକ, ନମିତା ହାତୀ, ସୌଦାମିନୀ ଦାସ ଓ ଯାଜ୍ଞସିନୀ ଦାଶ ପ୍ରମୁଖ ଆନ୍ଦୋଳନରେ ସାମିଲ ହୋଇଥିଲେ । ତେବେ ମଦଭାଟି ବନ୍ଦ ପ୍ରତି ବଦଳରେ ସ୍ଥାନାନ୍ତର ପାଇଁ ପଦକ୍ଷେପ ନେବେ ବୋଲି ଜିଲାପାଳ ମହିଳାମାନଙ୍କୁ ପ୍ରତିଶୃତି ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଥାନା ଘେରିଲେ ଗ୍ରାମବାସୀ, ଜବରଦଖଲ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଅମରପାଲି,୧୨।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ମେଣ୍ଡମାଳ ଗ୍ରାମବାସୀ ଥାନା ଘେରିଛନ୍ତି। ଗ୍ରାମର କେତେଜଣ ବ୍ୟକ୍ତିଙ୍କ ନାମରେ ପଡୋଶୀ ଗ୍ରାମର ଜଣେ ବ୍ୟକ୍ତି...

୪୨ବର୍ଷ ପରେ ମନ୍ଦିରକୁ ଫେରିବ ବିରଳ ପ୍ରାଚୀନ ମୂର୍ତ୍ତି: ଉଦ୍ଧାର ପରେ ସିବିଆଇ ମାଲଖାନାରେ…

ସୋନପୁର,୯ା୧୨(ମୃତ୍ୟୁଞ୍ଜୟ ଶତପଥୀ):ସୁବର୍ଣ୍ଣପୁର ସହର ଗୋପାଳଜୀ ମନ୍ଦିରରୁ ଚୋରି ହୋଇ ଦୀର୍ଘ ୪୨ବର୍ଷ ସିବିଆଇ ମାଲଖାନାରେ ଥିବା ୧୨ ବିରଳ ପ୍ରାଚୀନ ମୂର୍ତ୍ତି ପୁଣି ମନ୍ଦିରକୁ ଫେରିବ।...

ପାରଦ ତଳ ମୁହାଁ: ଶୀତରେ ଥରୁଛନ୍ତି ବାସହୀନ

ସୋନପୁର,୮।୧୨(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ପାରଦ ତଳ ମୁହାଁ ହୋଇଛି। ପ୍ରବଳ ଶୀତ ଓ କୁହୁଡି ଯୋଗୁ ଲୋକେ ଅସୁବିଧା ଭୋଗୁଛନ୍ତି। ବିଶେଷ କରି ବାସହୀନ...

ଜଙ୍ଗଲରେ ଦନ୍ତା ହାତୀର ମୃତ୍ୟୁ ଘଟଣା: ବନ୍ଧା ହେଲେ ୨ ଶିକାରି, ଶିକାର ପାଇଁ ବିଛାଇଥିଲେ ବିଦ୍ୟୁତ ତାର…

ଅମରପାଲି,୪।୧୨(ପୀତାମ୍ବର ସାହୁ): ଦନ୍ତାହାତୀର ମୃତ୍ୟୁକୁ ନେଇ ପର୍ଦ୍ଦାଫାସ ହୋଇଛି। ଶିକାରୀମାନେ ଜନ୍ତୁ ଶିକାର ପାଇଁ ବିଛାଇଥିବା ବିଦ୍ୟୁତ ତାରରେ ଲାଗି ହାତୀର ମୃତ୍ୟୁ ହୋଇଥିବା ବନ...

ଜଙ୍ଗଲରେ ଦନ୍ତାହାତୀର ମୃତଦେହ: ଦାନ୍ତ ପାଇଁ ହତ୍ୟା କରାଯାଇଥିବା ଅଭିଯୋଗ

ଅମରପାଲି,୧।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ବନଖଣ୍ଡ ଅଧିନସ୍ଥ ବୀରମହାରାଜପୁର ରେଞ୍ଜ ହାତିଲିମୁଣ୍ଡା ଫରେଷ୍ଟ ବିଟ୍‌ର ବରଘାଟ ଦାଦର ଓ ବ୍ରାହ୍ମଣୀପାଲି ମଝିରେ ଥିବା ଜଙ୍ଗଲରେ ଏକ ଦନ୍ତାହାତୀର...

ଟ୍ରକ୍‌ ଧକ୍କାରେ ସ୍କୁଟି ଆରୋହୀ ମୃତ ଘଟଣା: ୭ ଘଣ୍ଟା ପରେ ହଟିଲା ରାସ୍ତାରୋକୋ

ଅମରପାଲି,୨୬/୧୧(ପୀତାମ୍ବର ସାହୁ): ଦୀର୍ଘ ୭ ଘଣ୍ଟା ପରେ ହଟିଲା ରାସ୍ତାରୋକୋ। ଫଳରେ ସ୍ବାଭାବିକ ହୋଇଛି ଗାଡି ଚଳାଚଳ। ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ ବୀରମହାରାଜପୁର...

ସ୍କୁଟି ଚାଳକଙ୍କୁ ପ୍ରାୟ ଦେଢ଼ଶହ ମିଟର ଘୋଷାଡ଼ି ନେଲା ଟ୍ରକ: ପରେ…

ବୀରମହାରାଜପୁର,୨୬।୧୧(ପୀତାମ୍ବର ସାହୁ): ସୋନପୁର ରାସ୍ତାର ଭୁଦୋବର ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ଘନ କୁହୁଡି ଯୋଗୁ ଦୁର୍ଘଟଣା ହୋଇଥିବା ଅନୁମାନ କରାଯାଉଛି। ଏକ ଟ୍ରକ  ସ୍କୁଟିକୁ...

ସକାଳୁ ସକାଳୁ ବଡ଼ ଦୁର୍ଘଟଣା: ଯାଉଥିଲେ ୪୦ ଯାତ୍ରୀ, ବ୍ରିଜ୍‌ ତଳକୁ ଖସିପଡିଲା ବସ୍‌

ସୋନପୁର, ୨୫l୧୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ବିନିକା ଥାନା ସିଂଘିଯୁବା ନିକଟରେ ଜୟଭୋଲେ ନାମକ ଏକ ଯାତ୍ରୀବାହୀ ବସ୍‌ ବ୍ରିଜ୍‌ ତଳକୁ ଖସିପଡ଼ିଛି । ଘନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri